ବନ୍ଦ ହେଲା ଅନ୍‌ଲାଇନ୍‌ ଟିକେଟ ବ୍ୟବସ୍ଥା

ଅନୁଗୋଳ ଅଫିସ, ୨୯।୩ – କରୋନା ରୋକିବାକୁ ଲୋକଙ୍କ ମଧ୍ୟରେ ସାମାଜିକ ଦୂରତା ରକ୍ଷା କରାଯିବା ଅତ୍ୟନ୍ତ ଆବଶ୍ୟକ। ଏପରି କି ପରିବା ଦୋକାନ ଠାରୁ ମେଡିସିନ ଦୋକାନ ଯାଏ ସବୁଠି ଲକ୍ଷ୍ମଣରେଖା ଟଣାଯାଇଛି। ତେବେ ଶନିବାରଠାରୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ମଧ୍ୟ ଏପରି ବ୍ୟବସ୍ଥାକୁ ଆପଣାଯାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ୧୫ରୁ ୨୦ଟି ରେଖାଙ୍କିତ ଚିହ୍ନ କରାଯାଇ ସାମାଜିକ ଦୂରତା ବ୍ୟବସ୍ଥା କରାଯାଇଥିବା ସୂଚନା ମିଳିଛି। ସେହିପରି ଏଠାରେ ଅନ୍‌ ଲାଇନ୍‌ ଟିକେଟ ବ୍ୟବସ୍ଥାକୁ ସ୍ଥଗିତ ରଖାଯାଇଛି।
ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଉପରେ ଅନୁଗୋଳ ସହ ପଡ଼ୋଶୀ ଜିଲା ଢେଙ୍କାନାଳ, ବୌଦ୍ଧ ଓ ଦେବଗଡ଼ର ଲୋକମାନେ ନିର୍ଭର କରନ୍ତି। କିଛି ଦିନ ପୂର୍ବରୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅନ୍‌ଲାଇନ୍‌ରେ ନାମ ପଞ୍ଜୀକରଣ କରିବା ପରେ ଧାଡ଼ି ବ୍ୟବସ୍ଥାରେ ଆଉଟଡୋରରେ ଥିବା ଡାକ୍ତରଙ୍କ ନିକଟକୁ ରୋଗୀମାନେ ଯାଉଥିଲେ। କିନ୍ତୁ କରୋନା ପାଇଁ ଧାଡ଼ିରେ ରହି ଟିକେଟ୍‌ ଓ ଡାକ୍ତରଙ୍କୁ ଦେଖାଇବା ବେଳେ ସାମାଜିକ ଦୂରତା ରକ୍ଷା କରାଯାଇପାରୁ ନ ଥିଲା। ତେଣୁ ମେଡିକାଲ କର୍ତ୍ତୃପକ୍ଷ ୧୫ରୁ ୨୦ଟି ରେଖାକୃତ ବୃତ୍ତ କରି ଆଉଟଡୋରରେ ରୋଗୀଙ୍କ ମଧ୍ୟରେ ସାମାଜିକ ଦୂରତା ରକ୍ଷାର ବ୍ୟବସ୍ଥା କରିଛନ୍ତି। କେବଳ ଆଉଟ୍‌ଡୋର ନୁହେଁ, ମେଡିକାଲ ପରିସରରେ ଥିବା ଆହାର କେନ୍ଦ୍ର ସହ ବିଭିନ୍ନ ୱାର୍ଡରେ ମଧ୍ୟ ସମାନ ବ୍ୟବସ୍ଥା କରାଯାଇଛି। ଏପରି କି ରୋଗୀ ଦେଖିବା ବେଳେ ଡାକ୍ତରମାନେ ନିଜେ ଟିକେଟ୍‌ ଲେଖିବେ ବୋଲି ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁମୁଖରୁ ଯୁବତୀଙ୍କୁ ବଞ୍ଚାଇଥିଲେ ସାହସୀ ଯୁବକ ବଳରାମ, ଏବେ ମିଳିଲା…

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଥିବା ଏକ ଅଭାବନୀୟ ଘଟଣା ମଧ୍ୟରେ ମାନବିକତା, ସାହସ ଓ କର୍ତ୍ତବ୍ୟନିଷ୍ଠାର ଏକ ଉଜ୍ଜ୍ୱଳ ଦୃଷ୍ଟାନ୍ତ ଉଦାହରଣ…

ଦିଗପହଣ୍ଡି ରେ ସନ୍ଥ ଅରକ୍ଷିତ ଦାସଙ୍କ ଜନ୍ମୋତ୍ସବ:  ପ୍ରତିମୂର୍ତ୍ତୀରେ …

ଦିଗପହଣ୍ଡି,୨୫|୭ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରେ ମହାପୁରୁଷ ସନ୍ଥ ଅରକ୍ଷିତ ଦାସ ଙ୍କ ପବିତ୍ର ଜନ୍ମତ୍ସୋବ ଶନିବାର ପାଳିତ ହୋଇଯାଇଛି। ଦିଗପହଣ୍ଡି ସହର…

ଅନାସ୍ଥା ଆସିବା ପରେ ମୁହଁ ଖୋଲିଲେ ଚାମେଲି, କହିଲେ ମୋ’ ବିରୋଧରେ…

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ୨୨ରୁ ୨୧ ଜଣ ଓ୍ବାର୍ଡ ସଭ୍ୟା/ସଭ୍ୟ ଅନାସ୍ଥା ଆଣିଛନ୍ତି।…

କାଇଁଚପୁର ପଞ୍ଚାୟତକୁ ଗଡୁନି ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓ କହିଲେ….

ଗଞ୍ଜାମ,୨୫ା୭(ବିଦ୍ୟାଧର ସାହୁ ): ପନ୍ଦର ପଞ୍ଚାୟତକୁ ନେଇ ଗଠିତ ହୋଇଛି ଗଞ୍ଜାମ ବ୍ଲକ । ପଞ୍ଚାୟତବାସୀ କିଭଳି ସରକାରଙ୍କ ବିଭିନ୍ନ ସେବା ପାଇ ପାରିବେ ସେଥିପାଇଁ ପ୍ରଶାସନ…

ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଲା ଅନାସ୍ଥା ପ୍ରସ୍ତାବ

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ। ୨୨ ଜଣ…

କେସିଙ୍ଗା ଅଞ୍ଚଳରେ ବୃଦ୍ଧି ପାଉଛି ମଦ ବ୍ୟବସାୟ: ଯୁବପିଢି ନିଶାରେ ଆଶକ୍ତ

କେସିଙ୍ଗା,୨୫।୭:(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା, କାଣ୍ଡେଲ, ବୋରିଆ, ନୁନ ମାଠ, ତୁର୍ଳାଖମାନ, ତୁଣ୍ଡଳା, ବେଲଖଣ୍ଡି, ଗୋକୁଳେଶ୍ୱର, ଅଧମୁଣ୍ଡା, ଆଦି ଗ୍ରାମପଞ୍ଚାୟତ ଅଞ୍ଚଳରେ ଦେଶୀ,…

ରାମେଶ୍ୱର ଦର୍ଶନ ସାରି ଫେରୁଥିବା ବେଳେ ଦୁର୍ଘଟଣା, ସୁନାମଧନ୍ୟ ନୃତ୍ୟଶିଳ୍ପୀଙ୍କ ସମେତ ୩ ମୃତ

ଗୁଣପୁର,୨୫।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ଶେଫାଳୀ ପାହାଡ଼ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏଥିରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକଙ୍କ…

ନିଶା କାରବାରରେ ପୋଲିସର ହାତ: ମୁହଁ ଖୋଲିଲେ ଇନ୍‌ଫର୍ମର

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ଥମିବା ନାଁ ନେଉନାହିଁ। ତେବେ କିଛି ପୋଲିସ କର୍ମଚାରୀ ନିଶା ବେପାରୀଙ୍କ ସହିତ ସମ୍ପର୍କ ରଖିଥିବା ଯୋଗୁ ଏଭଳି କାରବାରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri