ବନ୍ଦ ହେଲା ଭିନ୍ନକ୍ଷମ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର,୨୧ା୩(ବ୍ୟୁରୋ): କରୋନା (କୋଭିଡ-୧୯) ଭୂତାଣୁ ସଂକ୍ରମଣ ବଢ଼ି ଚାଲିଥିବା ବେଳେ ଏହାର ଭୟାବହତାକୁ ଦୃଷ୍ଟିରେ ରଖି ଭିନ୍ନକ୍ଷମ ଛାତ୍ରୀଛାତ୍ରଙ୍କ ପାଇଁ ଉଦ୍ଦିଷ୍ଟ ସ୍ବତନ୍ତ୍ର ଶିକ୍ଷାନୁଷ୍ଠାନଗୁଡ଼ିକୁ ବନ୍ଦ କରିଦିଆଯାଇଛି। ଏଥିସହ ଭିନ୍ନକ୍ଷମଙ୍କ ପାଇଁ କାର୍ଯ୍ୟକରୁଥିବା ବିଭିନ୍ନ ଥେରାପି ସେଣ୍ଟରର ଛାତ୍ରାବାସ ଓ ଛାତ୍ରୀ ନିବାସଗୁଡିକୁ ମଧ୍ୟ ବନ୍ଦ କରିଦିଆଯାଇଛି। ଚଳିତ ମାସ ୨୫ରୁ ଜୁନ ୩୦ ତାରିଖ ପର୍ଯ୍ୟନ୍ତ ହଷ୍ଟେଲଗୁଡ଼ିକୁ ବନ୍ଦ କରାଯାଇଛି। ଏହାର ଅନ୍ତେବାସୀମାନଙ୍କୁ ଆସନ୍ତା ୩ ମାସ ପାଇଁ ଅଗ୍ରିମ ଖାଦ୍ୟପେୟ ଏବଂ ଯାତାୟାତ ଖର୍ଚ୍ଚ ପ୍ରଦାନ କରାଯିବ ବୋଲି ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା କହିଛନ୍ତି।
ସ୍ବତନ୍ତ୍ର ଶିକ୍ଷାନୁଷ୍ଠାନ ଓ ଥେରାପି ସେଣ୍ଟରଗୁଡିକର ହଷ୍ଟେଲରେ ରହୁଥିବା ଛାତ୍ରୀଛାତ୍ରଙ୍କୁ ଖାଦ୍ୟପେୟ ବାବଦରେ ମାସିକ ୧୨୦୦ଟଙ୍କା ପ୍ରଦାନ କରାଯାଇଥାଏ। ଆସନ୍ତା ୩ ମାସ ପର୍ଯ୍ୟନ୍ତ ସେମାନଙ୍କୁ ଆଗୁଆ ଅର୍ଥରାଶି ଦିଆଯିବ। ବିଭାଗ ପକ୍ଷରୁ ସାହାଯ୍ୟପ୍ରାପ୍ତ ୯୮ଟି ସ୍ବତନ୍ତ୍ର ଆବାସିକ ଶିକ୍ଷାନୁଷ୍ଠାନ ଓ ୩୨ଟି ଥେରାପି ସେଣ୍ଟରର ଅନ୍ତେବାସୀମାନଙ୍କୁ ଏହି ଅର୍ଥରାଶି ପ୍ରଦାନ କରାଯିବ। ଆସନ୍ତା ୩ ମାସର ଖାଦ୍ୟପେୟ ଖର୍ଚ୍ଚ ଅନ୍ତେବାସୀଙ୍କ ମାତାପିତା କିମ୍ବା ଅଭିଭାବକମାନଙ୍କୁ ମିଳିବ। ସମ୍ପୃକ୍ତ ଶିକ୍ଷାନୁଷ୍ଠାନ ପକ୍ଷରୁ ସେମାନଙ୍କ ଆଧାର ତଥା ବ୍ୟାଙ୍କ ଖାତା ସମ୍ପର୍କିତ ସମସ୍ତ ତଥ୍ୟ ବିଭାଗରେ ଦାଖଲ କରାଯିବ। ଛାତ୍ରୀଛାତ୍ରଙ୍କୁ ତାଙ୍କ ଘରେ ପହଞ୍ଚାଇବା ପାଇଁ ଜଣେ ସହଯୋଗୀ ସହାୟତା ଦେବେ। ସମ୍ପୃକ୍ତ ଶିକ୍ଷାନୁଷ୍ଠାନର ବିଦ୍ୟାର୍ଥୀ ଓ ତାଙ୍କ ସହଯୋଗୀଙ୍କ ଯାତାୟାତ ଖର୍ଚ୍ଚ ବାବଦରେ ୫୦୦ ଟଙ୍କା ପ୍ରଦାନ କରାଯିବ।
ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି ଯେ ବିଭାଗ ପକ୍ଷରୁ ବିଭିନ୍ନ ପେନସନ ପାଉଥିବା ହିତାଧିକାରୀମାନଙ୍କୁ ୪ ମାସର ପେନସନ ଆଗୁଆ ପ୍ରଦାନ କରାଯିବ। ମଧୁବାବୁ ପେନସନ ଯୋଜନା ସହିତ ସାମାଜିକ ସୁରକ୍ଷା ଅନ୍ତର୍ଗତ ହିତାଧିକାରୀମାନଙ୍କୁ ସିଧାସଳଖ ସେମାନଙ୍କ ଗ୍ରାମରେ ଭତ୍ତା ଟଙ୍କା ଦିଆଯିବ। ବିଭାଗୀୟ ସଚିବ ଭାସ୍କର ଜ୍ୟୋତି ଶର୍ମା ଏ ନେଇ ଜିଲାପାଳମାନଙ୍କୁ ଚିଠି ଲେଖି ଜଣାଇଛନ୍ତି। ଜିଲାପାଳଙ୍କ ତତ୍ତ୍ୱାବଧାନରେ ହିତାଧିକାରୀମାନଙ୍କୁ ଏପ୍ରିଲରୁ ଜୁଲାଇ ମାସ ପର୍ଯ୍ୟନ୍ତ ଆଗୁଆ ଭତ୍ତା ଦେବା ପାଇଁ ପ୍ରକ୍ରିୟା ଆରମ୍ଭ କରିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନରେ ୩ ରାଶି ହେବେ ଭାଗ୍ୟଶାଳୀ; କ୍ୟାରିୟରରେ ବଡ଼ ଅଫର୍‌, ଘରକୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷରେ ବୁଧ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଗ୍ରହ, ଯିଏକି ପ୍ରତ୍ୟକ୍ଷ ଭାବରେ ଜୀବନକୁ ଗଭୀର ଭାବେ ପ୍ରଭାବିତ କରନ୍ତି। ଜ୍ୟୋତିଷଙ୍କ ଅନୁଯାୟୀ, ବୁଧ ଗ୍ରହ ମାନସିକ…

କମ୍‌ ବୟସରେ ଧନୀ ହୁଅନ୍ତି ଏହି ୩ ରାଶିର ଲୋକ: ମା’ ଲକ୍ଷ୍ମୀଙ୍କ ରହିଥାଏ ବିଶେଷ କୃପା, କେବେ ରହେନି ଅଭାବ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ୧୨ଟି ରାଶି ଓ ୨୭ଟି ନକ୍ଷତ୍ରର ବର୍ଣ୍ଣନା ରହିଛି। ପ୍ରତ୍ୟେକ ରାଶି ଉପରେ କୌଣସି ନା କୌଣସି ଗ୍ରହଙ୍କ ଆଧିପତ୍ୟ ରହିଥାଏ। ତେଣୁ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri