ବ୍ରହ୍ମପୁର ଅଫିସ୍,୨ା୭-ଭିତ୍ତିଭୂମି ନ ଥିବା ଘରୋଇ ସ୍କୁଲଗୁଡ଼ିକର ଅଡ଼ୁଆ ବଢ଼ିବାରେ ଲାଗିଛି। ଯେଉଁ ଘରୋଇ ସ୍କୁଲର ଆବଶ୍ୟକ ଭିତ୍ତିଭୂମି ନାହିଁ, ସେଗୁଡ଼ିକୁ ବନ୍ଦ କରିଦେବା ପାଇଁ ରାଜ୍ୟ ଗଣଶିକ୍ଷା ବିଭାଗ କଠୋର ହେବାରେ ଲାଗିଛି । ତେବେ ସୋମବାର ବିଭାଗ ପକ୍ଷରୁ ଏକ ନୂଆ ନିର୍ଦ୍ଦେଶନାମା ଜାରି ହୋଇଛି ଯେଉଁଥିରେ, ଶିକ୍ଷକଙ୍କ ଯୋଗ୍ୟତା ଓଟିଇଟିକୁ କୋହଳ କରାଯାଇଛି।
ଅର୍ଥାତ୍ ଯେଉଁ ଘରୋଇ ସ୍କୁଲର ଶିକ୍ଷକଙ୍କ ଶିକ୍ଷାଗତ ଯୋଗ୍ୟତା ଓଟିଇଟି ନାହିଁ, ସେହି ସ୍କୁଲକୁ ସାର୍ଟିଫିକେଟ୍ ଅଫ୍ ରେକଗ୍ନାଇଜେସନ୍(ସିଓଆର୍) ପ୍ରଦାନ କରାଯିବ ନାହିଁ। ଏହି ସବୁ ଘରୋଇ ସ୍କୁଲଗୁଡ଼ିକୁ ବନ୍ଦ କରିଦେବାକୁ ବିଭାଗ ନିଷ୍ପତ୍ତି ନେଇଛି। ତେବେ ଏହି କୋହଳ ସତ୍ତ୍ୱେ ଗଞ୍ଜାମ ଜିଲାରେ ଘରୋଇ ସ୍କୁଲଗୁଡ଼ିକର ଅଡ଼ୁଆ କମିନାହିଁ।
ପ୍ରାୟ ୨ଶହ ଘରୋଇ ସ୍କୁଲ ବନ୍ଦ ହେବାର ଆଶଙ୍କା ଦେଖାଦେଇଛି ।
ଅନୁଯାୟୀ, ଗଞ୍ଜାମ ଜିଲାରେ ୪୮୧ ଘରୋଇ ପ୍ରାଥମିକ ସ୍କୁଲ ରହିଛି। ଏଥିରୁ ଅଧିକାଂଶ ଘରୋଇ ସ୍କୁଲର ସ୍ଥିତି ନିମ୍ନମାନର। ଖୁବ୍ କମ୍ ଶିକ୍ଷାଗତ ଯୋଗ୍ୟତା ଥିବା ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କୁ ନିଯୁକ୍ତି ଦିଆଯାଇଛି।
ଗୁରୁତ୍ୱପୂର୍ଣ୍ଣ ବିଷୟ ହେଲା, ଘରୋଇ ସ୍କୁଲଗୁଡ଼ିକରେ ଆର୍ଥିକ ଅନଗ୍ରସର ବର୍ଗର ୨୫ପ୍ରତିଶତ ଶିଶୁଙ୍କ ନାମଲେଖା ନିୟମ ରହିଥିଲେ, ମଧ୍ୟ କୌଣସି ସ୍କୁଲ ଏହାକୁ ମାନୁନାହାନ୍ତି ।
ଫଳରେ ଶିକ୍ଷା ଅଧିକାର ଆଇନ୍ର ଖୋଲାଖୋଲି ଉଲ୍ଲଂଘନ ହେଉଛି ।
ସମୟରେ ଶିକ୍ଷକଙ୍କ ଶିକ୍ଷାଗତ ଯୋଗ୍ୟତାରୁ ଓଟିଇଟିକୁ ବାଦ ଦେବା ପରେ କେତେକ ଘରୋଇ ସ୍କୁଲ ଆଶ୍ୱସ୍ତ ହୋଇଛନ୍ତି। ତଥାପି ପ୍ରାୟ ୨ଶହ ଘରୋଇ ସ୍କୁଲ ବନ୍ଦ ହେବାର ଆଶଙ୍କା ରହିଥିବା କୁହାଯାଉଛି।
ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…
ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...
ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…
ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍...
ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...
ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...
ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ…
ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...
ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….
ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...
ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା
ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...
Archives


