ବନ୍ଧୁକ ଦେଖାଇ ୧୦ ଲକ୍ଷ ଟଙ୍କାର ସୁନା, ରୂପା ଗହଣା ଲୁଟ୍‌

ରୂପ୍‌ସା,୧୭।୧୦(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଥାନା ତାହାରପୁର ଗ୍ରାମର ଗହଣା ଦୋକାନୀ ମୃତ୍ୟୁଞ୍ଜୟ ଗିରିଙ୍କ ଦୋକାନରୁ ଦୁର୍ବୃତ୍ତମାନେ ବୁଧବାର ରାତିରେ ଫିଲ୍ମ ଷ୍ଟାଇଲ୍‌ରେ ୧୦ଲକ୍ଷ ଟଙ୍କାର ସୁନା ଓ ରୁପା ଅଳଙ୍କାର ଲୁଟି ନେଇଛନ୍ତି। ଏନେଇ ଗୁରୁବାର ବସ୍ତା ଥାନାରେ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା (ନଂ. ୩୧୪/୯) ରୁଜୁ କରି ତଦନ୍ତ ଚଳାଇଛି। ଏସ୍‌ଡ଼ିପିଓ ରଣଜିତ୍‌ ପୃଷ୍ଟି, ଆଇଆଇସି ଧନେଶ୍ୱର ସାହୁ, ଏସ୍‌ଆଇ ରାଜଲକ୍ଷ୍ମୀ ନାୟକ ପ୍ରମୁଖ ସାଇଣ୍ଟିଫିକ୍‌ ଟିମ୍‌ ସହ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି।
ବସ୍ତା ଥାନା ନଳବାହାର ଛକରେ ମୃତ୍ୟୁଞ୍ଜୟଙ୍କ ଗହଣା ଦୋକାନ ରହିଛି। ସୁବଦିନ ପରି ସେ ରାତି ୮ଟାରେ ଦୋକାନ ବନ୍ଦ କରି ବାଇକ୍‌ ଯୋଗେ ଘରକୁ ଫେରୁଥିଲେ। ପୂର୍ବ ଯୋଜନା ମୁତାବକ ଏକ ବାଇକ୍‌ରେ ୩ଜଣ ଦୁର୍ବୃତ୍ତ ୬୦ନଂ. ଜାତୀୟ ରାଜପଥର ଧାରୀ ପୋଲଠାରେ ମୃତ୍ୟୁଞ୍ଜୟଙ୍କୁ କାବୁ କରି ବାନ୍ଧି ଦେଇଥିଲେ। ରାଜପଥ ପାର୍ଶ୍ୱକୁ ନେଇ ଏକ ପଡ଼ିଆରେ ୩ ଘଣ୍ଟା ଧରି ଦୁର୍ବୃତ୍ତମାନେ ତାଙ୍କୁ ନିଜ ଅକ୍ତିଆରରେ ରଖିଥିଲେ। ଦୋକାନୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିବା ସହ ବନ୍ଧୁକ ଦେଖାଇ ରାତି ସାଢ଼େ ୧୧ଟା ବେଳେ ନଳବାହାରସ୍ଥିତ ଦୋକାନକୁ ନେଇ ଦୋକାନ ଓ ଲକର ଚାବି ଖୋଲିବାକୁ କହିଥିଲେ। ଜୀବନ ବିକଳରେ ଆହତ ମୃତ୍ୟୁଞ୍ଜୟ ଦୋକାନ ଓ ଲକରର ଚାବି ଖୋଲି ଦେବା ପରେ ଦୁର୍ବୃତ୍ତମାନେ ଆଖି ପିଛୁଳାକେ ସମସ୍ତ ସୁନା ଓ ରୂପା ଅଳଙ୍କାର ଲୁଟି ନେଇଥିଲେ। ଏପରିକି ମୃତ୍ୟୁଞ୍ଜୟଙ୍କ ବାଇକ୍‌ ନେଇ ସୁନାଗହଣା ସହ ଦୁର୍ବୃତ୍ତମାନେ ସେଠାରୁ ଚମ୍ପଟ ମାରିଥିଲେ। ଏହାପରେ ସ୍ଥାନୀୟ ଲୋକେ ମୃତ୍ୟୁଞ୍ଜୟଙ୍କୁ ସେଠାରୁ ମୁକଳାଇ ପରିବାର ଲୋକଙ୍କୁ ଖବର ଦେଇଥିଲେ। ଦୁର୍ବୃତ୍ତମାନେ ହିନ୍ଦୀ ଭାଷାରେ କଥା ହେଉଥିବା ଅଭିଯୋଗକାରୀ ପୋଲିସ ଆଗରେ କହିବା ପରେ ଅଭିଯୁକ୍ତଙ୍କୁ ଧରିବା ପାଇଁ ବିଭାଗ ପକ୍ଷରୁ ଜାଲ ବିଛାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri