ବନ୍ଧୁତା ପାଇଁ ଜର୍ମାନୀରୁ ଗୋପ

ଗୋପ, ୧୭-୯(ଡି.ଏନ୍‌.ଏ.):ଗ୍ଲୋବାଲ ଓ୍ବାର୍ମିଂ ଆଜି ବିଶ୍ୱବାସୀଙ୍କ ପାଇଁ ଏକ ପ୍ରମୁଖ ସମସ୍ୟା ଭାବେ ଉଭା ହୋଇଛି। ଏଥିରୁ ମୁକ୍ତି ପାଇବାର ଗୋଟିଏ ମାଧ୍ୟମ ବୃକ୍ଷରୋପଣ। ଏହା ସହ ଜର୍ମାନୀ ଓ ଭାରତ ମଧ୍ୟରେ ବନ୍ଧୁତା ସ୍ଥାପନ କରିବାକୁ ହେଲେ ଏହି ବୃକ୍ଷ ଦ୍ୱାରା ସବୁ କିଛି ସମ୍ଭବ ହୋଇପାରିବ ବୋଲି କହିଛନ୍ତି, ସୁଦ ସୁଦୂର ଜର୍ମାନୀରୁ ଓଡ଼ିଶା ଆସିଥିବା ସ୍ବେଚ୍ଛାସେବୀ ସଂଗଠନ ‘ଆଶ୍ରୟ’ର ଅଧ୍ୟକ୍ଷ ଜୋହନା ରୋଡେ। ପୁରୀ ଜିଲା ଗୋପ ବ୍ଲକ ଅଧୀନ ବେଦପୁର ପଞ୍ଚାୟତ ସ୍ଥିତ ମା’ ଭୁଆସୁଣୀ ଉଚ୍ଚ ବିଦ୍ୟାଳୟ ହନ୍ତସୁରାଠାରେ ଆୟୋଜିତ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ସେ ଏହା କହିଥିଲେ। ବିଦ୍ୟାଳୟର ପ୍ରଧାନଶିକ୍ଷକ ବିଭୁଦତ୍ତ ନାୟକଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ‘ଆଶ୍ରୟ’ର ତନୁଜା ମହାନ୍ତି, ନମିତା ସାହୁ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଗୋପୀନାଥ ମୁଦୁଲି, ବରିଷ୍ଠ ଶିକ୍ଷାବିତ୍‌ ରବୀନ୍ଦ୍ର ମିଶ୍ର, କୃଷ୍ଣଚନ୍ଦ୍ର ମିଶ୍ର ଯୋଗ ଦେଇଥିଲେ। ପରିବେଶକୁ ସରସ ସୁନ୍ଦର କରିବା ଲାଗି ବୃକ୍ଷରୋପଣ ପ୍ରୟୋଜନ ବୋଲି ଅତିଥିମାନେ କହିବା ସହ ପ୍ରତି ଛାତ୍ରୀଛାତ୍ରଙ୍କୁ ନିଜ ବାଡ଼ିରେ ୨ଟି ଲେଖାଏଁ ବୃକ୍ଷରୋପଣ କରିବାକୁ ପରାମର୍ଶ ଦେଇଥିଲେ। ଏହି ଅବସରରେ ରୋଡ଼େ ସ୍କୁଲ ପରିସରରେ ବିଭିନ୍ନ ପ୍ରକାର ବୃକ୍ଷ ଲଗାଇ ଛାତ୍ରୀଛାତ୍ରମାନଙ୍କୁ ଏହାର ଯତ୍ନ ନେଇ ଦେଶକୁ ଆହୁରି ଆଗକୁ ନେବା ପାଇଁ କହିଥିଲେ। ଏହି କାର୍ଯ୍ୟକ୍ରମରେ ପରିଚାଳନା କମିଟି ସଭ୍ୟା/ସଭ୍ୟ, ଗ୍ରାମବାସୀ, ମହିଳା ସ୍ବୟଂସହାୟକ ଗୋଷ୍ଠୀର ସଦସ୍ୟ ପ୍ରମୁଖ ଉପସ୍ଥିତ ଥିଲେ। ଶିକ୍ଷକ ପ୍ରଶାନ୍ତ କୁମାର ନାୟକ, ନବକିଶୋର ବିଶ୍ୱାଳ, ଦାଶରଥି ପରିଡ଼ା, ଜ୍ୟୋତିରଞ୍ଜନ ମିଶ୍ର, ବିରଞ୍ଚତ୍ ପ୍ରସାଦ ମିଶ୍ର, ଶିକ୍ଷୟିତ୍ରୀ ସ୍ବପ୍ନାରାଣୀ ହାଜରା, ପ୍ରିୟମ୍ବଦା ଦାସ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଚିଲିକା ହତ୍ୟା ମାମଲାର ପର୍ଦ୍ଧାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

କର୍ଲାମୁଣ୍ଡାରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା, ଭାଜପା….

କର୍ଲାମୁଣ୍ଡା,୧୩ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ମଣ୍ଡଳ ଭାଜପା ପକ୍ଷରୁ ମଣ୍ଡଳ ସଭାପତି ଡୋଳା ମଣୀ ଭୋଇଙ୍କ ନେତୃତ୍ୱରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା ଗୁରୁବାର…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Air Indiaର ସମସ୍ତ ପାଇଲଟଙ୍କର ହେବ ଡ୍ରଗ୍ସ ଟେଷ୍ଟ, ଜାଣନ୍ତୁ ଏହାର କାରଣ…

ନୂଆଦିଲ୍ଲୀ,୧୩।୮: ‘ମାରିଜୁଆନା ଘଟଣା’ ପରେ, ଏୟାର ଇଣ୍ଡିଆ ଏହାର ସମସ୍ତ ପାଇଲଟଙ୍କ ପାଇଁ ବାଧ୍ୟତାମୂଳକ ସ୍କ୍ରିନିଂ ନିର୍ଦ୍ଦେଶ ଦେଇଛି। ନିଷିଦ୍ଧ ପଦାର୍ଥ ଏବଂ ଔଷଧର ଯାଞ୍ଚ ନିୟମ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri