Posted inଖେଳ

ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ: ଭିଏତ୍‌ନାମଠାରୁ ହାରିଲା ଭାରତ

ନୂଆଦିଲ୍ଲୀ, ୪।୧୧(ପି.ଟି.)- ବିଶ୍ୱ ଫୁଟବଲର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ଫିଫା ଅନ୍ତର୍ଜାତୀୟ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ୦-୩ ଗୋଲ ବ୍ୟବଧାନରେ ଭିଏତ୍‌ନାମଠାରୁ ପରାସ୍ତ ହୋଇଛି। ରବିବାର ଭିଏତ୍‌ନାମ ରାଜଧାନୀ ହାନୋଇରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଆୟୋଜକ ଭିଏତ୍‌ନାମ ସମ୍ପୂର୍ଣ୍ଣରୂପେ ଆଧିପତ୍ୟ ବିସ୍ତାର କରି ଖେଳିଥିଲା ଓ ଭାରତକୁ କୌଣସି ସୁଯୋଗ ଦେଇ ନ ଥିଲା। ଘରୋଇ ଦଳ ତରଫରୁ ଅଷ୍ଟମ ମିନିଟ୍‌ରେ ଥି ଏନ୍‌ହୁଙ୍ଗ୍‌ ପ୍ରଥମ ଗୋଲ ଦେଇ ଅଗ୍ରଣୀ କରାଇଥିଲେ। ଏହା ପରେ ଉଭୟ ଦଳ ମଧ୍ୟରେ ଦୀର୍ଘ ସମୟଧରି ଜବରଦସ୍ତ ସଂଘର୍ଷ ଦେଖିବାକୁ ମିଳିଥିଲା। ତେବେ ୮୨ ତମ ମିନିଟ୍‌ରେ ଥି ଭାନ ଗୋଲ ଦେଇଥିଲେ। ଶେଷରେ ୮୯ତମ ମିନିଟ୍‌ରେ ଥି ଥୁଇ ହାଙ୍ଗ ଗୋଲ ଦେଇ ଭିଏତନାମକୁ ୩-୦ରେ ଅଗ୍ରଣୀ କରାଇଥିଲେ।
ଦ୍ୱାଦଶ ମିନିଟ୍‌ରେ ଭାରତୀୟ ଗୋଲ କିପର ଆଦିତି ଚୌହାନ ଭିଏତ୍‌ନାମ ଖେଳାଳିଙ୍କ ଏକ ଜବରଦସ୍ତ ପ୍ରୟାସକୁ ପଣ୍ଡ କରିଥିଲେ। ନହେଲ ଭାରତ ଆଉ ଏକ ଗୋଲ ବରଣ କରିଥାନ୍ତା। ମ୍ୟାଚ୍‌ର ମଧ୍ୟରେ ଭାରତର ବାଲା ଦେବୀ ସେଣ୍ଟରୁ ଏକ ଜବରଦସ୍ତ ଶଟ୍‌ ମାରିଥିଲେ ଓ ଏହା ଅଳ୍ପକେ ଗୋଲ ପୋଷ୍ଟ ମିସ୍‌ କରିଥିଲା। ୩୨ତମ ମିନିଟ୍‌ରେ ସୁମିତ୍ରାଙ୍କ ବଦଳରେ ଦୟାଙ୍କୁ କୋଚ୍‌ ମେମୋଲ ରକି ଖେଳାଇଥିଲେ। ୮୦ତମ ମିନିଟ ପର୍ଯ୍ୟନ୍ତ ଗୋଲ କିପର ଚୌହାନ ଦମ୍‌ଦାର ପ୍ରଦର୍ଶନ କରିଥିଲେ ଓ ଭିଏତନାମଙ୍କୁ ଅଧିକ ଗୋଲ କରିବାର ସୁଯୋଗ ଦେଇ ନ ଥିଲେ। ମ୍ୟାଚ୍‌ର ଶେଷ ଭାଗରେ ଭିଏତନାମ ଖେଳାଳି ଉଚ୍ଚକୋଟୀର ପ୍ରଦର୍ଶନ କରି ଦୁଇଟି ଗୋଲ ଦେଇଥିଲେ। ବୁଧବାର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସୁପର-୮ ପର୍ଯ୍ୟାୟ ପୂର୍ବରୁ କ୍ରିକେଟ୍‌ ନୁହେଁ, ଏହି ଗେମ୍‌ ଖେଳିଲେ ଟିମ୍‌ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୧୭।୬: ଭାରତୀୟ ଦଳ ଟି-୨୦ ବିଶ୍ୱକପ ୨୦୨୪ରେ ଚମତ୍କାର ପ୍ରଦର୍ଶନ କରିଛି। ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତୀୟ ଦଳ କ୍ରମାଗତ ତିନିଟି ମ୍ୟାଚ ଜିତି ସୁପର-୮ରେ...

ଫାଦର୍ସ ଡେ’ରେ କୋହଲିଙ୍କୁ ମିଳିଲା ବଡ଼ ଉପହାର: ଫଟୋ ଶେୟାର କଲେ ଅନୁଷ୍କା

ଆଜିକାଲି ଅଭିନେତ୍ରୀ ଅନୁଷ୍କା ଶର୍ମା ନିଜ ପିଲାମାନଙ୍କ ସହ ନ୍ୟୁୟର୍କରେ ଅଛନ୍ତି। ତାଙ୍କ ସ୍ବାମୀ ତଥା କ୍ରିକେଟର ବିରାଟ କୋହଲିଙ୍କୁ ଟି-୨୦ ବିଶ୍ୱକପରେ ସମର୍ଥନ କରିବାକୁ...

ଟି-୨୦ ବିଶ଼୍ବକପ୍‌: ସୁପର ୮ରେ ଭାରତ, ଜାଣନ୍ତୁ କେବେ କାହାକୁ ଭେଟିବ

ନୂଆଦିଲ୍ଲୀ, ୧୭।୬: ଜାରି ରହିଥିବା ଟି-୨୦ ବିଶ଼୍ବକପ୍‌ରେ ଭାରତ ସୁପର-୮ରେ ସ୍ଥାନ ପକ୍କା କରିସାରିଛି । ଏ ପର୍ଯ୍ୟନ୍ତ ୩୮ଟି ମ୍ୟାଚ୍‌ ଖେଳାଯାଇଥିବା ବେଳେ ଆଜି...

ବିଜୟ ସହ ଟି-୨୦ ବିଶ୍ୱକପ୍‌ରୁ ବିଦାୟ ନେଲା ପାକିସ୍ତାନ

ଫ୍ଳୋରିଡା,୧୭ା୬: ପାକିସ୍ତାନ ଅନ୍ତିମ ଗ୍ରୁପ୍‌ ମ୍ୟାଚ୍‌ରେ ଆୟର୍ଲାଣ୍ଡକୁ ୩ ଉଇକେଟରେ ପରାସ୍ତ କରି ଟି୨୦ ବିଶ୍ୱକପ ଅଭିଯାନ ଶେଷ କରିଛି। ଆୟର୍ଲାଣ୍ଡ ପ୍ରଥମେ ବ୍ୟାଟିଂ କରି...

କମାଲ୍‌ କଲେ ମନ୍ଧାନା: ଦକ୍ଷିଣ ଆଫ୍ରିକାକୁ ଧୂଳି ଚଟେଇଲା ଭାରତ

ବେଙ୍ଗାଲୁରୁ, ୧୬ା୬: ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ମହିଳା ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ୧୪୩ ରନରେ ବିଜୟ ହାସଲ କରିଛି। ସ୍ଥାନୀୟ ଏମ୍‌....

ସ୍କଟ୍‌ଲାଣ୍ଡକୁ ହରାଇଲା ଅଷ୍ଟ୍ରେଲିଆ: ସୁପର-୮ରେ ପହଞ୍ଚିଲା ଇଂଲଣ୍ଡ

ଗ୍ରସ୍‌ ଆଇଲେଟ୍‌,୧୫ା୬: ଟି୨୦ ବିଶ୍ୱକପ୍‌ରେ ରବିବାର ସ୍କଟ୍‌ଲାଣ୍ଡକୁ ୫ ଉଇକେଟରେ ପରାସ୍ତ କରିଛି ଅଷ୍ଟ୍ରେଲିଆ। ଏହି ପରାଜୟ ସହିତ ସ୍କଟ୍‌ଲାଣ୍ଡ ଟୁର୍ନାମେଣ୍ଟରୁ ବିଦାୟ ନେଇଥିବା ବେଳେ...

ଟି-୨୦ ବିଶ୍ୱକପ ଚାଲିଥିବାବେଳେ ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌

ନ୍ୟୁୟର୍କ,୧୬।୬: ଟି-୨୦ ବିଶ୍ୱକପ ୨୦୨୪ ଚାଲିଥିବାବେଳେ ଅନ୍ତର୍ଜାତୀୟ ସ୍ତରରେ ଦୁଇଟି ଦଳ ପାଇଁ ଖେଳିଥିବା ଷ୍ଟାର ଅଲରାଉଣ୍ଡର ଡେଭିଡ ଓ୍ବିଜେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି।...

ଟି-୨୦ ବିଶ୍ୱକପର ସୁପର୍‌-୮ରେ କାହାକୁ ଭେଟିବ ଟିମ୍‌ ଇଣ୍ଡିଆ: ଜାଣନ୍ତୁ କାର୍ଯ୍ୟସୂଚୀ

ନ୍ୟୁୟର୍କ,୧୬।୬: ଇଂଲଣ୍ଡ ଦଳ ଶେଷରେ ଟି-୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବାରେ ସଫଳ ହୋଇଛି। ଏପର୍ଯ୍ୟନ୍ତ ୭ଟି ଦଳ ସୁପର ୮...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri