Posted inବୌଦ୍ଧ

ବନ୍ଧୁସାହିରେ ପାନୀୟ ଜଳ ସଙ୍କଟ

ଜହ୍ନାପଙ୍କ,୨୪।୫ (ଡି.ଏନ.ଏ)- ବୌଦ୍ଧ ବ୍ଲକ ତେଲିବନ୍ଧ ପଞ୍ଚାୟତ ଅନ୍ତର୍ଗତ ବନ୍ଧୁସାହିରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି । ଏହି ସାହିରେ ୨୦ ପରିବାରର ପ୍ରାୟ ୩୦୦ ଲୋକ ବସବାସ କରନ୍ତି । ଏମାନଙ୍କ ପାଇଁ ୨ଟି ନଳକୂପ ଅଛି । ମାତ୍ର ଖରାଦିନ ଆସିଲେ ଜଳସ୍ତର ନିମ୍ନଗାମୀ ହେତୁ ନଳକୂପରୁ ଅଳ୍ପ ଅଳ୍ପ ପାଣି ବାହାରୁଛି । ଏପରି କି ବାଲ୍‌ଟିଏ ପାଣି ସଂଗ୍ରହ ପାଇଁ ଅଧଘଣ୍ଟା ସମୟ ଲାଗୁଛି । ବସ୍ତିଟି ଏକ ପଥୁରିଆ ଜାଗାରେ ହୋଇଥିବାରୁ ପ୍ରତିବର୍ଷ ଗ୍ରୀଷ୍ମଋତୁ ଆସିଲେ ଏହି ସମସ୍ୟା ଦେଖା ଦେଇଥାଏ । ପୂର୍ବବର୍ଷଗୁଡିକରେ ଏପ୍ରିଲ ମାସରୁ ଟ୍ୟାଙ୍କର ଯୋଗେ ପାନୀୟ ଜଳ ଯୋଗାଇ ଦିଆଯାଉଥିଲା । କିନ୍ତୁ ଚଳିତବର୍ଷ ମେ ମାସ ସରିବାକୁ ବସିଥିଲେ ହେଁ ପାନୀୟ ଜଳ ଯୋଗାଣର କୌଣସି ବ୍ୟବସ୍ଥା ହୋଇନାହିଁ । ଫଳରେ ସାହିବାସୀ ପାଣି ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗଛକଟାକୁ ନେଇ ବିଦ୍ୟୁତ କାଟ୍‌, ଗାଁ ଯୁବକଙ୍କ ସହ ପୋଲିସ ମୁହାଁମୁହିଁ, ରଣକ୍ଷେତ୍ର ପାଲଟିଲା…

ହରଭଙ୍ଗା,୫।୫ ( ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜିଲା ହରଭଙ୍ଗା ବ୍ଳକର ପୁରୁଣାକଟକ ଥାନାରେ ମଙ୍ଗଳବାର ଦିନ କରଞ୍ଜକଟା ଗ୍ରାମର ଯୁବକ  ଓ ପୋଲିସ ମୁହାଁମୁହିଁ ହେବା…

ଗାଁରେ ମଦ ବିକ୍ରିକୁ ନେଇ ତୁମୁଳକାଣ୍ଡ, ଧାରୁଆ ଅସ୍ତ୍ରରେ ହାଣିଲେ ମଦ ବ୍ୟବସାୟୀ

ବୌଦ୍ଧ,୨୮।୪( ଅଜିତ କୁମାର ବାରିକ): ବୌଦ୍ଧ ଥାନା ବାଘପଳି ଗ୍ରାମରେ ଚୋରା ମଦ ବିକ୍ରିକୁ ନେଇ ତୁମୁଳକାଣ୍ଡ । ଗଣ୍ଡଗୋଳରେ ଦୁଇଜଣ ଗୁରୁତର ହୋଇଛନ୍ତି । ସୂଚନା…

କାର୍‌ରେ ଆସି ବରଯାତ୍ରୀ ଗାଡ଼ି ଉପରକୁ କଲେ ଗୁଳିମାଡ଼, ଆଉ ତା’ ପରେ…

ବୌଦ୍ଧ,୨୩।୪(ଅଜିତ କୁମାର ବାରିକ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ): ବୌଦ୍ଧ ଜିଲା ଆମ୍ବଝରି ପଞ୍ଚାୟତ ବଏଲବେଡ଼ା ଗ୍ରାମରୁ ଅନୁଗୋଳ ଜିଲା ଆଠମଲ୍ଲିକ ଥାନା ବେଲପୁଞ୍ଜି ଗ୍ରାମକୁ ମଙ୍ଗଳବାର ରାତିରେ…

ଚକା ଫାଟି ଗଛରେ ପିଟିହେଲା କାର: ପରିବାରର ୬ଗୁରୁତର

ବଘିଆପଡ଼ା,୧୯।୪(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ୱର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଗାୟତ୍ରୀ ପ୍ରଜ୍ଞାପୀଠ ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଏକ କାର୍‌ର ଆଗ…

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଘରକୁ ଫେରିବାବେଳେ ଅଟକାଇ ଜଣଙ୍କୁ ହତ୍ୟା କଲେ ଦୁର୍ବୃତ୍ତ, ଜଣେ ଗୁରୁତର

ବଘିଆପଡ଼ା,୯ା୩(ଶ୍ରୀକାନ୍ତ ସାହୁ): ବୌଦ୍ଧ ଜିଲା ହରିପୁର ଛକରେ ଏକ ହତ୍ୟାକାଣ୍ଡ ହୋଇଛି। ତେବେ ପୂର୍ବ ଶତ୍ରୁତାକୁ ନେଇ ଏହି ହତ୍ୟା ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ, ବୌଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri