ବନ୍ୟପ୍ରାଣୀ ଚୋରା ଚାଲାଣ: ଇଣ୍ଟରପୋଲ୍‌ ଦ୍ୱାରା ୬ ମାସରେ ୬ ଶହ ଗିରଫ

ଲିଓ,୧୫।୭: ବନ୍ୟପ୍ରାଣୀ ଚୋରା ଚାଲାଣ ବନ୍ଦ କରିବା ପାଇଁ ଅନ୍ତର୍ଜାତୀୟସ୍ତରରେ ଇଣ୍ଟରପୋଲ୍‌ ଏବଂ ଓ୍ବାଲର୍‌ଡ କଷ୍ଟମ ଅର୍ଗାନାଇଜେସନ୍‌ର ମିଳିତ ସହଯୋଗରେ ଅପରେଶନ୍‌ ଜାରି ରହିଛି। ଏହି ଅପରେଶନ୍‌ରେ ୧୦୯ଟି ଦେଶ ସାମିଲ୍‌ ହୋଇଛନ୍ତି। ଚଳିତ ବର୍ଷ ପ୍ରଥମ ୬ ମାସ ମଧ୍ୟରେ ୨ ହଜାରଟି ବନ୍ୟପ୍ରାଣୀ ଚୋରା ଚାଲାଣ ମାମଲା ଦାଏର ହୋଇଛି। ଏହି ମାମଲାରେ ୬ ଶହ ଜଣଙ୍କୁ ଗିରଫ କରାଯାଇଥିବା ଇଣ୍ଟରପୋଲ ପକ୍ଷରୁ ସୂଚନା ଦିଆଯାଇଛି। ଚଳିତ ବର୍ଷ ଜାନୁୟାରୀରୁ ଜୁନ୍‌ ମଧ୍ୟରେ ଏହି ଚୋରା ଚାଲାଣ ଘଟଣାଗୁଡ଼ିକ ଘଟିଥିବା କୁହାଯାଉଛି। ଏହି ଅପରେଶନ୍‌ରେ ୪୪୦ ହାତୀଦାନ୍ତ ଜବତ ହୋଇଥିବାବେଳେ ୪୩ ଶହ ଜୀବିତ ପକ୍ଷୀ, ବିରଳ ପ୍ରଜାତିର ୧୦ ହଜାର କଇଁଛ ଉଦ୍ଧାର କରାଯାଇଛି। କେବଳ ଜୁନ୍‌ ମାସରେ ୨୩ ଲଙ୍ଗୁର, ୩୦ ସିଂହ, ବାଘ ଓ ଚିତା ଆଦି ବନ୍ୟ ପ୍ରାଣୀଙ୍କୁ ଉଦ୍ଧାର କରାଯାଇଛି। ସେହିପରି ଏକ ଟନ୍‌ରୁ ଅଧିକ ଓଜନର ପାଙ୍ଗୋଲିନ୍‌ ହାଡ଼ ଜବତ କରାଯାଇଛି। ଏହା ସହିତ ୭୪ ଟ୍ରକ୍‌ ଚୋରାକାଠ ଓ ୨୬ ଶହ ବିରଳ ବୃକ୍ଷ ଚାରା ଜବତ ହୋଇଥିବା ଇଣ୍ଟରପୋଲ୍‌ ଦ୍ୱାରା ପ୍ରକାଶିତ ରିପୋର୍ଟରେ ଦର୍ଶାଯାଇଛି। ୨୦୧୭ରେ ବନ୍ୟପ୍ରାଣୀ ଚୋରା ଚାଲାଣ ବନ୍ଦ କରିବା ପାଇଁ ଅପରେଶନ୍‌ ଥଣ୍ଡରବଲ୍‌ କାର୍ଯ୍ୟକାରୀ ହେଉଥିବାବେଳେ ୨୦୧୮ରେ ଏହାକୁ ଅପରେଶନ୍‌ ଥଣ୍ଡରଷ୍ଟ୍ରମ୍‌ ଭାବେ ନାମିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

ଗର୍ଭବତୀଙ୍କୁ ହତ୍ୟାକଲେ ସିଏ ସ୍ବାମୀ, ପୋଲିସରୁ କହିଲେ ମିଛ କାହାଣୀ

ଚଣ୍ଡିଗଡ଼,୧୯।୨: ସ୍ବାମୀ ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ) ଏବଂ ସ୍ତ୍ରୀ ହେଉଛନ୍ତି ଜଣେ ବ୍ୟାଙ୍କ ଅଧିକାରୀ। ସେମାନଙ୍କ ବିବାହକୁ ମାତ୍ର ୪ ମାସ ପୂରିଛି । ହେଲେ…

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର…

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri