ବନ୍ୟପ୍ରାଣୀ, ବନ କର୍ମଚାରୀଙ୍କ ସୁରକ୍ଷା ଚିନ୍ତା

ଭୁବନେଶ୍ୱର,୧୭ା୪(ବ୍ୟୁରୋ): ଲକ୍‌ଡାଉନ୍‌ ଓ କରୋନା କଟକଣାରୁ ମୁକ୍ତ ରହିଛି ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗର କାର୍ଯ୍ୟ। ତେବେ ସଂକ୍ରମଣ ଭୟ ଥିବାରୁ ଚିନ୍ତା ବଢ଼ିଛି। କୋଭିଡ୍‌-୧୯ ଦ୍ୱାରା ସବୁକିଛି ପ୍ରଭାବିତ ହୋଇଥିବାବେଳେ ଏହି ମହାମାରୀର ମୁକାବିଲା ପାଇଁ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ମହତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମତବ୍ୟକ୍ତ କରିଛନ୍ତି। ଲକ୍‌ଡାଉନ୍‌ର ଦ୍ୱିତୀୟ ପର୍ଯ୍ୟାୟରେ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରି ମନ୍ତ୍ରୀ ବନ୍ୟପ୍ରାଣୀ ଓ ବନ କର୍ମଚାରୀଙ୍କ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ ଦେଇଛନ୍ତି। ସାମାଜିକ ଦୂରତ୍ୱର ଅନୁପାଳନ କରି କାର୍ଯ୍ୟ କରିବାକୁ ଅଧିକାରୀ ଓ କର୍ମଚାରୀଙ୍କୁ ପରାମର୍ଶ ଦେଇଛନ୍ତି।
ଗୁରୁବାର ଅରଣ୍ୟ ଭବନଠାରେ ଭିଡ଼ିଓ କନ୍‌ଫରେନ୍ସିଂରେ ଅନୁଷ୍ଠିତ ବୈଠକରେ ମନ୍ତ୍ରୀ କରୋନା ମୁକାବିଲାରେ ବିଭାଗୀୟ ଅଧିକାରୀଙ୍କ ଭୂମିକା, ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁର ପ୍ରତିରୋଧ, ଚିଡ଼ିଆଖାନା ଓ ହରିଣପାର୍କରେ ଜୀବଜନ୍ତୁଙ୍କ ଯନତ୍, ବନ୍ୟପ୍ରାଣୀଙ୍କ ସୁରକ୍ଷା ଉପରେ ଆଲୋଚନା କରିଥିଲେ। ଏହାସହ କେନ୍ଦୁପତ୍ର ତୋଳିବା ଓ ନର୍ସରୀ ପରିଚାଳନା କ୍ଷେତ୍ରରେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଆର୍‌ସିସିଏଫ୍‌ ଏବଂ ଡିଏଫ୍‌ଓମାନଙ୍କ ସହ କଥା ହୋଇଥିଲେ। କ୍ଷେତ୍ରୀୟ ବନ କର୍ମଚାରୀଙ୍କୁ ପର୍ଯ୍ୟାପ୍ତ ସାନିଟାଇଜର, ମାସ୍କ, ଗ୍ଲୋଭସ୍‌ ଆଦି ଯୋଗାଇବା, ଜଙ୍ଗଲ ଓ ବନ୍ୟଜନ୍ତୁଙ୍କ ସୁରକ୍ଷା ପାଇଁ ପାଟ୍ରୋଲିଂ, ଜିଲା ପ୍ରଶାସନକୁ କୋଭିଡ୍‌ ମୁକାବିଲାରେ ସହଯୋଗ କରିବା ପାଇଁ ୫ ଜଣ ବନରକ୍ଷୀଙ୍କୁ ସର୍ବଦା ପ୍ରସ୍ତୁତ ରଖିବା ଏବଂ ଭୁବନେଶ୍ୱରରେ ସାମାଜିକ ଦୂରତା ବଜାୟ ରଖିବା ପାଇଁ ୪୨ ଜଣ ବନପାଳଙ୍କୁ ନିୟୋଜିତ କରିବା ନେଇ ନିଷ୍ପତ୍ତି ନିଆଯାଇଥିଲା। ଚଳିତ ଆର୍ଥିକବର୍ଷରେ ଲକ୍ଷ୍ୟଧାର୍ଯ୍ୟ ୧୬ କୋଟି ୧୩ ଲକ୍ଷ ଚାରା ମଧ୍ୟରୁ ଏପ୍ରିଲ ୩ ସୁଦ୍ଧା ୯ କୋଟି ୨୯ ଲକ୍ଷ ଉତ୍ପାଦନ ହୋଇଛି। ଅବଶିଷ୍ଟ ଧାର୍ଯ୍ୟ ଲକ୍ଷ୍ୟ ପୂରଣ ପାଇଁ ଅତିରିକ୍ତ ପ୍ରସ୍ତାବ ମନରେଗା କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରିବା ନିମନ୍ତେ ପଞ୍ଚାୟତିରାଜ ବିଭାଗର ଅନୁମୋଦନ ଲୋଡ଼ାଯାଇଛି। ଜଙ୍ଗଲ ବିଭାଗର ସମସ୍ତ ଉଚ୍ଚପଦସ୍ଥ ଅଧିକାରୀ, ବନମଣ୍ଡଳ ଓ ବନଖଣ୍ଡ ଅଧିକାରୀମାନଙ୍କର ମିଳିତ ଗୋଟିଏ ଦିନର ଦରମା ହିସାବରେ ସମୁଦାୟ ୮୦ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ପ୍ରଦାନ କରାଯାଇଥିବା ସୂଚନା ଦିଆଯାଇଥିଲା।
ବୈଠକରେ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ମୋନା ଶର୍ମା କୋଭିଡ୍‌-୧୯ ସମ୍ପର୍କିତ ସମସ୍ତ ସରକାରୀ ନିର୍ଦ୍ଦେଶନାମାକୁ ଠିକ୍‌ଭାବେ ଅନୁପାଳନ କରିବାକୁ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। କନ୍‌ଫରେନ୍ସିଂରେ ପିସିସିଏଫ୍‌ ଏବଂ ବନବାହିନୀ ମୁଖ୍ୟ ଡ. ସନ୍ଦୀପ ତ୍ରିପାଠୀ, ପିସିସିଏଫ୍‌(କେନ୍ଦୁଲିଫ୍‌) ପ୍ରଭାକର ବେହେରା, ପିସିସିଏଫ୍‌(ବନ୍ୟପ୍ରାଣୀ) ହରିଶଙ୍କର ଉପାଧ୍ୟାୟ, ଓଡ଼ିଶା ବନ ଉନ୍ନୟନ ନିଗମର ପରିଚାଳନା ନିର୍ଦ୍ଦେଶକ ରାଜୀବ କୁମାର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri