Posted inଜାତୀୟ

ବନ୍ୟାରେ ଭାସିବ ମୁମ୍ବାଇ-କୋଲକାତା: ୨୧୦୦ ସୁଦ୍ଧା ହିନ୍ଦୁକୁଶ ହିମାଳୟ ହିମନଦୀର ୨ ତୃତୀୟାଂଶ ତରଳିବ; ୧୫୦ ନିୟୁତରୁ ଅଧିକ ଲୋକ ହରାଇବେ ଭିଟାମାଟି

ନୂଆଦିଲ୍ଲୀ,୨୬।୯: ଜଳବାୟୁ ପରିବର୍ତ୍ତନ ଏବଂ ବିଶ୍ୱତାପମାନ ବୃଦ୍ଧିର ପ୍ରଭାବ ଯୋଗୁ ହିନ୍ଦୁ କୁଶ ହିମାଳୟ ହିମନଦୀ ଉପରେ ନକାରାତ୍ମକ ପ୍ରଭାବ ପଡ଼ିବ। ୨୧୦୦ ମସିହା ସୁଦ୍ଧା ହିମନଦୀର ୨ ତୃତୀୟାଂଶ ତରଳିଯିବ। ଫଳରେ ସମୁଦ୍ର ଜଳସ୍ତର ୫୦ ସେମି ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଏହାଦ୍ୱାରା ଉପକୂଳ ଅଞ୍ଚଳରେ ସମୁଦ୍ର ପାଣି ମାଡ଼ିଯିବ। ଫଳରେ ଏଠାରେ ବାସ କରୁଥିବା ୧୫୦ ନିୟୁତରୁ ଅଧିକ ଲୋକ ନିଜର ଭିଟାମାଟି ହରାଇବେ ବୋଲି ବିଶ୍ୱ ଜଳବାୟୁ ରିପୋର୍ଟରେ ପ୍ରକାଶ ପାଇଛି। ହିନ୍ଦୁ କୁଶ ହିମାଳୟ ହିମନଦୀ ଯୋଗୁ ଭାରତ, ପାକିସ୍ତାନ, ଆଫଗାନୀସ୍ତାନ, ତିବ୍ବତ, ଚାଇନା, ନେପାଳ, ବାଂଲାଦେଶ ଆଦି ଦେଶର ୧୨୦ ନିୟୁତ ଲୋକ ଜଳସେଚନ ସୁବିଧା ପାଇଥାନ୍ତି। ସେହିପରି ଏସବୁ ଦେଶର ୧୩୦ କୋଟିରୁ ଅଧିକ ନଦୀକୂଳରେ ବାସ କରୁଥିବା ଲୋକ ଉପକୃତ ହୋଇଥାନ୍ତି। ତେବେ ଆଗାମୀ ଦିନରେ ହିମନଦୀର ୬୦ ପ୍ରତିଶତ ତରଳି ଯିବାର ଆଶଙ୍କା ରହିଛି। ଏହାର ପ୍ରଭାବ କେନ୍ଦ୍ରୀୟ, ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଏସିଆ ରାଷ୍ଟ୍ରର ୪୬ଟି ସହର ଉପରେ ପଡ଼ିବ। ସେହିପରି ଭାରତର ମୁମ୍ବାଇ ଏବଂ କୋଲକାତାରେ ବାରମ୍ବାର ବନ୍ୟା ସ୍ଥିତି ସୃଷ୍ଟି ହେବ ବୋଲି ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ବଢ଼ିବ ତାତି: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୫।୪ (ବନ୍ଦନା ସେଠୀ): ରାଜ୍ୟରେ ଆହୁରି ବଢିବ ତାତି। ଗରମ ତାୱାରେ ଜଳିବ ଓଡ଼ିଶା। ସେହିପରି ଆସନ୍ତା ୬ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ଲାଗିରହିବ। ଦିନର…

ଆମେରିକାକୁ ଚେତାବନୀ ଦେଲା ଚାଇନା: ହର୍ମୁଜକୁ ନେଇ ହଲଚଲ

ବେଜିଂ,୧୫ା୪(ଏଜେନ୍ସି):ପାକିସ୍ତାନ ମଧ୍ୟସ୍ଥତାରେ ଇସ୍‌ଲାମାବାଦରେ ୨୧ ଘଣ୍ଟିଆ ଶାନ୍ତି ଆଲୋଚନାରୁ ନିଷ୍କର୍ଷ ନ ବାହାରିବାରୁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଆମେରିକା ଓ ଇରାନ୍‌ ପୁଣି ମୁହଁାମୁହଁି ହୋଇଛନ୍ତି। ଆମେରିକୀୟ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

୬ ମାସ ପୂର୍ବରୁ ଶାହା ଲେଖିଥିଲେ ନୀତିଶଙ୍କ ବିଦାୟର ସ୍କ୍ରିପ୍ଟ? ସତ ହୋଇଗଲା ସଙ୍କେତ, ନିର୍ବାଚନ ସମୟରେ ହିଁ…

ପାଟନା,୧୪।୪: ବିହାର ରାଜନୀତିରେ ମଙ୍ଗଳବାର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ବିହାରରେ ’ନୀତିଶ ଯୁଗ’ର…

୪୦ମିନିଟ ଧରି କଥା ହେଲେ ମୋଦି-ଟ୍ରମ୍ପ, ଯୁଦ୍ଧକୁ ନେଇ କହିଦେଲେ ବଡ଼କଥା!

ନୂଆଦିଲ୍ଲୀ,୧୪।୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ବିଫଳ ହେବା ପରେ, ମଙ୍ଗଳବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri