ବନ କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ୯ ଗିରଫ

ରାଇରଙ୍ଗପୁର,୨୮ା୪(ଡି.ଏନ୍‌.ଏ.)- ବନ କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ରବିବାର ବିଶୋଇ ଥାନା ପୋଲିସ ୯ ଜଣ କାଠ ଚୋରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଆଲପାଣି ଗ୍ରାମ ବଡ଼ଗୁଣ ବସ୍ତି ଅଞ୍ଚଳର ଗୋବିନ୍ଦ ଦାସ, ଲକ୍ଷ୍ମଣ ଦେହୁରୀ, ପୁରୁଷୋତ୍ତମ ଦେହୁରୀ, ପୀତବାସ ଦାସ, ଅନାଦି ଦେହୁରୀ, ପ୍ରଦୀପ କୁମାର ପାତ୍ର, ଯୋଗେଶ୍ୱର ଦେହୁରୀ, ସୁଦର୍ଶନ ଦେହୁରୀ ଓ ଦୁର୍ଯ୍ୟାଧନ ଦେହୁରୀ। ଲକଡାଉନର ସୁଯୋଗ ନେଇ ଏହି କାଠଚୋରମାନେ ଶିମିଳିପାଳ ଅଭୟାରଣ୍ୟ ପାର୍ଶ୍ୱ ତାଳବନ୍ଧ ରେଞ୍ଜ ଅଞ୍ଚଳରୁ କାଠ କାଟୁଥିଲେ। ଖବରପାଇ ଚଢାଉ କରିଥିବା ବନ କର୍ମଚାରୀମାନଙ୍କୁ ସେମାନେ ଆକ୍ରମଣ କରି ଫେରାର ହୋଇ ଯାଇଥିଲେ। ରେଞ୍ଜ ଅଧିକାରୀ ମଧୁସ୍ମିିତା ଦାସଙ୍କ ଅଭିଯୋଗ କ୍ରମେ ବିଶୋଇ ଥାନାରେ ଏକ ମାମଲା(ନଂ.୩୬/୨୦୨୦) ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଆକ୍ସନ ମୋଡ୍‌ରେ ବିଇଓ: ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ, ଦୁଇ ଶିକ୍ଷକଙ୍କ ଦରମା ବନ୍ଦ

ଉଦଳା,୩ା୯(ସନ୍ତୋଷ ବାଛିନୀ): ଆକ୍ସନ ମୋଡ୍‌ରେ କପ୍ତିପଦା ବିଇଓ। କାର୍ଯ୍ୟରେ ଅବହେଳା ଏବଂ ନିୟମ ଉଲ୍ଲଂଘନ ପାଇଁ ଜଣେ ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କରିବା ସହିତ ଦୁଇ ଜଣଙ୍କ ଦରମା…

ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ

ଉଦଳା,୩ା୯(ସନ୍ତୋଷ ବାଛିନୀ): ସାବତ ଶ୍ୱଶୁର ହେଲେ ରକ୍ତମୁଖା। ଲୁହା ରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ମଝିଗଡ଼ିଆ…

ଧରିତ୍ରୀ ପ୍ରଭାବ; ଅଙ୍ଗନବାଡ଼ିରେ ପିଲାଙ୍କୁ ମିଳୁ ନଥିଲା ରନ୍ଧାଖାଦ୍ୟ, ଜିଲା ପ୍ରଶାସନର ଯାଞ୍ଚ ପରେ ଅଣ୍ଡା…

ଉଦଳା,୩।୯(ସନ୍ତୋଷ ବାଛିନୀ): ଖବର ପ୍ରସାରଣ ପରେ ଆକ୍ସନ ମୋଡରେ ଜିଲା ପ୍ରଶାସନ । ନିଜେ ତଦନ୍ତ କରିବା ପରେ ଅଙ୍ଗନବାଡିରେ ଆରମ୍ଭ ହେଲା ରୋଷେଇ । ଶିଶୁଙ୍କୁ…

ରିଲିଫ ନେଇ ଫେରୁଥିବା ବେଳେ ଛାତ୍ରଙ୍କ ମୁଣ୍ଡରେ ପଡ଼ିଗଲା ନଡ଼ିଆ, ତାପରେ….

ବାରିପଦା,୨।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସହର ମଧୁବନ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗଛରୁ ନଡ଼ିଆ ଖସି ଜଣେ ପଞ୍ଚମ ଶ୍ରେଣୀ ଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri