ବନ ବିଭାଗର କରତକଳ ଉପରେ ଚଢାଉ: ଯନ୍ତ୍ରାଂଶ, କାଠକୁ ଛଡାଇ ନେଲେ ଲୋକେ

ସିମୁଳିଆ, ୨୮ା୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ମାର୍କୋଣା ଷ୍ଟେଶନ ବଜାର ନିକଟରେ ଥିବା ଏକ କରତକଳ ଉପରେ ବନବିଭାଗ ପକ୍ଷରୁ ଚଢାଉ କରାଯାଇଛି। ମାଜିଷ୍ଟ୍ରେଟ ରୂପେ ସଦର ବ୍ଲକ ଅତିରିକ୍ତ ତହସିଲଦାର ଶତ୍ରୁଘ୍ନ ସେଠୀଙ୍କ, ବନ ବିଭାଗୀୟ ଅଧିକାରୀ ସମୀର କୁମାର ସାହୁ, ଚାନ୍ଦିପୁର ଓ ନୀଳଗିରି ରେଞ୍ଜରଙ୍କ ସମେତ ଏକ ପ୍ଲାଟୁନ ଫୋର୍ସ, ସିମୁଳିଆ ପୋଲିସ ଓ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ା ଅଧିକାରୀମାନେ ଗ୍ୟାସ କଟର ସହାୟତାରେ କରତକଳର ବିଭିନ୍ନ ଯନ୍ତ୍ରାଂଶ ଓ କାଠଗଣ୍ଡି ଜବତ କରି ଗାଡିରେ ବୋଝେଇ କରିଥିଲେ ା ଅପରାହ୍ନ ପର୍ଯ୍ୟନ୍ତ ଏହି ପ୍ରକ୍ରିୟା ଚାଲୁ ରହିଥିଲା ା ପରେ ସ୍ଥାନୀୟ ମହିଳା ଓ ଜନସାଧାରଣ ପହଞ୍ଚି ଜବତ କାଠ ଓ ଯନ୍ତ୍ରାଂଶଗୁଡିକୁ ଜବରଦସ୍ତ ଗାଡିରୁ ଓହ୍ଲାଇ ଦେଇଥିଲେ ା ବିଭାଗୀୟ ଅଧିକାରୀଙ୍କ ଚଢାଉ ପ୍ରହସନ ବୋଲି ଲୋକେ କହିଥିଲେ। ବାରମ୍ବାର ବିଭିନ୍ନ କରତକଳ ଉପରେ ଚଡାଉ କରାଯାଉଥିଲେ ହେଁ ୨ରୁ ୩ ଦିନ ମଧ୍ୟରେ ଏହି କରତ କଳଗୁଡିକ ପୁଣି କିପରି ଚାଲୁଛି, ଯଦି ସରକାରଙ୍କ ନିୟମ ନାହିଁ ତେବେ ରାଜ୍ୟ ସାରା କରତ କଳଗୁଡିକ ବନ୍ଦ କରିଦିଆଯାଉ ବୋଲି ଜନସାଧାରଣ ଦାବି କରିଥିଲେ ା ଜନସାଧାରଣ ନିଜର ଆବଶ୍ୟକ ମୁତାବକ କାଠ ଓ ପଟା କାଟୁଥିବା ବେଳେ ବିଭାଗୀୟ ଚଢାଉ କରି ଲୋକମାନଙ୍କୁ ହଇରାଣ କରୁଥିବା ଅଭିଯୋଗ ହୋଇଛି ା ଅପରାହ୍ନରେ ବିଭାଗୀୟ ଅଧିକାରୀମାନେ ଉପରିସ୍ଥ ଅଧିକାରୀଙ୍କ ଫୋନ ପାଇ ନିରାଶରେ ଫେରିଯାଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାକ୍ଟର ଧକ୍କାରେ ଶ୍ରମିକ ମୃତ, କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହସ୍ପିଟାଲ ଛକ ମୁଖ୍ୟରାସ୍ତାରେ ସୋମବାର ପୂର୍ବାହ୍ନ  ପ୍ରାୟ ୧୦ ଟାରେ ଏକ ବାଲି ବୋଝେଇ ଟ୍ରାକ୍ଟର (ନଂ. ଓଡ଼ି୦୭…

‘ହର୍ମୁଜକୁ କଣ୍ଟ୍ରୋଲ କରୁଛି ଇରାନୀ ସେନା, କୌଣସି ହସ୍ତକ୍ଷେପକୁ ବରଦାସ୍ତ କରାଯିବ ନାହିଁ,’ ଟ୍ରମ୍ପଙ୍କୁ କଡ଼ା ଭାଷାରେ କହିଲେ ଆରାଘଚି

ତେହରାନ,୨୯।୬: ଆମେରିକା ଏବଂ ଇରାନ ମଧ୍ୟରେ ଚୁକ୍ତି ସତ୍ତ୍ୱେ, ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ଏପର୍ଯ୍ୟନ୍ତ କମି ନାହିଁ। ଏହି ସମୟରେ, ତେହରାନ ସ୍ପଷ୍ଟ କରିଛି ଯେ…

୧୩ ଜୁଆଙ୍ଗଙ୍କ ମୃତ୍ୟୁ, କେନ୍ଦୁଝରରେ କଂଗ୍ରେସର ପ୍ରତିବାଦ

କେନ୍ଦୁଝର,୨୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଦାଦନ ଖଟିବାକୁ ତାମିଲନାଡୁ ଯାଇ କେନ୍ଦୁଝର ଜିଲାର ୧୩ ଜଣ ଆଦିମ ଜନଜାତି ଜୁଆଙ୍ଗ ସମ୍ପ୍ରଦାୟର ଯୁବତୀଙ୍କ ମୃତ୍ୟୁ ଘଟଣାକୁ କଂଗ୍ରେସ ପକ୍ଷରୁ…

ପ୍ରଥମ ଥର ଗଜାନନ ବେଶ ଧାରଣ କଲେ ଶ୍ରୀଜଗନ୍ନାଥ: ନୂତନ ସ୍ନାନମଣ୍ଡପ ପ୍ରତିଷ୍ଠା

ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ): ପବିତ୍ର ସ୍ନାନଯାତ୍ରା ଅବସରରେ ଶ୍ରୀକ୍ଷେତ୍ର ପୁରୀ ସମେତ ସମଗ୍ର ରାଜ୍ୟରେ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା ଭକ୍ତିଭାବର ସହ ପାଳିତ ହେଉଥିବା ବେଳେ କନ୍ଧମାଳ…

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାର ସହଜ ଉପାୟ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗଗ୍ରସ୍ତ ହେବାର ଯଥେଷ୍ଟ ଆଶଙ୍କା ରହିଛି। ତେବେ ଏହାକୁ ସନ୍ତୁଳିତ…

୩ବର୍ଷର ନାବାଳିକାଙ୍କୁ ବଳାତ୍କାର କଲେ ୬୫ ବର୍ଷୀୟ ବୃଦ୍ଧ, ପରେ ପଥରରେ ଛେଚି ମାରିଦେଲେ

ମୁମ୍ବାଇ,୨୯।୬: ପୁଣେରେ ଜଣେ ତିନି ବର୍ଷର ଶିଶୁ କନ୍ୟାକୁ ବଳାତ୍କାର ଏବଂ ହତ୍ୟା ମାମଲାରେ ଦୋଷୀକୁ ମୃତ୍ୟୁଦଣ୍ଡ ଦିଆଯାଇଛି । ପୁଣେର ଏକ ସ୍ୱତନ୍ତ୍ର ଅଦାଲତ ୬୫…

ଏଲ୍‌ ନିନୋ ଏବଂ ଉତ୍ତପ୍ତ ପାଣିପାଗ

ଇତିହାସରେ ଏଲ୍‌ ନିନୋ : ବିଗତ ୧୯୮୨-୮୩ ଏବଂ ୧୯୯୭-୯୮ ମସିହାର ଏଲ୍‌ ନିନୋଗୁଡ଼ିକ ବିଂଶ ଶତାବ୍ଦୀର ସବୁଠାରୁ ତୀବ୍ର ଘଟଣା ଥିଲା। ୧୯୮୨-୮୩ର ଘଟଣାଗୁଡ଼ିକ ସମୟରେ,…

୧ ଜୁଲାଇରୁ ଝଟ୍‌କା! ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପଡ଼ିବ ପ୍ରଭାବ; ଆଧାର, ଆଇଟିଆର୍ ଏବଂ ବ୍ୟାଙ୍କରେ…

ନୂଆଦିଲ୍ଲୀ,୨୯।୬: ୧ ଜୁଲାଇ ୨୦୨୬ରୁ ଅନେକ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଏହାର ପ୍ରଭାବ ଟ୍ୟାକ୍ସପେୟର (କରଦାତା), ବ୍ୟାଙ୍କ ଗ୍ରାହକ, କ୍ରେଡିଟ୍ କାର୍ଡ ବ୍ୟବହାରକାରୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri