ବନ ମହୋତ୍ସବରେ ଜିଲାପାଳଙ୍କ ପ୍ରତିଶ୍ରୁତି: ମାଝିସାହି ହେବ ଆଦର୍ଶ ଗ୍ରାମ

ଢେଙ୍କାନାଳ ଅଫିସ, ୨ା୮-ଢେଙ୍କାନାଳ ଜିଲା ସପ୍ତଶଯ୍ୟା ପଞ୍ଚାୟତ ଅଧୀନ ବଣଜଙ୍ଗଲ ଘେରା ମାଝିସାହି ଗ୍ରାମରେ ସଚେତନ ନାଗରିକ ଫୋରମ୍‌ ପକ୍ଷରୁ ଗୁରୁବାର ବନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ପାରମ୍ପରିକ ଆଦିବାସୀ ନୃତ୍ୟ, ବାଦ୍ୟର ତାଳେ ତାଳେ ଚାରା ରୋପଣ କରାଯାଇଥିଲା।
ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ ସୁନାରି ଚାରା ଲଗାଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ସ୍ଥାନୀୟ ହାଇସ୍କୁଲ ପରିସରରେ ଆୟୋଜିତ ସଭାରେ ଯୋଗଦେଇ ଜିଲାପାଳ କହିଲେ, ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ହେଉଛି ମାଝିସାହି। ଏହାକୁ ଆଦର୍ଶ ଗ୍ରାମରେ ପରିଣତ କରିବାକୁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପଦକ୍ଷେପ ନିଆଯିବ। ପାନୀୟ ଜଳ, ରାସ୍ତାଘାଟ ସମସ୍ୟାର ତ୍ୱରିତ ସମାଧାନ କରାଯିବ। ସ୍କୁଲ ଚାରିପଟେ ସୁରକ୍ଷା ପାଚେରି ନିର୍ମାଣ ହେବ। ଗ୍ରାମର ବିକାଶ ପାଇଁ ପ୍ରଶାସନ ପକ୍ଷରୁ ଶତ ପ୍ରତିଶତ ସହାୟତା ଯୋଗାଇ ଦିଆଯିବ ବୋଲି ଜିଲାପାଳ ପ୍ରତିଶ୍ରୁତି ଦେଇଛନ୍ତି।
ମୁଖ୍ୟବକ୍ତା ଭାବେ ଯୋଗଦେଇ ଜିଲା ବନଖଣ୍ଡ ଅଧିକାରୀ (ଡିଏଫ୍‌ଓ) ସୁଦର୍ଶନ ପାତ୍ର କହିଲେ, ଗ୍ରାମ ପରିବେଶକୁ ସୁରକ୍ଷିତ ରଖିବାକୁ ସୁନାରି ଚାରାରୋପଣ କରାଯାଉଛି। ଗଛକୁ ନିଜର ସନ୍ତାନ ଭାବି ଯତ୍ନ ନେବାକୁ ସେ ପରାମର୍ଶ ଦେଇଥିଲେ। ଆଗାମୀ ଦିନରେ ଗ୍ରାମବାସୀଙ୍କ ଆର୍ଥିକ ମାନଦଣ୍ଡର ବିକାଶ କରିବାକୁ ସମୁଚିତ ପଦକ୍ଷେପ ନିଆଯିବ। ଏସ୍‌ଏଚ୍‌ଜି ମହିଳାଙ୍କୁ ବିକାଶମୂଳକ କାର୍ଯ୍ୟରେ ସାମିଲ କରାଯିବ ବୋଲି ଡିଏଫ୍‌ଓ କହିଛନ୍ତି। ସମ୍ମାନିତ ଅତିଥି ଭାବେ ଯୋଗଦେଇ ଜିଲା ଉଦ୍ୟାନକୃଷି ଉପନିର୍ଦ୍ଦେଶକ ଡ. ଭଗବାନ ଦାସ କହିଲେ, ଗ୍ରାମରେ ଖୁବଶୀଘ୍ର ପିଜୁଳି ବଗିଚା କରାଯିବ। ଫଳ ଗଛର ସୁରକ୍ଷା ପାଇଁ ସୌରଶକ୍ତିସମ୍ପନ୍ନ ବାଡ଼ ତିଆରି କରାଯିବ। ଏ ନେଇ ଅଞ୍ଚଳର ଲୋକଙ୍କୁ ଆବଶ୍ୟକ ତାଲିମ ଦିଆଯିବ ବୋଲି ସେ ସୂଚନା ଦେଇଥିଲେ। ସଙ୍ଗଠନର ସଭାପତି ପ୍ରଦ୍ୟୁମ୍ନ ରଥ କହିଲେ, ଫୋରମ୍‌ ପକ୍ଷରୁ ମାଝିସାହିକୁ ପୋଷ୍ୟଗ୍ରାମ ଭାବେ ଗ୍ରହଣ କରାଯାଇଛି। ଏହାର ବିକାଶ ପାଇଁ ସମସ୍ତ ପ୍ରକାର ଉଦ୍ୟମ ଜାରିରହିବ। ଏହି ଅବସରରେ ସରପଞ୍ଚ ଜେଶସ ସାହୁ, ସାମାଜିକ କର୍ମୀ ସରୋଜ ଶତପଥୀ, ଗ୍ରାମ ସଭାପତି ରୁପେଇ ବାସ୍କେ ପ୍ରମୁଖ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ନିର୍ମାଣ, ପାନୀୟଜଳ ସମସ୍ୟା ସମାଧାନ ପାଇଁ ଜିଲାପାଳଙ୍କୁ ଅନୁରୋଧ କରିଥିଲେ। ଏ ନେଇ ସେମାନେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।
ପ୍ରାରମ୍ଭରେ ପାରମ୍ପରିକ ବାଦ୍ୟନୃତ୍ୟ ମାଧ୍ୟମରେ ପୂଜାର୍ଚ୍ଚନା ସହ ଗ୍ରାମବାସୀ ଗଁା ସୀମା ଆରମ୍ଭରେ ଚାରାରୋପଣ କରିଥିଲେ। ସଦର ରେଞ୍ଜର ମୁନାୱର ଖଁା, ଫୋରମ୍‌ ଉପସଭାପତି ପଙ୍କଜ ନାୟକ, ଅଖିଳ ମହାପାତ୍ର, ସମ୍ପାଦକ ଭରତ ଦାସ, ଯୁଗ୍ମ ସମ୍ପାଦକ ଗୁପ୍ତେଶ୍ୱର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri