ବବନ ସିଂ ଏମ୍‌ସିଏଲ୍‌ର ନୂତନ ବୈଷୟିକ ନିର୍ଦ୍ଦେଶକ

ସମ୍ବଲପୁର, ୨।୫ (ବ୍ୟୁରୋ)- ମହାନଦୀ କୋଇଲା କମ୍ପାନୀ (ଏମ୍‌ସିଏଲ)ର ନୂତନ ବୈଷୟିକ ନିର୍ଦ୍ଦେଶକ (ଯୋଜନା ଓ ପରିଯୋଜନା) ଭାବେ ଶନିବାର ବବନ ସିଂ କାର୍ଯ୍ୟରେ ଯୋଗ ଦେଇଛନ୍ତି । ତାଙ୍କୁ ଅଧିକାରୀ, କର୍ମଚାରୀମାନେ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଛନ୍ତି। ୧୯୮୫ରେ ସେ ଧାନବାଦ ଇଣ୍ଡିଆନ ସ୍କୁଲ ଅଫ୍‌ ମାଇନ୍ସରୁ ମାଇନିଂ ଗ୍ରାଜୁଏଟ୍‌। କୋଲ ମାଇନିଂ ସେକ୍ଟରରେ ତାଙ୍କର ୩୫ ବର୍ଷର ଅଭିଜ୍ଞତା ରହିଛି । ଝାଡ଼ଖଣ୍ଡ ସେଣ୍ଟ୍ରାଲ କୋଲଫିଲ୍ଡ ଲିମିଟେଡ, ସାଉଥ୍‌ ଇଷ୍ଟର୍ଣ୍ଣ କୋଲଫିଲ୍ଡ ଲିମିଟେଡର ବିଭିନ୍ନ ଭୂତଳ ଓ ଖୋଲାମୁହଁ ଖଣିରେ ସଫଳତାର ସହ କାର୍ଯ୍ୟ ତୁଲାଇଛନ୍ତି। ଭାରତ ସରକାରଙ୍କ ମନ୍ତ୍ରୀ ମଣ୍ଡଳ ନିଯୁକ୍ତି ସମିତି ଦ୍ୱାରା ଅନୁମୋଦନ ମିଳିବା ପରେ ସେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଏହା ପୂର୍ବରୁ ବବନ ଏସଇସିଜେଡ ଚିରିମିରି ଏରିଆର ମହାପ୍ରବନ୍ଧକ ଭାବେ କାର୍ଯ୍ୟ କରୁଥିଲେ । ସେହିପରି ଚୀନରେ ହୋଇଥିବା ଇଣ୍ଡିଆନ ମାଇନିଂ କଂଗ୍ରେସରେ ପ୍ରତିନିଧିତ୍ୱ କରିଥିଲେ । ଏଥିସହ ଇଟାଲି, ଫ୍ରାନ୍ସ, ଭେନିସ, ଆମଷ୍ଟରଡାମ, ଫ୍ଲୋରେନ୍ସ ଓ ରୋମ୍‌ ଯାଇ ଖନନ କ୍ଷେତ୍ରରେ ବିଶେଷ ଅଭିଜ୍ଞତା ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri