ଦିଗପହଣ୍ଡି,୧୧ା୧୦(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ବମକେଇ ପଞ୍ଚାୟତରେ ପୁଣି ରାଜନୈତିକ ହିଂସା ଘଟିଛି। ଏକ ରାଜନୈତିକ ଦଳର ସମର୍ଥକ ହୃଷିକେଶ ପ୍ରଧାନଙ୍କୁ ଅନ୍ୟଏକ ଦଳର ୪ ଜଣ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ହୃଷି ଅଟୋ ନେଇ ଘରକୁ ଫେରୁଥିବା ବେଳେ ବମକେଇ ଗ୍ରାମ ରାମ ମନ୍ଦିର ଛକରେ ପୂର୍ବ ଯୋଜନା ପ୍ରକାରେ ତାଙ୍କ ଯାତ୍ରୀବାହୀ ଅଟୋକୁ ଅଟକାଇ କେତେଜଣ ଆକ୍ରମଣ କରିଥିବା ସେ ଗୁରୁବାର କେ.ନୂଆଗାଁ ଥାନାରେ ଏତଲା ଦେଇଛନ୍ତି। ନଂ.୧୯୪/୧୯ରେ ମାମଲା ରୁଜୁକରି ପୋଲିସ ହରି ଓରଫ ହରିଶ୍ଚନ୍ଦ୍ର ପ୍ରଧାନଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିବା ତଦନ୍ତକାରୀ ଅଧିକାରୀ ଜ୍ଞାନ ରଞ୍ଜନ ସେଠୀ ଜଣାଇଛନ୍ତି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଦିଗପହଣ୍ଡି ସବ୍ଜେଲ ହାଜତକୁ ପଠାଇ ଦିଆଯାଇଛି। ଅନ୍ୟ ୩ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ପ୍ରକାଶ ଯେ, ବୁଧବାର ରାତି ପ୍ରାୟ ସାଢ଼େ ୯ଟାରେ ନୂଆପଡ଼ା-ଚାନ୍ଦପୁର ଗ୍ରାମରୁ ହୃଷିକେଶ ବମକେଇ ଫେରୁଥିଲେ। ରାମ ମନ୍ଦିର ଛକ ଲକ୍ଷ୍ମୀ ନାରାୟଣ ସାହିରେ ଦୁର୍ଗା ପୂଜା ଭସାଣି ଶୋଭାଯାତ୍ରା ଚାଲିଥିଲା। ହୃଷିକେଶ ସେଠାରେ ପହଞ୍ଚତ୍ବା କ୍ଷଣି ତାଙ୍କୁ ଆକ୍ରମଣ କରିଥିଲେ। ଖବର ପ୍ରଚାରିତ ପରେ ହୃଷିଙ୍କ ସମର୍ଥକ ଆକ୍ରମଣ କରିଥିବା ଗୋଷ୍ଠୀଙ୍କ ଘର ସମ୍ମୁଖରେ ପହଞ୍ଚତ୍ ପାଟିତୁଣ୍ଡ କରିଥିଲେ। ଏନେଇ ହରିଶ୍ଚନ୍ଦ୍ରଙ୍କ ବାପା ବିପ୍ରଚରଣ ପ୍ରଧାନ କେ.ନୂଆଗାଁ ଥାନାରେ ପାଲଟା ଅଭିଯୋଗ କରିଛନ୍ତି। ନଂ.୧୯୫/୧୯ରେ ପୋଲିସ ବିପକ୍ଷ ଗୋଷ୍ଠୀଙ୍କ ବିରୋଧରେ ମାମଲା ରୁଜୁ କରିଛି। ଗତ ଅଗଷ୍ଟ ୧୯ରେ ଟୁନା ପ୍ରଧାନଙ୍କୁ ସିନ୍ଧୁଖାଳିଗାଁ ଛକରେ ବିପକ୍ଷ ଗୋଷ୍ଠୀ ହତ୍ୟା ଉଦ୍ୟମ କରିଥିଲେ। ଗୁରୁତର ଟୁନାଙ୍କୁ ହୃଷିକେଶ ତାଙ୍କ ଅଟୋରେ ଡ଼ାକ୍ତରଖାନା ନେଇଥିଲେ। ଏହି ମାମଲାରେ ହୃଷିକେଶ ସାକ୍ଷୀ ଥିବାରୁ ତାଙ୍କୁ ଆକ୍ରମଣ କରାଯାଇଥିବା ଅଭିଯାଗ ହୋଇଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଙ୍ଘର୍ଷ: ପି.ପିତାମ୍ବର ଦୋରା, ତାଙ୍କ ସହଯୋଗୀ ମାନଙ୍କୁ
ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଭୁଡୁକି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ ଘଟିଛି। ଏନେଇ ଉଭୟ ଗୋଷ୍ଠୀ ପାଟପୁର ଥାନାରେ…
ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…
ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ…
ସିବିଏସ୍ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ
ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…
ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ
ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…
ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ
ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…
ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…
କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…
ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ
ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…
ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…
ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…
Archives

