ବରଗଡରେ ଜିଲାସ୍ତରୀୟ କୃଷକ ଦିବସ

ବରଗଡ ଅଫିସ,୨୩।୪: ବରଗଡ ବ୍ଲକ୍‌ ଅନ୍ତର୍ଗତ ଗାଈସୀମା ଗ୍ରାମରେ ରବିବାର ଅକ୍ଷୟ ତୃତୀୟା ଅବସରରେ ଜିଲାସ୍ତରୀୟ କୃଷକ ଦିବସ ଓ ଅଖି ମୁଠି ଅନୁକୂଳ ଉତ୍ସବ ପାଳିତ ହୋଇଛି। ଉତ୍ସବରେ ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ ଓ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲା ପରିଷଦର କାର୍ଯ୍ୟ ର୍ନିବାହୀ ଆଦିତ୍ୟ ଗୋୟଲ ଅତିଥି ଭାବରେ ଯୋଗ ଦେଇ ମହାଲକ୍ଷ୍ମୀଙ୍କର ପୂଜା ଅର୍ଚ୍ଚନା ସହିତ ଅଖି ମୁଠି ଅନୁକୂଳ କରିଥିଲେ। ଜିଲା ପରିଷଦ ଅଧ୍ୟକ୍ଷା ଭୋଇ ଏହି ଅବସରରେ ଫସଲ ଭଲ ହେବା ପାଇଁ ମା’ଙ୍କ ନିକଟରେ ପ୍ରାର୍ଥନା କରିବା ସହିତ ଜିଲାର ସମସ୍ତ ଚାଷୀ ଭାଇମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସମ୍ବିତ ଆଚାର୍ଯ୍ୟ, ଉମେଶ ପଣ୍ଡା, ଅଶ୍ୱିନୀ ତ୍ରିପାଠୀ, ଜିଲା ମୁଖ୍ୟ କୃଷି ଅଧିକାରୀ ଅଶୋକ ଅମାତ, ସହକାରୀ ଜିଲା ଉଦ୍ୟାନ କୃଷି ଅଧିକାରୀ ଗୋବିନ୍ଦ ଚନ୍ଦ୍ର ପଣ୍ଡା ପ୍ରମୁଖ ମଞ୍ଚାସୀନ ଥିଲେ । ସମସ୍ତେ ଚାଷ ଅନୁକୂଳ ପାଗ ଏବଂ ଉନ୍ନତ ଫସଲ ନିମିତ୍ତ ମହାଲକ୍ଷ୍ମୀଙ୍କୁ ପ୍ରାର୍ଥନା କରିବା ସହିତ ଅନ୍ନଦାତା ଚାଷୀ ଭାଇମାନଙ୍କର ମଙ୍ଗଳ କାମନା କରିଥିଲେ । ଏହି ଅବସରରେ ଅତିଥିମାନେ ବିଭିନ୍ନ କୃଷି ସମ୍ପର୍କିତ ସଫଳ ଚାଷୀ ମାନଙ୍କୁ ପୁରସ୍କୃତ କରି ସମ୍ବର୍ଦ୍ଧନା ଜଣାଇଥିଲେ । ଜିଲା କୃଷି ବିଭାଗ ତରଫରୁ କୃଷି ଯନ୍ତ୍ରପାତି ଓ ମାଣ୍ଡିଆର ବିଭିନ୍ନ ଉତ୍ପାଦ ଉପରେ ନିର୍ମିତ ଷ୍ଟଲକୁ ଅତିଥିମାନେ ଉଦଘାଟନ କରିବା ସହିତ ବୁଲି ଦେଖିଥିଲେ । ଜିଲା କୃଷି ଅଧିକାରୀ ଅମାତ ଓ ତାଙ୍କର ସହକର୍ମୀବୃନ୍ଦ କାର୍ଯ୍ୟକ୍ରମର ପରିଚାଳନା କରିିଥିବା ବେଳେ ଜିଲାର ପ୍ରତ୍ୟେକ ବ୍ଲକ୍‌ରୁ ଚାଷୀମାନେ ଯୋଗ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାରେ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଆଯିବ କଠୋର ପଦକ୍ଷେପ, ଶିଶୁକନ୍ୟା ମୃତ୍ୟୁହାର କମାଇବାକୁ…

ଛତ୍ରପୁର,୨୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁକନ୍ୟା…

ଭୟଙ୍କର! ମନ୍ତ୍ରୀଙ୍କ ଘରେ ପାଣି ପଶିବା ପରେ ବାଲି ପକାଇବାକୁ ଯାଉଥିଲେ ଶ୍ରମିକ, ମଝି ନଦୀରେ ଓଲଟିଲା ଡଙ୍ଗା, ୨୨ ଶ୍ରମିକ…

ପାଟନା,୨୬।୮: ବିହାରର ଭାଗଲପୁରରେ ଗଙ୍ଗା ନଦୀରେ ଏକ ବଡ଼ ଅଘଟଣ ଘଟିଛି । ନବଗଛିଆ ଅନ୍ତର୍ଗତ ଖରୀକ ବ୍ଲକର ରାଘୋପୁର ତଟବନ୍ଧ ନିକଟରେ ୨୨ ଜଣ ଶ୍ରମିକଙ୍କୁ…

ଚନ୍ଦ୍ରଗ୍ରହଣରେ ସମ୍ଭାଳିକି ରୁହନ୍ତୁ ଏହି ଗୋଟିଏ ରାଶି , ବଢ଼ିବ ମାନସିକ ଚାପ, ମାସେ ଯାଏ ଭାବିଚିନ୍ତି ନିଅନ୍ତୁ ନିଷ୍ପତ୍ତି!

ଜ୍ୟୋତିଷ ସିଦ୍ଧାନ୍ତ ଅନୁସାରେ, ଯେତେବେଳେ ବି କୌଣସି ବଡ଼ ଖଗୋଳୀୟ ଘଟଣା ଘଟେ, ସେତେବେଳେ ଏହାର ସିଧାସଳଖ ପ୍ରଭାବ ଦେଶ-ଦୁନିଆ ଏବଂ ରାଶିଗୁଡ଼ିକ ଉପରେ ପଡ଼ିଥାଏ। କିନ୍ତୁ…

ନେପାଳରେ ବନ୍ୟା ବିପର୍ଯ୍ୟୟ: ଭାସିଗଲା ଅନେକ ଗାଁ, ୭ଜଣଙ୍କ ମୃତ୍ୟୁ, ୧୦୫ ଜଣ ଭାରତୀୟଙ୍କ ସମେତ ୨୯୧ ବିଦେଶୀ ନିଖୋଜ

କାଠମାଣ୍ଡୁ,୨୬।୮: ଉତ୍ତର ନେପାଳର ଭୋଟେ କୋଶି ନଦୀରେ ବୁଧବାର ହଠାତ ବନ୍ୟା ଆସିଥିଲା। ଏପର୍ଯ୍ୟନ୍ତ ୭ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ସମୟରେ, ୨୯୧ ବିଦେଶୀ ନାଗରିକଙ୍କ…

‘ଛାତ୍ରଙ୍କୁ ଚାକିରି ନୁହେଁ ଲାଠି ମିଳୁଛି’, ରାସ୍ତାରେ ଗର୍ଜିଲେ ୬ ବର୍ଷର ବାଳକ, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…

ପାଟନା,୨୬।୮: ରୋଜଗାର ସମେତ ବିଭିନ୍ନ ଦାବି ନେଇ ପାଟନାର ଡାକବଙ୍ଗଲା ଛକରେ ଛାତ୍ର ଓ ପରୀକ୍ଷାର୍ଥୀଙ୍କ ଆନ୍ଦୋଳନ ଜାରି ରହିଛି । ଏହି ଭିଡ଼ ମଧ୍ୟରେ ପ୍ରାୟ…

Video: ନେପାଳରେ ପ୍ରକୃତିର କୋପ, ଆସିଲା ଭୟଙ୍କର ଭଡ଼ିଓ, ହଠାତ୍‌ ମାଡିଆସିଲା ପାଣି ୧୦୦୦ରୁ ଅଧିକ ଲୋକ ଭାସିଯାଇଥିବା ଆଶଙ୍କା

କାଠମାଣ୍ଡୁ,୨୬।୮: ପ୍ରତିବର୍ଷ ମୌସୁମୀ ଋତୁରେ, ନେପାଳ ଏବଂ ଭାରତର ପାର୍ବତ୍ୟାଞ୍ଚଳ ପ୍ରକୃତିର କୋପ ଦେଖିଥାଏ। ବୁଧବାର ସକାଳେ ନେପାଳରେ ସମାନ ଦୃଶ୍ୟ ଦେଖାଦେଇଥିଲା ଯେତେବେଳେ ତିବ୍ଦତ ସୀମା…

ମାତ୍ର ଏତିକି କିଲୋର କିଣିପାରିବେ ଚିନି! ବିଗ୍‌ବାସ୍କେଟ-ଇନଷ୍ଟାମାର୍ଟ ଭଳି କମ୍ପାନୀ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ, ୨୬।୮: ଭାରତରେ ପର୍ବପର୍ବାଣିର ମୁଖ୍ୟ ଋତୁ ପୂର୍ବରୁ ଯୋଗାଣରେ ହ୍ରାସ କାରଣରୁ D-Mart ଭଳି ରିଟେଲର୍ସ ଏବଂ BigBasket, Blinkit ଓ Swiggy Instamart ଭଳି…

ମହଙ୍ଗା ମାଡ଼: ବଢ଼ିଲା ଅଣ୍ଡା ଦର, ଏତିକି ଟଙ୍କା ହେବ ଚିକେନ ଦାମ୍

ନୂଆଦିଲ୍ଲୀ,୨୬।୮: ଦୈନନ୍ଦିନ ଖାଦ୍ୟସାମଗ୍ରୀର ବୃଦ୍ଧିପାଉଥିବା ଦରଦାମ୍ ମଧ୍ୟରେ ଏବେ ଅଣ୍ଡା ଦର ସାଧାରଣ ଖାଉଟିଙ୍କ ଚିନ୍ତା ବଢ଼ାଇଦେଇଛି । ବିଗତ ଗୋଟିଏ ବର୍ଷ ମଧ୍ୟରେ ଅଣ୍ଡା ମୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri