ବରଗଡ଼ରେ ପୁଣି ୬ ନୂଆ କରୋନା ପଜିଟିଭ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଲା

ବରଗଡ଼ ଅଫିସ, ୩୦।୫: ବରଗଡ଼ ଜିଲାରେ ଶନିବାର ୬ ନୂଆଁ କରୋନା (କୋଭିଡ -୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ଜଣ ଭେଡେନ ବ୍ଲକ ଏବଂ ଅନ୍ୟ ୨ଜଣ ଭଟଲି ବ୍ଲକ ଅଞ୍ଚଳର ବୋଲି ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଶନିବାର ଟୁଇଟ୍‌କରି ସୂଚନା ଦେଇଛନ୍ତି। ଏହାପରେ ଜିଲାରେ କରୋନା ପଜିଟିଭ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଛି।
ପୂର୍ବରୁ ବରଗଡ଼ ପୌର ପରିଷଦ ଅନ୍ତର୍ଗତ ୱାଡ୍‌ ନଂ. ୧୪ ଏବଂ ବରପାଲି ବ୍ଳକ ଅନ୍ତର୍ଗତ ହଲଦୀପାଲି ଗ୍ରାମର ଜଣେ ଲେଖାଏ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ସେମାନେ ରାଉରକେଲାର ହାଇଟେକ୍‌ କୋଭିଡ ହସ୍ପିଟାଲରେ ଚିକିତ୍ସାଧିନ ଅଛନ୍ତି। ଶନିବାର ଚିହ୍ନଟ ନୂଆ ୬ଆକ୍ରାନ୍ତଙ୍କୁ ମଧ୍ୟ ସେଠାକୁ ପଠାଇ ଦିଆଯାଇଥିବା ସୂଚନା ମିଳିଛି। ଅନ୍ୟପକ୍ଷରେ ପୂର୍ବରୁ ବରଗଡ଼ ପୌର ପରିଷଦ ଅଧୀନ ୱାଡ୍‌ ନଂ-୧୪ ଏବଂ ବରପାଲି ବ୍ଲକ ଅନ୍ତର୍ଗତ ବାରଗୁଡା, ହଲଦୀପାଲି ଅଞ୍ଚଳରେ କଣ୍ଟେନମେଣ୍ଟ ଜୋନ କଟକଣା ବଳବତ୍ତର ଥିବାବେଳେ ଶନିବାର ଭେଡେନ ବ୍ଳକ ଅନ୍ତର୍ଗତ ବଡ ପିପିଲିପାଲି ଏବଂ ଭଟଲି ବ୍ଲକ ଅନ୍ତର୍ଗତ ନଲିଚୂଆଁ ଓ ସୁଲସୁଲିଆ ଅଞ୍ଚଳକୁ ପ୍ରଶାସନ ପକ୍ଷରୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୫୨ ବର୍ଷରେ ପଦାର୍ପଣ କଲେ ବିଜୟ, ଭିନ୍ନ ଢଙ୍ଗରେ ଶୁଭେଚ୍ଛା ଜଣାଇଲେ ରାହୁଲ

ଚେନ୍ନାଇ,୨୨।୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏବଂ ଟିଭିକେ ମୁଖ୍ୟ ଥାଲାପତି ବିଜୟ ତାଙ୍କର ୫୨ତମ ଜନ୍ମଦିନ ପାଳନ କରୁଛନ୍ତି। ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେଲେ ଏମ୍‌ପି ପ୍ରଦୀପ ପାଣିଗ୍ରାହୀ, ଘଣ୍ଟ-ଢୋଲ ପଟୁଆରରେ…

ଗଞ୍ଜାମ,୨୨ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଆଲିଆବାଦ ଗ୍ରାମର ଗ୍ରାମ୍ୟଦେବୀ ମା’ ବୁଢ଼ୀଠାକୁରାଣୀଙ୍କ ଭବ୍ୟ ନୂତନ ମନ୍ଦିର ପ୍ରତିଷ୍ଠା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ପଞ୍ଚାୟତ ନିର୍ବାଚନ ପାଇଁ ସଂଗଠନ ସୁଦୃଢ଼ କରିବାକୁ କଂଗ୍ରେସର ଆହ୍ବାନ

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ବରଙ୍ଗା ତୋଟାଠାରେ ଥୁଆମୂଳ ରାମପୁର ପଞ୍ଚାୟତ କଂଗ୍ରେସ କମିଟି ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ କର୍ମୀ ସମ୍ମିଳନୀ ଅନୁଷ୍ଠିତ…

ସ୍ବିଜରଲ୍ୟାଣ୍ଡ ବୈଠକ ଶେଷ: ହର୍ମୁଜରେ ହଟିଲା ଅବରୋଧ, ସମ୍ପତ୍ତି ଫ୍ରିଜ ଆରମ୍ଭ, ହେଲେ ଏବେବି ବାକି ଅଛି…

ତେହରାନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ବୈଠକ ଶେଷ ହୋଇଛି। ଇରାନ ବୈଠକ ଶେଷ ହେବାର ଘୋଷଣା କରିଛି ଏବଂ ସମାଧାନ ହୋଇଥିବା ସମସ୍ୟାଗୁଡ଼ିକୁ ଉଲ୍ଲେଖ…

ତୁର୍କୀରେ ଇତିହାସ ରଚିଲେ କଳାହାଣ୍ଡି ପୁଅ ଆକାଶ, ଭାରତ ପାଇଁ ଆଣିଲେ…

ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): ତୁର୍କୀ ଦେଶର ମରସିନ ସହରରେ ଗତ ୧୮ରୁ ଚାଲିଥିବା ଓ୍ବାଲର୍‌ଡ ଆବିଲିଟିସ୍ପୋର୍ଟ ୟୁଥ୍‌ ଗେମ୍ସ-୨୦୨୬ରେ କଳାହାଣ୍ଡି ପୁଅ ଆକାଶ ରଞ୍ଜନ ମୁଣ୍ଡ ଇତିହାସ…

ଏଇ ଭାରତରେ

ଦିଲ୍ଲୀର ‘ମାଠିଆ ମଣିଷ’ ନଟରାଜନ- ଏଭଳି ସମ୍ବୋଧନ ଅଜବ ଲାଗୁଥିଲେ ବି ଏହା ପଛରେ ରହିଛି ଏକ ବାସ୍ତବ କାହାଣୀ। ନଟରାଜନ ଦିଲ୍ଲୀର ଲୋକଙ୍କୁ ଥଣ୍ଡା ମାଠିଆ…

ପୁଞ୍ଜି ବଜାରରେ ଅବିଶ୍ୱାସ

ଞ୍ଜି ବଜାର ଏକ ଦେଶର ଅର୍ଥନୀତିର ଦର୍ପଣ ସଦୃଶ। ଏହା କେବଳ ଶେୟାର ଓ ଅନ୍ୟାନ୍ୟ ଆର୍ଥିକ ସମ୍ପତ୍ତିର କାରବାର ସ୍ଥଳ ନୁହେଁ, ବରଂ ଏହା ସଞ୍ଚୟ…

ସତ୍ୟର ପ୍ରୟୋଗ ବନାମ କାଳର ପ୍ରଭାବ

ବଡ଼ ବଡ଼ ମାଛ ଛୋଟ ଛୋଟ ମାଛକୁ ଖାଇ ସଫା କରିଦେଲା ପରି ବଡ଼ ବଡ଼ ଖବର ଦାଉରେ ଆଜିକାଲି ଛୋଟ ଛୋଟ ଖବର ଆଖିରେ ପଡ଼ୁନାହାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri