ବରଗଡ଼ରେ ଶିଶୁଙ୍କ ସମେତ ୪କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଞ୍ଚିଲା

ବରଗଡ଼ ଅଫିସ,୧୮।୬: ବରଗଡ଼ ଜିଲାରେ ଗୁରୁବାର ପୁଣି ୪ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼ ବ୍ଲକ କଟାପାଲି ଗାଁର ୩ଜଣ ଓ ପଦ୍ମପୁରର ଜଣେ ରହିଛନ୍ତି। କଟାପାଲି ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ୧୧ ବର୍ଷୀୟ ପିଲା ରହିଥିବା ବେଳେ ସେମାନେ ଗାଁର ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡ଼ିଛି। ସେହିପରିି ପଦ୍ମପୁର ଆକ୍ରାନ୍ତ ଜଣକ ମହାରାଷ୍ଟ୍ର ଫେରନ୍ତା ବୋଲି ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି। ଆକ୍ରାନ୍ତମାନଙ୍କ ମଧ୍ୟରୁ ୩ଜଣକୁ ବରଗଡ଼ କୋଭିଡ ହସ୍ପିଟାଲ ଏବଂ ଅନ୍ୟ ଜଣକୁ ସ୍ଥାନୀୟ କୋଭିଡ କେୟାର ସେଣ୍ଟରରେ ଭର୍ତ୍ତି କରାଯାଇଛି। ଅପରପକ୍ଷେ ଜିଲା ପ୍ରଶାସନ ପକ୍ଷରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ଗାଁକୁ କଣ୍ଟେନମେଣ୍ଟ ଓ ପାଶର୍‌ବବର୍ତ୍ତୀ ଅଞ୍ଚଳକୁ ବଫର ଜୋନ ଭାବେ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri