ବରଗଡ଼ ଜିଲାପାଳଙ୍କଠାରୁ ମିଳିଲା ନିର୍ଭର ପ୍ରତିଶ୍ରୁତି, ଅନଶନ କରିବେନି ଜିଲା ପରିଷଦ ଅଧ୍ୟକ୍ଷା

ବରଗଡ଼ ଅଫିସ,୧୪।୮- ବରଗଡ଼ ଜିଲାରେ ଚୋରାମଦ କାରବାର ତଥା କୁଟିଆ ମଦ ଦୋକାନ ବନ୍ଦ ଦାବି ନେଇ ସ୍ଥାନୀୟ ଜିଲ୍ଲା ପରିଷଦ ଅଧ୍ୟକ୍ଷା ମୁକ୍ତା ସାହୁ ସ୍ବାଧୀନତା ଦିବସରେ ଅନଶନ କରିବାକୁ ଚେତାବନୀ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ସେ ବରଗଡ଼ ଜିଲାପାଳ ଇନ୍ଦ୍ରମଣି ତ୍ରିପାଠୀ ଏବଂ ଏସ୍‌ପି ମୁକେଶ କୁମାର ଭାମୁଙ୍କୁ ସ୍ମାରକପତ୍ର ମଧ୍ୟ ପ୍ରଦାନ କରିଥିଲେ। ତେବେ ଗୁରୁବାର ସ୍ବାଧୀନତା ଦିବସ ଥିବାବେଳେ ବୁଧବାର ଜିଲାପାଳଙ୍କ ଡାକରା ପାଇ ଜିଲା ପରିଷଦ ଅଧ୍ୟକ୍ଷା ସାହୁଙ୍କ ସମେତ ଭାଜପାର ଏକ ପ୍ରତିନିଧି ଦଳ ଜିଲାପାଳ ଅଫିସ ଆସିଥିଲେ। ସେଠାରେ ଅତିରିକ୍ତ ଜିଲାପାଳ ତଥା ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ କୃତ୍ତିବାସ ରାଉତଙ୍କ ସହିତ ଆଲୋଚନା କରିଥିଲେ । ଆସନ୍ତା ୧୦/୧୫ ଦିନ ମଧ୍ୟରେ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ଦାବି ଉପରେ ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯିବ ବୋଲି ନିର୍ଭର ପ୍ରତିଶ୍ରୁତି ଦିଆଯାଇ ଥିବାବେଳେ ଅଧ୍ୟକ୍ଷା ସାହୁ ଅନଶନ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଥିବା କହିଛନ୍ତି। ଆଲୋଚନା ସମୟରେ ଅନ୍ୟମାନଙ୍କ ମଧ୍ୟରେ ଭାଜପା ରାଜ୍ୟ ଉପସଭାପତି ଅଶ୍ବିନୀ ଷଡଙ୍ଗୀ, ଜିଲା ସଭାପତି ଡା ଅରୂପାନନ୍ଦ ସାହୁ, ପ୍ରୀତମ ସିଂ, ଅଶୋକ ପଣ୍ଡା, କେ. ସରସତୀ, ସୁନନ୍ଦା ମେହେର ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଭାରତୀୟ ବନ ସେବା ଅଧିକାରୀ(ଆଇଏଫ୍‌ଏସ୍‌) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଜଳାଶୟ…

ଅପରେସନ୍ ବ୍ଲାକ୍‌ ଫରେଷ୍ଟ-୨: ଅଣ୍ଟା ଭିଡ଼ିଛନ୍ତି ୨ହଜାରରୁ ଊର୍ଦ୍ଧ୍ୱ ଯବାନ

ମାଲକାନଗିରି,୨୦।୨: ମାଓବାଦୀଙ୍କ ବିରୋଧରେ ସୁରକ୍ଷାବଳକୁ ମିଳିଛି ଏକ ବଡ଼ ସଫଳତା। ‘ଅପରେସନ୍ ବ୍ଲାକ୍ ଫରେଷ୍ଟ-୨’ରେ ଟଳିଛନ୍ତି ୫ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ। ଛତିଶଗଡ଼ ଓ ତେଲଙ୍ଗାନା ସୀମାନ୍ତ…

ଶବ୍ଦଘାତକର ଯୁଗଯନ୍ତ୍ରଣା

ଡାକବାଜି,, ଡିଜେ, ବାଣ ଆଦି ଶବ୍ଦ ପ୍ରଦୂଷଣ ସୃଷ୍ଟିକାରୀ ଉପାଦାନ ଏବେ କେବଳ ଆଉ ପାର୍ବଣ ପାଳନ ମଧ୍ୟରେ ସୀମିତ ରହିନାହିଁ। ସହର ବଜାରରୁ ଆରମ୍ଭ କରି…

ପ୍ଲାଷ୍ଟିକମୟ ପୃଥିବୀ

ପୃଥିବୀ ସମ ଏକ ସୁନ୍ଦର ଗ୍ରହ ନାହିଁ କହିଲେ ଅତ୍ୟୁକ୍ତି ହେବନାହିଁ, ଯେଉଁଠାରେ ଆମେ ଜନ୍ମ ଗ୍ରହଣ କରି ନିଜକୁ ଭାଗ୍ୟବାନ ମନେକରୁ। କାରଣ ପୃଥିବୀ ଆମକୁ…

ବିଦ୍ରୋହୀ ରାଜା

୧୯୮୯ରେ ଆମେରିକାରେ ଗ୍ରୀଷ୍ମଋତୁ (ଜୁନ-ଅଗଷ୍ଟ)ରେ ଫ୍ରାନ୍ସିସ ଫୁକୁୟାମା ‘ଇତିହାସର ଶେଷ’ ସିଦ୍ଧାନ୍ତ ଉପସ୍ଥାପନ କରିଥିଲେ। ତାଙ୍କ ଦୃଷ୍ଟିକୋଣରେ ଉଦାରବାଦୀ ଗଣତାନ୍ତ୍ରିକ ପୁଞ୍ଜିବାଦ ବା ପାଶ୍ଚାତ୍ୟ ଉଦାରବାଦ ଗଣତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri