ବରଗଡ଼ ବନ୍ଦ : ବହୁ ସମୟ ପରେ ନୂତନ ସ୍ବାସ୍ଥ୍ୟକେନ୍ଦ୍ରକୁ ଗଲେ ସ୍ବାସ୍ଥ୍ୟ କର୍ମଚାରୀ

ବରଗଡ଼ ଅଫିସ,୪।୨: ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସପିଟାଲ ଘୋଷଣା ଦାବିରେ ମଙ୍ଗଳବାର ସ୍ଥାନୀୟ ଏକତା ମଞ୍ଚ ଆହ୍ବାନରେ ବରଗଡ଼ ସହରରେ ବନ୍ଦ ପାଳନ କରାଯାଉଛି । ଏହାର ପ୍ରଭାବରେ ଅତ୍ୟାବଶ୍ୟକ ସେବା ବ୍ୟତୀତ ଯାନବାହନ ଚଳାଚଳ ଠପ୍‌ ହୋଇଛି। ଏପରିକି ଟୁକୁର୍ଲା (ଖେଦାପାଲି)ସ୍ଥିତ ନୂତନ ଜିଲା ମୁଖ୍ୟ ଡାକ୍ତରଖାନାକୁ ଯାଉଥିବା ସ୍ବତନ୍ତ୍ର ବସ ସେବା ମଧ୍ୟ ଉପଲବ୍ଧ ହୋଇପାରି ନାହିଁ। ଫଳରେ ସେଠାକୁ ଅନେକ ସ୍ବାସ୍ଥ୍ୟକର୍ମୀ ମଧ୍ୟ ଯାଇ ନ ପାରି ସରକାରୀ ବସଷ୍ଟାଣ୍ଡରୁ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ଫେରି ଆସିଥିଲେ। ବହୁ ସମୟ ପରେ ଏକ ଆମ୍ବୁଲାନ୍ସ ଯୋଗେ ସେମାନେ ନୂତନ ଜିଲା ମୁଖ୍ୟ ଡାକ୍ତରଖାନାକୁ ଯାଇଥିଲେ ।

ପ୍ରକାଶ ଯେ, ଉକ୍ତ ସ୍ବାସ୍ଥ୍ୟକର୍ମୀମାନେ ନୂତନ ଜିଲା ମୁଖ୍ୟ ଡାକ୍ତରଖାନାକୁ ଗଲେ ସେଠାରେ ରହିଥିବା ସ୍ବାସ୍ଥ୍ୟ କର୍ମଚାରୀମାନେ ରିଲିଭ ହୋଇ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ଆସିବାର କାର୍ଯ୍ୟକ୍ରମ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ ଏନଇଇଟିରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍‌: ଚାଳକ ଫେରାର, ଗୁରୁତର…

ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ବ୍ଲକ-ପଞ୍ଚାୟତ ପ୍ରଶାସନର ଟାଳଟୁଳ ନୀତି: ସ୍ୱାମୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ବି ସୂର୍ଯ୍ୟଙ୍କୁ ମିଳିନି ବିଧବା ଭତ୍ତା

ଥୁଆମୂଳ ରାମପୁର,୨୧।୭ (ଦୁର୍ଗା କୀର୍ତ୍ତି): ସରକାରୀ ସାମାଜିକ ସୁରକ୍ଷା ଯୋଜନାର ବ୍ୟାପକ ପ୍ରଚାର ଚାଲିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁ ପ୍ରକୃତ ହିତାଧିକାରୀମାନେ ଏହାରୁ ବଞ୍ଚିତ ହେଉଥିବା…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri