Posted inଜାତୀୟ

ବରଫଚାଦର ତଳେ ଶିମ୍‌ଲା-ମନାଲୀ: ଜନଜୀବନ ଅସ୍ତବ୍ୟସ୍ତ

ମନାଲୀ,୧୦।୧: ହିମାଚଳ ପ୍ରଦେଶ ମନାଲୀରେ ମଙ୍ଗଳବାର ଓ ବୁଧବାର ହୋଇଥିବା ପ୍ରବଳ ବରଫାପାତ ଯୋଗୁ ଅନେକ ରାସ୍ତାଘାଟ ବରଫଚାଦର ତଳେ ଢାଙ୍କି ହୋଇଯାଇଛି। ଏଥିପାଇଁ ଏବେ ବି ସମସ୍ତ ରାସ୍ତାଘାଟ ବନ୍ଦ ରହିଥିବା ସୂଚନା ମିଳିଛି। ରାସ୍ତା ବନ୍ଦ ଥିବାରୁ ଲୋକଙ୍କୁ ଯାତାୟାତରେ ବାଧା ଉପୁଜିଛି। ପ୍ରବଳ ବରଫପାତ ଯୋଗୁ କେତେକ ଅଞ୍ଚଳରେ ବିଦ୍ୟୁତ୍‌ ସେବା ବାଧାପ୍ରାପ୍ତ ହୋଇଛି। ଫଳରେ ରୋହତାଙ୍ଗ ସୁରଙ୍ଗ ପରିଯୋଜନାରେ ଡିଜେଲ ଦ୍ୱାରା ଜେନେରେଟରକୁ ପରିଚାଳିତ କରାଯାଉଥିବା ଜଣାପଡ଼ିଛି। ସ୍ଥାନୀୟ ଅଞ୍ଚଳରେ କିଛିଦିନରୁ ଲଗାତର ଥଣ୍ଡା ବୃଦ୍ଧି ପାଉଥିବାରୁ ସ୍ଥାନୀୟ ଲୋକଙ୍କ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ନିକଟରେ ଏଠାରେ ନୂ୍ୟନତମ ତାପମାତ୍ରା ମାଇନସ୍‌ ୭.୮ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଥିଲା। ଏହା ଚଳିତ ଋତୁର ସବୁଠାରୁ କମ୍‌ ତାପମାତ୍ରା ବୋଲି କୁହାଯାଉଛି। ଏଥିଯୋଗୁ ହୋଟେଲ ଓ ଘରେ ପିଇବା, ରୋଷେଇ କରିବା ପାଇଁ ପାଣି ଉପଲବ୍ଧ ହୋଇପାରୁନି। କାରଣ ସବୁ ନଳ ଓ ପାଣି ପାଇପରେ ବରଫ ଜମିଯାଇଛି। ସେହିପରି ଶିମ୍‌ଲାରେ ମଧ୍ୟ ସ୍ଥାନୀୟ ଲୋକଙ୍କୁ ପାଣି ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ପ୍ରବଳ ଥଣ୍ଡା ଯୋଗୁ ଏଠାରେ ମଧ୍ୟ ପାଣି ନଳଗୁଡିକରେ ବରଫ ଜମିଯାଇଥିବାରୁ ସ୍ଥାନୀୟ ଲୋକେ ପାଣି ପାଇଁ ହାହାକାର ହେଉଛନ୍ତି। ଅପରପକ୍ଷେ ପ୍ରବଳ ବରଫପାତ ଯୋଗୁ ଏଠାରେ ୪ଟି ଡିଷ୍ଟ୍ରିବ୍ୟୁଶନ ଟ୍ରାନ୍ସଫର୍ମର ମଧ୍ୟ ବାଧିତ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri