ବରିଷ୍ଠ ଅଫିସରସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୨।୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଅଫିସରସ୍ତରରେ ଗୁରୁବାର ଅଦଳବଦଳ କରାଯାଇଛି। ୧୯୮୮ ବ୍ୟାଚ୍‌ ଆଇଏଏସ୍‌ ଅଫିସର ପ୍ରଦୀପ୍ତ କୁମାର ମହାପାତ୍ରଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ରାଜସ୍ବ ସଚିବ ଥିବା ୧୯୯୩ ବ୍ୟାଚ୍‌ ଆଇଏଏସ୍‌ ଅଫିସର ନିକୁଞ୍ଜ ବିହାରୀ ଧଳଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତ କରାଯାଇଛି। ସ୍ବାସ୍ଥ୍ୟ ସଚିବ ଥିବା ୧୯୯୭ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଡା. ପ୍ରମୋଦ କୁମାର ମେହେର୍ଦ୍ଦା ବାଣିଜ୍ୟ ଓ ପରିବହନ ବିଭାଗର କମିଶନର ଏବଂ ଅତିରିକ୍ତ ଭାବେ କୃଷି ଓ କୃଷକ ସଶକ୍ତୀକରଣ ଦାୟିତ୍ୱ ଦିଆଯାଇଛି। ୨୦୧୪ ବ୍ୟାଚ୍‌ ଆଇଏଏସ୍‌ ଅଫିସର ୟେଦୁଲା ବିଜୟଙ୍କୁ ଯୋଜନା ଓ ସଂଯୋଜକ ବିଭାଗର ଉପସଚିବ ଭାବେ ନିଯୁକ୍ତି ଦିଆଯାଇଛି। ୨୦୧୬ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ରାଉରକେଲା ମହାନଗର ନିଗମ ଓ ସ୍ମାର୍ଟସିଟିର ସିଇଓ ଏବଂ ସେସୁର ମୁଖ୍ୟ କାର୍ଯ୍ୟନିର୍ବାହୀ ୧୯୯୬ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଅରୁଣ ବୋଥ୍ରାଙ୍କୁ ଅତିରିକ୍ତ ଭାବେ ରାଜ୍ୟ ସଡ଼କ ପରିବହନ ନିଗମର ଅତିରିକ୍ତ ଦାୟିତ୍ୱ ଦିଆଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri