ବରିଷ୍ଠ ଆଇଏଏସ୍‌ ଅଫିସର ଗଗନ ଧଳଙ୍କ ଇସ୍ତଫା

ଭୁବନେଶ୍ୱର,୧୬।୮(ବ୍ୟୁରୋ): ବରିଷ୍ଠ ଆଇଏଏସ୍‌ ଅଫିସର ଗଗନ ଧଳ ଚାକିରିରୁ ଇସ୍ତଫା ଦେଇଛନ୍ତି। ୧୯୮୫ ବ୍ୟାଚ୍‌ର ଏହି ଅଫିସର ରାଜ୍ୟ ସରକାରଙ୍କୁ ଏ ନେଇ ଅବଗତ କରାଇଛନ୍ତି। ସେ କୃଷି ଉତ୍ପାଦନ କମିଶନର ଭାବେ କାର୍ଯ୍ୟ କରୁଥିଲେ। ୨୦୨୦ ଜାନୁଆରୀରେ ସେ ଅବସର ଗ୍ରହଣ କରିବାକୁ ଥିବା ବେଳେ ଏବେ ତାଙ୍କର ଇସ୍ତଫାକୁ ନେଇ ବିଭିନ୍ନ ଚର୍ଚ୍ଚା ହେବାରେ ଲାଗିଛି।

ନିକଟରେ ତାଙ୍କ ସ୍ଥାନରେ ଆଇଏଏସ୍‌ ପ୍ରଦୀପ୍ତ ମହାପାତ୍ରଙ୍କୁ କୃଷି ଉତ୍ପାଦନ କମିଶନର ଭାବେ ନିଯୁକ୍ତି ଦିଆଯାଇଛି। ତେବେ ଆଇଏଏସ୍‌ ଅଦଳବଦଳ ବେଳେ ତାଙ୍କୁ ଅସମ୍ମାନୀତ କରାଯାଇଥିବାରୁ ସେ ଏଭଳି ନିଷ୍ପତ୍ତି ନେଇଥାଇପାରନ୍ତି ବୋଲି କୁହାଯାଉଛି। ଅପରପକ୍ଷେ ତାଙ୍କୁ ରାଜ୍ୟ ସୂଚନା କମିଶନର ଭାବେ ଅବସ୍ଥାପିତ କରାଯିବା ନେଇ ଚର୍ଚ୍ଚା ହେଉଛି। ଦୀର୍ଘଦିନରୁ ଏହି ପଦବୀଟି ଖାଲି ପଡ଼ିଥିବା ବେଳେ ଗଗନ ଏଥିରେ ନିଯୁକ୍ତି ପାଇବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

MS Dhoni Net Worth: କୋଟି କୋଟି ଟଙ୍କା ରୋଜଗାର, ହେଲେ କ୍ରିକେଟ ବ୍ୟତୀତ ଧୋନୀଙ୍କ ଆଉ କ’ଣ ରହିଛି ରୋଜଗାର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଜୁଲାଇ ୭ରେ ୪୫ ବର୍ଷ ବୟସରେ ପାଦ ଥାପିଛନ୍ତି। ‘କ୍ୟାପ୍ଟେନ କୁଲ’ ଭାବରେ ଜଣାଶୁଣା – କ୍ରିକେଟ…

ସୌମ୍ୟ ହତ୍ୟା ମାମଲା: ଝାରପଡ଼ା ଜେଲ୍‌ରେ ୨୦ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଭୁବନେଶ୍ୱର, ୭।୭: ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାର ତଦନ୍ତକୁ ଆହୁରି ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ଏହି କ୍ରମରେ କ୍ରାଇମବ୍ରାଞ୍ଚର ଦୁଇଜଣିଆ ଟିମ୍‌ ଆଜି ଭୁବନେଶ୍ୱର ଝାରପଡ଼ା ସ୍ପେସିଆଲ୍‌…

ଗୁଜରାଟ ସିରିଏଲ ବିସ୍ଫୋରଣ ମାମଲାରେ ବଡ଼ ରାୟ: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ

ଅହମଦାବାଦ,୭।୭: ୨୦୦୮ ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଗୁଜରାଟ ହାଇକୋର୍ଟ ନିମ୍ନ ଅଦାଲତର ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟ ୩୮ ଜଣ…

Video: ବୈଭବ ସୂର୍ଯ୍ୟବଂଶୀ ଆହତ; ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ଧ୍ୟାନ ଦେଲେ ନାହିଁ କୋଚ; ତାଙ୍କ ଖେଳିବା ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୭।୭: ବୈଭବ ସୂର୍ଯ୍ୟବଂଶୀ ଶୀଘ୍ର ପ୍ରଶଂସକଙ୍କ ପ୍ରିୟ ହୋଇଗଲେ। ସମସ୍ତେ ତାଙ୍କ ଡେବ୍ୟୁକୁ ଅପେକ୍ଷା କରିଥିଲେ, ଯାହା ଏବେ ହୋଇଛି, ଏବଂ ସେ ତାଙ୍କର ଦ୍ୱିତୀୟ ଅନ୍ତର୍ଜାତୀୟ…

ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ: ଖୁସିରେ ଗଦ୍‌ଗଦ୍‌ ହୋଇ କହିଲେ…

ଜାକର୍ତ୍ତା,୭।୭: ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ପ୍ରଦାନ କରିଛି। ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରବୋ ସବିଆଣ୍ଟୋ ଘୋଷଣା କରିଛନ୍ତି, ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ‘Bintang…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri