ବରିଷ୍ଠ ଓକିଲ ଶିଶିର କୁମାର ଶତପଥୀଙ୍କ ପରଲୋକ: ଓକିଲ ସଂଘର କାର୍ଯ୍ୟବନ୍ଦ

ପୁରୁଷୋତ୍ତମପୁର,୧୩।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବଡ଼ଖରିଡା ପଞ୍ଚାୟତ ବୀରଜଗନ୍ନାଥପୁର ତଥା ପୁରୁଷୋତ୍ତମପୁର ଓକିଲ ସଂଘର ବରିଷ୍ଠ ସଭ୍ୟ, ନୋଟାରି ଶିଶିର କୁମାର ଶତପଥୀ (୫୯)ଙ୍କ ସୋମବାର ଭୋର ସମୟରେ ଆକସ୍ମିକ ଭାବେ ପରଲୋକ ଘଟିଛି । ଏହାକୁ ନେଇ ପୁରୁଷୋତ୍ତମପୁର ଓକିଲ ସଂଘ ପକ୍ଷରୁ ସଭାପତି ଜଗନ ମୋହନ ପଟ୍ଟନାୟକଙ୍କ ପୌରୋହିତ୍ୟରେ ଏକ ଶୋକସଭା କରାଯିବା ସହ କୋର୍ଟ କାର୍ଯ୍ୟ ବନ୍ଦ ରହିଛି। ସେମାନେ ମୃତ ଶିଶିରଙ୍କ ଘରକୁ ଯାଇ ଶେଷ ଦର୍ଶନ କରି ଶୋକସନ୍ତପ୍ତ ପରିବାରଙ୍କୁ ସମବେଦନା ଜଣାଇଛନ୍ତି । ଏଥିରେ ଓକିଲ ସଂଘର ସଂପାଦକ ପ୍ରଭାତ କୁମାର ପଟ୍ଟନାୟକ, ବରିଷ୍ଠ ଓକିଲ ଉପେନ୍ଦ୍ର ପଣ୍ଡା, ବାସୁଦେବ ଯେନା, ରମାରଞ୍ଜନ ଦାଶ, ରବୀନ୍ଦ୍ର ସାହୁଙ୍କ ସମେତ ବହୁ ଓକିଲ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

ଓଜନ ହ୍ରାସ ଔଷଧ ବେଆଇନ ବିକ୍ରିକଲେ ଲାଇସେନ୍ସ ରଦ୍ଦ: କେନ୍ଦ୍ରର ଚେତାବନୀ

ନୂଆଦିଲ୍ଲୀ,୨ା୪:ଓଜନ ହ୍ରାସ ପାଇଁ ଉଦ୍ଦିଷ୍ଟ ଔଷଧଗୁଡ଼ିକ ଭାରତୀୟ ବଜାରରେ ସହଜରେ ଉପଲବ୍ଧ ହେଉଥିବାରୁ ଏହାର ଅପବ୍ୟବହାର ବଢ଼ିବାରେ ଲାଗିଛି। ଏଭଳି ଡ୍ରଗ୍ସ ବିକ୍ରେତାଙ୍କ ଲାଇସେନ୍ସ ରଦ୍ଦ କରାଯିବା…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri