ବରିଷ୍ଠ ନାଗରିକଙ୍କୁ ପୋଲିସ ବାଣ୍ଟିଲା ପରିଚୟପତ୍ର: ଏକୁଟିଆ ଥିଲେ ରହିବ ସ୍ବତନ୍ତ୍ର ଦୃଷ୍ଟି: ଏସ୍‌ପି

ଅନୁଗୋଳ ଅଫିସ, ୧୩।୧୦ – ଅନୁଗୋଳ ପୋଲିସ ପକ୍ଷରୁ ଶନିବାର ମଧ୍ୟାହ୍ନରେ ବରିଷ୍ଠ ନାଗରିକମାନଙ୍କୁ ପରିଚୟପତ୍ର ପ୍ରଦାନ କରାଯାଇଛି। ଅନୁଗୋଳ ଥାନା ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଏସ୍‌ପି ଜଗମୋହନ ମୀନା ମୁଖ୍ୟ ଅତିଥିଭାବେ ଯୋଗ ଦେଇ ପରିଚୟପତ୍ର ପ୍ରଦାନ କରିଥିଲେ। ଏହି ଅବସରରେ ଏସ୍‌ପି କହିଥିଲେ ଯେ, ପିଲାମାନଙ୍କଠାରୁ ଯେଉଁ ବୟସ୍କମାନେ ଅଲଗା ରହୁଛନ୍ତି, ସେମାନଙ୍କ ଉପରେ ଅନୁଗୋଳ ପୋଲିସ ପକ୍ଷରୁ ସ୍ବତନ୍ତ୍ର ଭାବେ ଦୃଷ୍ଟି ରଖାଯିବ। ସମ୍ପୃକ୍ତ ବରିଷ୍ଠ ନାଗରିକଙ୍କ ଏକ ତାଲିକା କରିବାକୁ ଏସ୍‌ପି ଅନୁଗୋଳ ଥାନା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। କିଛି ଅଭିଯୋଗ ଥିଲେ ବରିଷ୍ଠ ନାଗରିକମାନେ ପ୍ରଥମେ ସ୍ଥାନୀୟ ଥାନା ଅଧିକାରୀଙ୍କୁ ଭେଟିବେ। ଥାନା ଅଧିକାରୀ ଅନୁପସ୍ଥିତ ଥିଲେ ଏସ୍‌ଡିପିଓଙ୍କ ନିକଟକୁ ଯିବେ। ଯଦି ଦୁଇ ଅଧିକାରୀ ଅନୁପସ୍ଥିତ ଥିବେ ତାହେଲେ ଏସ୍‌ପିଙ୍କ ନିକଟକୁ ଯାଇ ଅବଗତ କରିପାରିବେ ବୋଲି ମୀନା ସୂଚନା ଦେଇଥିଲେ। ତେବେ ବିଭିନ୍ନ ଅଞ୍ଚଳରେ ପାଟ୍ରୋଲିଂ ବ୍ୟବସ୍ଥା ବଢ଼ାଇବାକୁ ବରିଷ୍ଠ ନାଗରିକମାନେ ଏସ୍‌ପିଙ୍କୁ ଅନୁରୋଧ କରିଥିଲେ। ଅନୁଗୋଳ ପୋଲିସ ପକ୍ଷରୁ ମିଳିଥିବା ସୂଚନା ମୁତାବକ ମୋଟ ୪୧୧ ଜଣ ବରିଷ୍ଠ ନାଗରିକ ଥାନାରେ ପଞ୍ଜୀକୃତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ପୂର୍ବରୁ ୩୦୫ ଜଣଙ୍କୁ ପରିଚୟପତ୍ର ପ୍ରଦାନ କରାଯାଇଥିଲା। ଶନିବାର ୭୦ ଜଣଙ୍କୁ ପରିଚୟପତ୍ର ବଣ୍ଟା ଯାଇଥିବାବେଳେ ବାକି ଥିବା ୩୬ ଜଣଙ୍କୁ ପରେ ପ୍ରଦାନ କରାଯିବ। ଅନ୍ୟ ବରିଷ୍ଠ ନାଗରିକମାନେ ଆବେଦନ କଲେ ସେମାନଙ୍କ ଘରେ ପରିଚୟପତ୍ର ପ୍ରଦାନ କରାଯିବ ବୋଲି ଅନୁଗୋଳ ପୋଲିସ ପକ୍ଷରୁ କୁହାଯାଇଛି। ଏହି କାର୍ଯ୍ୟକ୍ରମରେ ଏସ୍‌ଡିପିଓ ଅଶ୍ୱିନୀ ସାହୁ, ଥାନା ଅଧିକାରୀ ରମେଶଚନ୍ଦ୍ର ବିଶୋଇ, ବରିଷ୍ଠ ନାଗରିକ ସଂଘ ସଭାପତି ସୁବାସ ଚନ୍ଦ୍ର ସାହୁ ଓ ସମ୍ପାଦକ କୃଷ୍ଣଚନ୍ଦ୍ର ନନ୍ଦଙ୍କ ଅନ୍ୟ ବରିଷ୍ଠ ନାରିକମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ବ୍ଲକ ଓଷ୍ଟାର ନୂତନ କର୍ମକର୍ତ୍ତା ମନୋନୀତ: ଜାଣନ୍ତୁ ସେମାନେ ସବୁ କିଏ…

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପିଏମଶ୍ରୀ ୟୁ. ବି. ହାଇସ୍କୁଲଠାରେ ବ୍ଲକର ଓଷ୍ଟା ଖବରଦାତା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଦିଲ୍ଲୀପ କୁମାର…

ଟ୍ରମ୍ପଙ୍କୁ ଇରାନର ଭୟଙ୍କର ଚେତାବନୀ: ଯଦି ବନ୍ଦରଗୁଡ଼ିକ ପ୍ରତି ବିପଦ ସୃଷ୍ଟି ହୁଏ, ତା’ହେଲେ…

ଓ୍ବାଶିଂଟନ୍‌,୧୩।୪: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ଏକ ନୂତନ ଏବଂ ଗମ୍ଭୀର ମୋଡ଼ ନେଇଛି। ଆମେରିକା ଇରାନର ଉପସାଗରୀୟ ବନ୍ଦରଗୁଡ଼ିକର ନୌସେନା ଅବରୋଧ ଘୋଷଣା…

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍‌ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା…

ବସ୍‌ ଉପରକୁ ଗୁଳିମାଡ଼: ଚାଲିଗଲା ଫୁଟବଲ୍‌ ଖେଳାଳିଙ୍କ ଜୀବନ

ଘାନା,୧୩ା୪: ଡକାୟତଙ୍କ ଆକ୍ରମଣରେ ଘାନାନିଆନ ପ୍ରିିମିୟର ଲିଗ୍‌ କ୍ଲବର ଫୁଟବଲ ଖେଳାଳି ବେରେକୁମ୍‌ ଚେଲ୍‌ସୀର ଡୋମିନିକ୍‌ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି। କ୍ଲବ ସୂତ୍ରରୁ ପ୍ରକାଶ ଘାନାର ଦକ୍ଷିଣାଞ୍ଚଳରେ…

ଏହି କାର୍ଯ୍ୟ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଠୋର ଦଣ୍ଡ ଦେଲା BCCI, ମ୍ୟାଚ ସମୟରେ ଏମିତି କ’ଣ କଲେ ଅଧିନାୟକ

ନୂଆଦିଲ୍ଲୀ,୧୩।୪: ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ରନ ଦୃଷ୍ଟିରୁ ଐତିହାସିକ ଥିଲା। ଏହି ମ୍ୟାଚ ମଧ୍ୟ ବିବାଦରେ ଫସି…

ପାରମ୍ପରିକ ଖାଦ୍ୟକୁ ନେଇ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ ଆନନ୍ଦମୟୀ….

ଦାରିଙ୍ଗବାଡି, ୧୩ା୪ (ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ୍‌ କାର୍ଯ୍ୟାଳୟ ପରିସର ମଧ୍ୟରେ ସୋମବାର ଓଡ଼ିଆ ପକ୍ଷ ଅବସରରେ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ ବିଡ଼ିଓ ପ୍ରୀତିରଞ୍ଜନ…

ମାଲକାନଗିରି କୋର୍ଟର ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ମାଲକାନଗିରି,୧୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋର୍ଟକୁ ଏକ ଅଜ୍ଞାତ ମେଲ୍‌ରୁ ସୋମବାର ବୋମା ଧମକ ମିଳିଛି। କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିବା ପରେ ଅଞ୍ଚଳରେ…

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri