‘ବରିଷ୍ଠ ନାଗରିକଙ୍କ ଅଭିଜ୍ଞତାକୁ ବ୍ୟବହାର କରନ୍ତୁ ସରକାର’

ବ୍ରହ୍ମପୁର ଅଫିସ,୨୮ା୭: ଗଞ୍ଜାମ ଜିଲା ବିଜୁ ପଟ୍ଟନାୟକ ସିନିୟର୍‌ ସିଟିଜେନସ ଫୋରମର ୧୫ତମ ତ୍ରୟବାର୍ଷିକ ସମ୍ମିଳନୀ ସ୍ଥାନୀୟ ବିଜୁ ପଟ୍ଟନାୟକ ସଂସ୍କୃତି ଭବନଠାରେ ରବିବାର ଅନୁଷ୍ଠିତ ହୋଇଯାଇଛି। ଦେଶର ଉନ୍ନତିରେ ବରିଷ୍ଠ ନାଗରିକଙ୍କ ଭୁମିକା ଅତ୍ୟନ୍ତ ଆବଶ୍ୟକ। ସେମାନଙ୍କ ଅଭିଜ୍ଞତାକୁ ଯଦି ସରକାର ବ୍ୟବହାର କରିପାରିନ୍ତେ, ତେବେ ସମାଜର ବହୁ ଉନ୍ନତି ହୋଇପାରନ୍ତା ବୋଲି ସମ୍ମିଳନୀରେ ଉପସ୍ଥିତ ଅତିଥିମାନେ ମତବ୍ୟକ୍ତ କରିଛନ୍ତି। ଫୋରମର ସଭାପତି ରାସ ବିହାରୀ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମ୍ମିଳନୀରେ ଅଭ୍ୟର୍ଥନା କମିଟିର ଅଧ୍ୟକ୍ଷ ପ୍ରଫେସର ଡା. ପ୍ରଫୁଲ ଚନ୍ଦ୍ର ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ବ୍ରହ୍ମପୁର ଏମପି ଚନ୍ଦ୍ରଶେଖର ସାହୁ ମୁଖ୍ୟଅତିଥି ଏବଂ ରାଜ୍ୟ ସଭାର ପୂର୍ବତନ ସଚିବ ସତ୍ୟନାରାୟଣ ସାହୁ ମୁଖ୍ୟବକ୍ତା, ବ୍ରହ୍ମପୁର ବିଧାୟକ ବିକ୍ର୍ରମ କୁମାର ପଣ୍ଡା, ପୂର୍ବତନ ବି ଅଧ୍ୟକ୍ଷ ସୁବାସ ମହାରଣା, ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜର ଡିନ ତଥା ଅଧ୍ୟକ୍ଷ ଡା. ରାଧାମାଧବ ତ୍ରିପାଠୀ, ଫୋରମର ରାଜ୍ୟ ସଂଘର ସାଧାରଣ ସଂପାଦକ ଡା. ପି.କେ. ଦାସ, କାର୍ଯ୍ୟକାରୀ ସଭାପତି ଡା. କୃପାସିନ୍ଧୁ ପଣ୍ଡା ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ପୂର୍ବତନ ବି ଅଧ୍ୟକ୍ଷ ସୁବାସ ମହାରଣା ଏବଂ ଖବରଦାତା ସୁଦୀପ ସାହୁଙ୍କ ସମେତ ବୟୋଜେଷ୍ଠ ତିନି ଜଣ ସଦସ୍ୟ ଓ କାର୍ଯ୍ୟକାରୀ ସଭାପତି ପ୍ରଫେସର ଜୟନ୍ତ କୁମାର ମହାପାତ୍ରଙ୍କୁ ସମ୍ମାନିତ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ପୂର୍ଣ୍ଣଚନ୍ଦ୍ର ମହାରଣା, ଭୀଷ୍ମଚାର୍ଯ୍ୟ ଚୌଧୁରୀ, ନରସିଂହ ସାହୁ, ଡି. ଆପା ରାଓ, ରବିନ୍ଦ୍ର କୁମାର ମହାରଣା, ପ୍ରଶାନ୍ତ କୁମାର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ଟେନସା/ବଣାଇଁ,୧୧।୪(ସମୀର କୁମାର ପାଢ଼ୀ/ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଷସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri