ବରିଷ୍ଠ ନାଗରିକମାନେ ସମାଜର ପଥ ପ୍ରଦର୍ଶକ

ଟିଟିଲାଗଡ଼,୧୦।୮ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ ବିଧାନସଭା ନିର୍ବାଚନ ମଣ୍ଡଳୀ ଦୀର୍ଘବର୍ଷ ପରେ ରାଜ୍ୟ ମନ୍ତ୍ରିମଣ୍ଡଳରେ ମନ୍ତ୍ରୀ ପଦ ହାସଲ କରିଛି। ବିଧାୟିକା ଟୁକୁନୀ ସାହୁ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗର କ୍ୟାବିନେଟ ମନ୍ତ୍ରୀ ହୋଇଛନ୍ତି। ତାଙ୍କ ମନ୍ତ୍ରିତ୍ୱ କାଳରେ ଟିଟିଲାଗଡର ଆଶାତୀତ ପ୍ରଗତି ହେବ। ଶନିବାର ସ୍ଥାନୀୟ ଗୋବିନ୍ଦ ବାଟିକାଠାରେ ମନ୍ତ୍ରୀ ସାହୁଙ୍କୁ ସମ୍ବର୍ଦ୍ଧିତ କରିବା ଅବସରରେ ଏହି ଆଶାପୋଷଣ କରିଛି ବରିଷ୍ଠ ନାଗରିକ ମଞ୍ଚ। ମଞ୍ଚ ସଭାପତି ଅଶ୍ୱିନୀ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟବକ୍ତା ଡ. ଅଜାମ୍ବର ମଲ୍ଲ ସମସ୍ତ ଦିଗରେ ଟିଟିଲାଗଡ ଅଞ୍ଚଳର ବିକାଶ ନେଇ ମନ୍ତ୍ରୀଙ୍କୁ ସାଧୁବାଦ ଜଣାଇଥିଲେ। ଏଥିସହ ଟିଟିଲାଗଡ ଜିଲା ଦାବିକୁ ସାକାର କରିବା ପାଇଁ ସେ ଆହ୍ବାନ କରିଥିଲେ। ମନ୍ତ୍ରୀ ସାହୁ ସମ୍ବର୍ଦ୍ଧନାର ଉତ୍ତରରେ କହିଥିଲେ ଯେ, ବରିଷ୍ଠ ନାଗରିକମାନେ ପିତୃତୁଲ୍ୟ, ସମାଜର ପଥ ପ୍ରଦର୍ଶକ। ତେଣୁ ସେମାନେ ତାଙ୍କ ଅଭିଜ୍ଞତା ଓ ଅନୁଭବକୁ ରାଷ୍ଟ୍ର ଗଠନରେ ବିନିଯୋଗ କରିବା ଆବଶ୍ୟକ। ଏହି ଅବସରରେ ମନ୍ତ୍ରୀ ସାହୁ ଆହୁରି କହିଥିଲେ ଯେ, ଖୁବ୍‌ଶୀଘ୍ର ଟିଟିଲାଗଡରେ ସରକାର ଏକ ପାଠାଗାର ନିର୍ମାଣ କରିବାକୁ ଯାଉଛନ୍ତି। ସାମାଜିକ କର୍ମୀ ଦୀପକ ସାହୁ, ପୂର୍ବତନ ପୌରାଧ୍ୟକ୍ଷ ଗୋବର୍ଦ୍ଧନ ନାଗ ମଞ୍ଚାସୀନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri