Posted inଜାତୀୟ

ବରିଷ୍ଠ ନେତାଙ୍କୁ ଫେରାଇ ଆଣିବାକୁ ଉଦ୍ୟମ

ଲକ୍ଷ୍ନୌ,୩ା୬(ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶରେ ସମାଜବାଦୀ ପାର୍ଟି (ଏସ୍‌ପି)ର ପରାଜୟ ପରେ ଦଳ ଶିକ୍ଷାଲାଭ କରିଛି। ଏବେ ଭାଇ ଶିବପାଲ୍‌ ଯାଦବଙ୍କ ସମେତ ବରିଷ୍ଠ ନେତାମାନଙ୍କୁ ଦଳକୁ ଫେରାଇ ଆଣିବା ସହ ଅଣଯାଦବ ନେତାମାନଙ୍କୁ ଦଳରେ ନେବା ଲାଗି ପ୍ରୟାସ ଆରମ୍ଭ ହୋଇଛି। ଅଢ଼େଇ ବର୍ଷରୁ ଊର୍ଦ୍ଧ୍ୱ ଦଳୀୟ କାର୍ଯ୍ୟକ୍ରମରୁ ଦୂରେଇ ରହିବା ପରେ ଏସ୍‌ପି ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବେ ସ୍ଥିତି ସମୀକ୍ଷା କରୁଥିବା ଜଣାପଡିଛି। ଅଖିଳେଶ ଯାଦବ ମୁଖ୍ୟମନ୍ତ୍ରୀ ଥିବାବେଳେ ୨୦୧୪ ଲୋକ ସଭା ନିର୍ବାଚନରେ ଏସ୍‌ପିକୁ ମାତ୍ର ୫ଟି ଆସନ ମିଳିଥିଲା। ୨୦୧୭ରେ ସେ ଦଳ ଅଧ୍ୟକ୍ଷ ହେବା ପରେ ୪୦୩ ଆସନ ବିଶିଷ୍ଟ ଉତ୍ତରପ୍ରଦେଶ ବିଧାନସଭାରେ ତାଙ୍କ ଦଳ ୪୭ ଆସନକୁ ଖସିଆସିଥିଲା। ୨୦୧୯ ନିର୍ବାଚନରେ ବିଏସ୍‌ପି ସହ ମେଣ୍ଟ ସତ୍ତ୍ୱେ ଏହି ଦଳ ୫ଟି ଆସନରେ ସୀମିତ ରହିଛି। ପରାଜୟ ପରେ ଦଳକୁ ସଜାଡିବା ଲାଗି ଅଖିଳେଶ ଏବେ ମୁଲାୟମଙ୍କ ପରାମର୍ଶ ଲୋଡିଛନ୍ତି। ଏସ୍‌ପି ଯାଦବମାନଙ୍କର ଦଳ ବୋଲି ଯେଉଁ ଧାରଣା ରହିଛି ତାହାକୁ ବଦଳାଇବାକୁ ହେଲେ ଦଳରେ ଅଣଯାଦବ ନେତାମାନଙ୍କୁ ସାମିଲ କରିବା ଲାଗି ମୁଲାୟମ ପରାମର୍ଶ ଦେଇଛନ୍ତି। ବରିଷ୍ଠ ନେତା ରେଓତି ରମଣ ସିଂ, ଭଗଓ୍ବତି ସିଂ, ଓମ୍‌ପ୍ରକାଶ ସିଂ, ମନୋଜ ପାଣ୍ଡେ, ଅରବିନ୍ଦ ସିଂ ଗୋପେ, ନାରଦ ରାୟ ଏବଂ ରାଧେଶ୍ୟାମ ସିଂ ପ୍ରମୁଖ ବରିଷ୍ଠ ନେତାଙ୍କୁ ଫେରାଇ ଆଣିବାକୁ ଆଲୋଚନା ପାଇଁ ଡକାଯାଇଛି। ଗତ ଦୁଇ ବର୍ଷରେ ଯେଉଁମାନେ ଦଳ ଛାଡିଛନ୍ତି ସେମାନଙ୍କୁ ଫେରାଇ ଆଣିବା ଲାଗି ମୁଲାୟମ ଅଖିଳେଶଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri