ବରୀରୁ ପୁଣି ୨ଟି କରୋନା ପଜିଟିଭ ଚିହ୍ନଟ: ସମସ୍ତ ଆକ୍ରାନ୍ତ ପଶ୍ଚିମବଙ୍ଗ ଫେରନ୍ତା

ବରୀ,୧୪।୫(ସ୍ବ.ପ୍ର.): ଯାଜପୁର ଜିଲା ବରୀ ବ୍ଲକ ଅଞ୍ଚଳରୁ ଗୁରୁବାର ପୁଣି ୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବରୀରେ ମୋଟ ୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ବରୀ ବ୍ଲକ ଅଧିନ କିମ୍ଭିରିଆପାଳ ପଞ୍ଚାୟତର ଗୋବିନ୍ଦାବାଟି ଗ୍ରାମର ବୋଲି ଜଣାପଡ଼ିଛି। ଆକ୍ରାନ୍ତ ୨ଜଣ ପୁରୁଷ ହୋଇଥିବା ବେଳେ ଏମାନେ ଦୁଇଭାଇ। ୨ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ୬୦ବର୍ଷର ହୋଇଥିବା ବେଳେ ଅନ୍ୟ ଜଣଙ୍କ ବୟସ ୩୫ବର୍ଷ ରହିଥିବା ସୂଚନା ରହିଛି। ସୂଚନାଯୋଗ୍ୟ, ନିକଟରେ ଉକ୍ତ ଦୁଇଭାଇ ପଶ୍ଚିମବଙ୍ଗରୁ ଫେରିବା ପରେ ଗୋବିନ୍ଦାବାଟି ପ୍ରାଥମିକ ବିଦ୍ୟାଳୟରେ ହୋଇଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରର ରହୁଥିଲେ। ସେଠାରେ ସେମାନଙ୍କର ନମୁନା ପରୀକ୍ଷା କରାଯାଇଥିବା ବେଳେ ଗୁରୁବାର ଆସିଥିବା ରିପୋର୍ଟରେ କରୋନା ପଜିଟିଭ୍‌ ବାହାରିଛି ବୋଲି ପ୍ରଶାସନ ସୂଚନା ପକ୍ଷରୁ କୁହାଯାଇଛି। ଅପରପକ୍ଷେ ଅଧିକାଂଶ ସମୟରେ ପରିବାର ଲୋକେ ସେମାନଙ୍କୁ ଘରୁ ଖାଦ୍ୟ ନେଇ ଖାଇବାକୁ ଦେଉଥିଲେ ବୋଲି ଜଣାପଡିଛି। ତେଣୁ ସେମାନେ କାହା କାହା ସଂସ୍ପର୍ଶରେ ଆସିଛନ୍ତି ସେନେଇ କଣ୍ଟାକ୍ଟ ଟ୍ରେସିଂ ଚାଲିଛି ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri