ବରୀରେ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ: ପ୍ରାୟ ୧୦୦୦ ଲୋକଙ୍କ ସଂସ୍ପର୍ଶରେ ଆସିଥିବା ଅନୁମାନ

ବରୀ/ରତ୍ନଗିରି,୨।୫(ସ୍ବ.ପ୍ର./ଡି.ଏନ୍‌.ଏ.): ଯାଜପୁର ଜିଲା ଶନିବାର ୫ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଜଣେ ବରୀ ବ୍ଲକର ବୋଲି ଜଣାପଡ଼ିଛି। ତେବେ ପ୍ରଥମ ଥର ବରୀ ବ୍ଲକରେ ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସୂଚନାଯୋଗ୍ୟ, ବରୀ ବ୍ଲକ କଳାମାଟିଆ ପଞ୍ଚାୟତର କାଇପଡା ଗ୍ରାମର ଜଣେ ୨୮ ବର୍ଷୀୟ ଯୁବକ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ମାର୍ଚ୍ଚ୨୮ରେ ସେ କୋଲକାତାରୁ ୪ଜଣଙ୍କ ସହିତ ଘରକୁ ଫେରିଥିଲେ। ଗାଁକୁ ଫେରିବା ସମୟରେ ପଶ୍ଚିମବଙ୍ଗ ସୀମା ପୋଲିସ ସେମାନଙ୍କୁ ଅଟକାଇଥିଲା ବୋଲି ସୂଚନା ମିଳିଛି। ପରବର୍ତ୍ତୀ ଅବସ୍ଥାରେ ଉକ୍ତ ୫ ଜଣ ଏକ ବୋଲେରୋ ଯୋଗେ ନିଜ ଗାଁରେ ପହଞ୍ଚିିଥିଲେ। ମାଛ ଗାଡି, ବୋଲେରୋ, ଡିଜାର ସୁଇପ୍ଟ ଆଦି ଗାଡ଼ିରେ ସେ କୋଲକାତାରୁ ଫେରିଥିବା ନେଇ ସୂଚନା ରହିଛି। ଫେରିବା ପରେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହି ମଧ୍ୟ ସେ ଗାଁର କିଛି ଯୁବକଙ୍କ ସହ ତାସ୍‌, କ୍ରିକେଟ ଖେଳିବା ସହ ବୁଲାବୁଲି ମଧ୍ୟ କରିଛନ୍ତି। ପାଖାପାଖି ୧ହଜାର ଲୋକଙ୍କ ସହିତ ସେ ମିଶିଥିବା ଅନୁମାନ କରାଯାଉଛି। ଯାହା ଏବେ ପ୍ରଶାସନର ମୁଣ୍ଡ ବ୍ୟଥାର କାରଣ ପାଲଟିଛି। ଶନିବାର ସକାଳେ ପ୍ରଶାସନ ସଂକ୍ରମିତ ବ୍ୟକ୍ତିଙ୍କ ଘରେ ପହଞ୍ଚିିବା ପରେ ସ୍ଥାନୀୟ ଅଞ୍ଚଳରେ କୋକୁଆ ଭୟ ସୃଷ୍ଟି ହୋଇଛି। ଅପରପକ୍ଷେ ପଜିଟିଭ ଚିହ୍ନଟ ବ୍ୟକ୍ତି ଜଣଙ୍କ କାହା କାହା ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କୁ ଚିହ୍ନଟ କରିବା ପ୍ରଶାସନ ପାଇଁ ଏକ ଚାଲେଞ୍ଜ ସୃଷ୍ଟି କରିଛି। ଏନେଇ ଅଧିକ ତଦନ୍ତ ଚାଲିଛି ବୋଲି ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri