ବରୁଣଗଡ଼ିଆ ଛକ ନିକଟରେ ଦୁର୍ଘଟଣା, ଶ୍ରମିକ ମୃତ

ରୂପ୍‌ସା, ୩୧।୧୨(ଡି.ଏନ.ଏ.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ବରୁଣଗଡ଼ିଆ ଛକ ନିକଟରେ ସୋମବାର ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଭ୍ୟାନ୍‌ ଧକ୍କାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତ ଶ୍ରମିକ ହେଲେ ରୂପ୍‌ସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଓଡ଼ିଆ ଶାସନ ଗ୍ରାମର ସନ୍ତୋଷ କୁମାର ପ୍ରଧାନ (୪୫) ା

ସେ ଅମର୍ଦ୍ଦାରୋଡ଼ସ୍ଥିତ ନଟାକଟା ସେବା ସମବାୟ ସମିତିର ଧାନକ୍ରୟ କେନ୍ଦ୍ରକୁ ଯାଇ ଅନ୍ୟ ଶ୍ରମିକଙ୍କ ସହ ଧାନବସ୍ତା ସବୁ ମିଲରଙ୍କ ଟ୍ରକ୍‌ରେ ଲୋଡ଼ିଂ କରୁଥିଲେ। କାମ ସାରି ରାତିରେ ଘରକୁ ଆସିବା ପାଇଁ ବରୁଣଗଡ଼ିଆ ଛକଠାରେ ଅପେକ୍ଷା କରିଥିଲେ। ଦ୍ରୁତଗାମୀ ଭ୍ୟାନ୍‌ ତାଙ୍କୁ ଧକ୍କା ଦେଇ ପଳାଇଥିଲା। ଆହତ ଶ୍ରମିକଙ୍କୁ ସଙ୍ଗେ ସଙ୍ଗେ ଚିକିତ୍ସା ପାଇଁ ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ହେଲେ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ବାଲେଶ୍ୱର ନେବା ବାଟରେ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ଏନେଇ ବସ୍ତା ଥାନାରେ ମଙ୍ଗଳବାର ପୋଲିସ ଏକ ମାମଲା (ନଂ. ୪୪୯/୧୯) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ କରାଇଛି। ତାଙ୍କ ମୃତ୍ୟୁରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇରେ ମହେଶ୍ୱରଙ୍କ ମୃତ୍ୟୁ: ଶୋକସନ୍ତପ୍ତ ପରିବାରକୁ ଭେଟି ଆର୍ଥିକ ସହାୟତା ପ୍ରଦାନ କଲେ ଛତ୍ରପୁର ବିଧାୟକ

ଗଞ୍ଜାମ, ୧୬।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ ବୋରିଗାଁ ଗ୍ରାମର ମହେଶ୍ୱର ନାହାକଙ୍କ ମୁମ୍ବାଇରେ କାର୍ଯ୍ୟରତ ଥିବା ସମୟରେ ହଠାତ୍ ହୃଦଘାତରେ ମୃତ୍ୟୁ…

ତିନି ରଥରେ ଦର୍ଶନ ଦଲେ ଶ୍ରୀଜୀଉ

କର୍ଲାମୁଣ୍ଡା,୧୬ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ର ବିଭିନ୍ନ ସ୍ଥାନରେ ଗୁରୁବାର ରଥଯାତ୍ରା ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଛି। କର୍ଲାମୁଣ୍ଡା ବସ୍ତିଠାରେ ଭକ୍ତଙ୍କ ସମାଗମରେ ମହାପ୍ରଭୁ…

ଦାରିଙ୍ଗବାଡିରେ ଘୋଷଯାତ୍ରା: ସିମନବାଡି-ଗଦାପୁରରେ ବିଳମ୍ବରେ ଟଣାହେଲା ରଥ,ଲଗାଣ ବର୍ଷା ସତ୍ତ୍ୱେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗୁରୁବାର ପବିତ୍ର ଘୋଷଯାତ୍ରା ଅତି ଧୂମଧାମରେ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅନ୍ତର୍ଗତ ସିମନବାଡି ପତିତପାବନ…

ଠାକୁର ଅଜା ଶ୍ରୀ ସିଦ୍ଧ ବଳରାମଙ୍କ ରଥଯାତ୍ରା: ପାଚିଲା ପଣସ ଭୋଗରେ ମହକିଲା ପୀଠ

ସାକ୍ଷୀଗୋପାଳ, ୧୬।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସ୍ଥାନୀୟ ପ୍ରସିଦ୍ଧ ବକୁଳ ବନର ଅଧିଶ୍ୱର ଠାକୁର ଅଜା ଶ୍ରୀସିଦ୍ଧ ବଳରାମଦେବଙ୍କ ପବିତ୍ର ରଥଯାତ୍ରା ଗୁରୁବାର ଭକ୍ତିପୂତ ପରିବେଶରେ…

ରଥଟଣା ବେଳେ ଅଘଟଣ: ଶଳାକୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଭିଣୋଇ, ଦଳାଚକଟାରେ ଜଣେ ଆହତ

ପୁରୁଷୋତ୍ତମପୁର, ୧୬।୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ରଥଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ରଥଟଣା ଚାଲିଥିବା ବେଳେ ପାରିବାରିକ…

କୁଲାଡ ବଡ଼ଦାଣ୍ଡ ଭକ୍ତମୟ: ମାଉସୀମା ମନ୍ଦିରରେ ଲାଗିଲା ରଥ, ମଝି ରାସ୍ତାକୁ ଆଣିବା ପାଇଁ ନିଆଯାଇଥିଲା ହାଇୱାର ସହାୟତା

ଭଞ୍ଜନଗର, ୧୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ଜଗନ୍ନାଥ ମନ୍ଦିର ପକ୍ଷରୁ ପବିତ୍ର ଗୁଣ୍ଡିଚା ଯାତ୍ରା ଗୁରୁବାର ଅତି ଆଡ଼ମ୍ବର ସହକାରେ ପାଳିତ…

ରାସ୍ତାକଡ଼ରେ ଚାଲିଥିଲା ଜୁଆ ଆଡ୍ଡା: ପୋଲିସର ଅତର୍କିତ ଚଢାଉ; ୪ ଗିରଫ, ବାଇକ୍ ଓ ମୋବାଇଲ୍ ସହ…

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ଜୁଆଡ଼ିଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସାନଖେମୁଣ୍ଡି ବ୍ଲକ…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା, ସକାଳ ସାଢେ ୯ଟାରେ ପୁଣି ଟଣା ହେବ ରଥ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ସନ୍ଧ୍ୟା ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri