ବରୁଣେଇରେ ହେବ ପାଇକ ସ୍ମାରକୀ, ୨୭ରେ ଶିଳାନ୍ୟାସ କରିବେ ରାଷ୍ଟ୍ରପତି: ଧର୍ମେନ୍ଦ୍ର

ଖୋର୍ଦ୍ଧା ଅଫିସ,୧୫।୯: ଖୋର୍ଦ୍ଧାର ବରୁଣେଇ ପାହାଡ ପାଦଦେଶରେ ନିର୍ମାଣ ହେବ ପାଇକ ସ୍ମାରକୀ। ଆସନ୍ତା ୨୭ ଓ ୨୮ ତାରିଖ ଦୁଇଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସୁଥିବା ସୂଚନା ମିଳିଛି। ୨୭ ତାରିଖରେ ରାଷ୍ଟ୍ରପତିଙ୍କ କରକମଳରେ ପାଇକ ସ୍ମାରକୀ ଶୁଭ ଦିଆଯିବ। ସ୍ମାରକୀ ଚିହ୍ନିତ କ୍ଷେତ୍ର ବରୁଣେଇ ପାଦଦେଶରେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ, ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପରୋକ୍ତ ସୂଚନା ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ପ୍ରଧାନ ସହ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ରାଷ୍ଟ୍ରମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଶନିବାର ଅପରାହ୍ନରେ ସ୍ମାରକୀ ଚିହ୍ନଟ ସ୍ଥଳ ପରିଦର୍ଶନ କରି ଫେରିଛନ୍ତି। ମନ୍ତ୍ରୀଙ୍କ ସହ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀ, ପର୍ଯ୍ୟଟନ ବିଭାଗ ପରିଚାଳନା ନିର୍ଦ୍ଦେଶକ ନିର୍ମଳ ଚନ୍ଦ୍ର ମିଶ୍ର, ସଂସ୍କୃତି ବିଭାଗ ନିର୍ଦ୍ଦେଶକ ବିଜୟ କୁମାର ନାୟକ, ଜିଲାପାଳ ସିତାଂଶୁ କୁମାର ରାଉତ, ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ରନାଥ ମିତ୍ର ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଜିଲାପାଳଙ୍କ କାର୍ଯ୍ୟାଳୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ଖବରଦାତା ସମ୍ମିଳନୀରେ ଯୋଗଦେଇ କହିଥିଲେ, ପାଇକ ବିଦ୍ରୋହର ଦୁଇଶହ ବାର୍ଷିକୀ ଅବସରରେ ରାଷ୍ଟ୍ରୀୟ ସ୍ମାରକ ନିର୍ମାଣ କରିବା କେନ୍ଦ୍ର ସରକାର ପରିକଳ୍ପନା ଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରୀୟ ସଂସ୍କୃତି ମନ୍ତ୍ରୀଙ୍କୁ ପତ୍ର ଲେଖି ବରୁଣେଇ ପାହାଡ ତଳେ ପାଇକ ସ୍ମାରକୀ ପାଇଁ ୧୦ ଏକର ଜମି ଉପଲବ୍ଧ କରାଇଥିବା ସୂଚନା ଦେଇଛନ୍ତି। ଏଣୁ ରାଜ୍ୟର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗୀୟ ରାଷ୍ଟ୍ର ମନ୍ତ୍ରୀ ପାଣିଗ୍ରାହୀଙ୍କ ସହ ସେ ଓ ଅଧିକାରୀମାନେ ପାଇକ ସ୍ମାରକୀ ଚିହ୍ନଟ ଅଞ୍ଚଳ ବୁଲି ଦେଖିଲେ। ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ଓ ପାଇକ ସ୍ମାରକୀ ପାଇଁ ଜିଲାପାଳଙ୍କ ଅଫିସରେ ଯୋଜନା କରାଯାଇଛି। ଓଡ଼ିଆ ଜାତିର ପ୍ରେରଣା କେନ୍ଦ୍ର ବରୁଣେଇ ପାହାଡର ଭବିଷ୍ୟତକୁ ଧ୍ୟାନରେ ରଖି ୨୦୦ ବର୍ଷ ପାଳନ ଅବସରରେ ଗୋଟିଏ ନୂଆ ତୀର୍ଥକ୍ଷେତ୍ର, ପର୍ଯ୍ୟଟନସ୍ଥଳ ତିଆରି କରାଯିବ, ଯେଉଁଠାରେ କି ଓଡ଼ିଆ ଜାତିର ବୀରଗାଥା ଜନଜୀବନର କଥା ରହିବ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri