Posted inଫୁରସତ

ବର୍ଗରରୁ ବାହାରିଲା କାଚ ଖଣ୍ଡ: ମେଡିକାଲରେ ପହଞ୍ଚିଲେ ଯୁବକ

ଆଜିକାଲିର ଯୁବପିଢ଼ି ଫାଷ୍ଟ ଫୁଡ୍‌ ଖାଇବାକୁ ବେଶ୍‌ ପସନ୍ଦ କରୁଛନ୍ତି। ପ୍ରତିଦିନ ଏହାକୁ ଖାଇବା ପାଇଁ ପିଜା ହଟ୍‌ ଅବା କୌଣସି ଫାଷ୍ଟ ଫୁଡ୍‌, ବର୍ଗର ଦୋକାନ ଆଗରେ ଲୋକଙ୍କ ଲମ୍ବା ଲାଇନ୍‌ ଲାଗିଥାଏ। ମାତ୍ର ପୁନେର ଜଣେ ବ୍ୟକ୍ତିଙ୍କ ପାଇଁ ବର୍ଗର ଖାଇବା ମହଙ୍ଗା ପଡ଼ିଛି। ସାଜିଦ ପଠାନ ନିଜର ବନ୍ଧୁମାନଙ୍କ ସହ ବର୍ଗର ଖାଇବା ପାଇଁ ଏକ ଦୋକାନରେ ପହଞ୍ଚିଥିଲେ। ସେଠାରେ ସେମାନେ ବର୍ଗର ସହ ସଫ୍ଟ ଡ୍ରିଙ୍କ୍‌ ଅର୍ଡର କଲେ। ମାତ୍ର ସାଜିଦ ଯେତେବେଳେ ଗୋଟିଏ ବାଇଟ୍‌ ବର୍ଗର ଖାଇଛନ୍ତି ତାଙ୍କ ତଣ୍ଟି ଦରଜ ହେବା ସହ ପାଟିରୁ ରକ୍ତ ବାହାରିବା ଆରମ୍ଭ କରିଥିଲା। ସାଜିଦଙ୍କ ଜଣେ ବନ୍ଧୁ ବର୍ଗର ଚେକ୍‌ କରିବା ପରେ ସେଥିରୁ ଖଣ୍ଡ ଖଣ୍ଡ କାଚ ବାହାରିଥିଲା। ତୁରନ୍ତ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ୩୫ ହଜାର ଟଙ୍କା ଖର୍ଚ୍ଚ ହେବାପରେ ସେ ସୁସ୍ଥ ହୋଇଥିଲେ। ପେସାରେ ସାଜିଦ ଜଣେ ଅଟୋ ଡ୍ରାଇଭର। ସଏ ନେଇ ସାଜିଦ ଥାନାରେ ଅଭିଯୋଗ କରିଛନ୍ତି। ମେଡିକାଲ ରିପୋର୍ଟ ଆସିବା ପରେ ଦୋକାନ ମାଲିକଙ୍କ ବିରୋଧରେ ମାମଲା ରୁଜୁ ହେବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri