Posted inଖେଳ

ବର୍ଣ୍ଣବୈଷମ୍ୟ ବିରୋଧରେ ସ୍ବର ଉତ୍ତୋଳନ କରିବାକୁ ସାମିଙ୍କ ନିବେଦନ

କିଙ୍ଗଷ୍ଟନ,୨।୬(ପି.ଟି.): ବର୍ଣ୍ଣବୈଷମ୍ୟ ବିରୋଧରେ ସ୍ବର ଉତ୍ତୋଳନ କରିବାକୁ ସାରା କ୍ରିକେଟ ଜଗତକୁ ନିବେଦନ କରିଛନ୍ତି ବିଶ୍ୱକପ୍‌ ବିଜୟୀ ପୂର୍ବତନ ଅଧିନାୟକ ଡାରେନ ସାମି। ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ସମେତ ପୂରା କ୍ରିକେଟ ଜଗତକୁ ଏନେଇ ଆଭିମୁଖ୍ୟ ସ୍ପଷ୍ଟ କରିବାକୁ ସେ ଆହ୍ବାନ ଦେଇଛନ୍ତି। ନହେଲେ ଏ ଭଳି ସମସ୍ୟା ଅଂଶ ହୋଇ ରହିବାକୁ ପ୍ରସ୍ତୁତ ରହିବାକୁ ପଡିବ ବୋଲି ସେ ଚେତାଇ ଦେଇଛନ୍ତି। ଆମେରିକାର କୃଷ୍ଣକାୟ ବ୍ୟକ୍ତି ଜର୍ଜ ଫ୍ଲଏଡଙ୍କ ହତ୍ୟା ପରେ ଏବେ ବର୍ଣ୍ଣବୈଷମ୍ୟ ନେଇ ସାରା ବିଶ୍ୱରେ ଚର୍ଚ୍ଚା ସୃଷ୍ଟି ହୋଇଛି।

ସାରା ବିଶ୍ୱରେ କୃଷ୍ଣକାୟ ସମ୍ପ୍ରଦାୟ ଅତ୍ୟାଚାରର ଶିକାର ହେଉଛନ୍ତି ବୋଲି ସେ ସୋସିଆଲ ମିଡିଆରେ ନିଜର ବାର୍ତ୍ତା ପୋଷ୍ଟ କରି କହିଛନ୍ତି। ରଙ୍ଗଭେଦ ନେଇ ଅତ୍ୟାଚାର ହେଉଥିବା ଲୋକମାନଙ୍କ ପାଇଁ ଏବେ ବାହାରିବାର ପ୍ରକୃତ ସମୟ ଆସି ପହଞ୍ଚିଛି। ଚୁପ୍‌ ରହିଲେ ଏବେ ଚଳିବ ନାହିଁ। ନହେଲେ ଆମେ ସମସ୍ତେ ଏଭଳି ଅନ୍ୟାୟ ଓ ଅତ୍ୟାଚାରର ଶିକାର ହେବା ବୋଲି ସେ ଟୁଇଟ୍‌ କରି ସତର୍କ କରାଇଛନ୍ତି। ବର୍ଣ୍ଣବୈଷମ୍ୟବାଦ କେବଳ ଆମେରିକାରେ ସୀମିତ ହୋଇ ରହିନାହିଁ। ସାରା ବିଶ୍ୱରେ କୃଷ୍ଣକାୟ ବ୍ୟକ୍ତିମାନେ ଏଭଳି ସାମାଜିକ କଳଙ୍କ ତଥା ଆକ୍ଷେପରେ ଶିକାର ହେଉଛନ୍ତି। ଆଇସିସି ସମେତ ସେ ସବୁ ଦେଶର ବୋର୍ଡଗୁଡିକୁ ଏ ନେଇ ଦୃଷ୍ଟାନ୍ତମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୨ ଦଳ ମିଶି କଲେ ମାତ୍ର ୨୩ ରନ: ଅନ୍ତର୍ଜାତୀୟ ଟି-୨୦ରେ ସବୁଠୁ ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୨୨।୧୨: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ ସାଧାରଣତଃ ଦ୍ରୁତ ରନ, ବଡ଼ ଛକା ଏବଂ ବଡ଼ ସ୍କୋର ପାଇଁ ଜଣାଶୁଣା। ଏହି ଫର୍ମାଟ କେତେକ ସମୟରେ ବ୍ୟାଟସମ୍ୟାନଙ୍କ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri