Posted inଖେଳ

ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସ୍ଥାନ ପାଇଲା ମହିଳା କ୍ରିକେଟ

ମେଲବୋର୍ନ,୧୩।୮(ପିଟି)- ପ୍ରଥମ ଥର ପାଇଁ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସାମିଲ ହେବାକୁ ଯାଉଛି ମହିଳା କ୍ରିକେଟ୍‌। ୨୦୨୨ରେ ବର୍ମିଂହାମ ସଂସ୍କରଣରେ ମହିଳା ଟି୨୦ ସାମିଲ କରାଯିବା ନେଇ କମନଓ୍ବେଲଥ ଗେମ୍ସ ଫେଡେରେଶନ (ସିଜିଏଫ୍‌) ଓ ଆଇସିସି ମଙ୍ଗଳବାର ଘୋଷଣା କରିଛନ୍ତି। କ୍ରିକେଟ କେବଳ ଥରେ ୧୯୯୮ରେ ରାଜ୍ୟଗୋଷ୍ଠୀ କ୍ରୀଡ଼ା ତାଲିକାରେ ସ୍ଥାନ ପାଇଥିଲା। କୁଆଲାଲମ୍ପୁର ସଂସ୍କରଣରେ ଦକ୍ଷିଣ ଆଫ୍ରିକା ଚାମ୍ପିୟନ ହୋଇଥିଲା। ୨୦୨୨ ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଜୁଲାଇ ୨୭ରୁ ଅଗଷ୍ଟ ୭ ତାରିଖ ପର୍ଯ୍ୟନ୍ତ ଖେଳାଯିବ। ଏଥିରେ ୮ ଅନ୍ତର୍ଜାତୀୟ ଦଳ ଅଂଶଗ୍ରହଣ କରିବେ। ମଙ୍ଗଳବାର ଏକ ଐତିହାସିକ ଦିନ। ମହିଳା କ୍ରିକେଟ ପ୍ରଥମ ଥର ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଅଂଶ ହୋଇଥିବାରୁ ଆମେ ବହୁତ ଖୁସି ବୋଲି ସିଜିଏଫ୍‌ ସଭାପତି ଡାମେ ଲୌସି ମାର୍ଟିନ କହିଛନ୍ତି। ସେହିଭଳି ଆଇସିସି ମୁଖ୍ୟ କାର୍ଯ୍ୟକାରୀ ମନୁ ସାହନେ କହିଛନ୍ତି, ମହିଳା ଓ ଅନ୍ତର୍ଜାତୀୟ କ୍ରିକେଟ ପାଇଁ ଏହା ଐତିହାସିକ ମୁହୂର୍ତ୍ତ। ଇଭେଣ୍ଟର ସମସ୍ତ ୮ ମ୍ୟାଚ୍‌ ଏଜବାଷ୍ଟନଠାରେ ଖେଳାଯିବ, ଯେଉଁଠାରେ ପୁରୁଷ ବିଶ୍ୱକପ୍‌ର ସେମିଫାଇନାଲ ସମେତ ବହୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ଖେଳାଯାଇଥିଲା। କ୍ରିକେଟ ନିୟମ ଅନୁଯାୟୀ ଇଭେଣ୍ଟ ଖେଳାଯିବ। ଏଥିନେଇ ଆଇସିସି ପକ୍ଷରୁ ଅଫିସିଆଲ ଯୋଗାଇ ଦିଆଯିବ। ଆଇସିସି ପକ୍ଷରୁ କୁହାଯାଇଛି, ରାଜ୍ୟଗୋଷ୍ଠୀ କ୍ରୀଡ଼ା ଆସୋସିଏଶନ ମହିଳା ଟି୨୦ କ୍ରିକେଟକୁ ବର୍ମିଂହାମ ଗେମ୍ସରେ ସାମିଲ କରିବାକୁ ଭୋଟ ଦେଇଥିଲେ। ଉଲ୍ଲେଖଥାଉ କି, ଆଇସିସି ଓ ଇଂଲଣ୍ଡ ଆଣ୍ଡ୍‌ ଓ୍ବେଲ୍ସ କ୍ରିକେଟ ବୋର୍ଡ ଗତ ନଭେମ୍ବରରେ ମହିଳା କ୍ରିକେଟକୁ ସାମିଲ କରିବା ପାଇଁ ସିଜିଏଫ୍‌ର ବୋର୍ଡ ମିଟିଂରେ ବିଡ୍‌ ଦାଖଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଫେରିଲେ ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ, କହିଲେ ମହାପ୍ରଭୁଙ୍କ ଜଗନ୍ନାଥଙ୍କ ପାଇଁ…

ଭୁବନେଶ୍ୱର,୨୭ା୭: ଓଡ଼ିଶା ଫେରିଛନ୍ତି ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ ନାୟକ। ଇଣ୍ଡିଆନ ଆଇଡଲ ଟ୍ରଫି ସହ ଜ୍ୟୋତିର୍ମୟୀ ସୋମବାର ସକାଳେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି।…

ଏଇ ଭାରତରେ

ଉତ୍ତରପ୍ରଦେଶ କାନପୁର, ପ୍ରୟାଗରାଜ ଓ ଫାରୁଖାବାଦର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ ୧୦,୦୦୦ରୁ ଊର୍ଦ୍ଧ୍ୱ ଗଛ ଲଗାଯାଇଥିବାବେଳେ ସେଥିରୁ ୭୫ ପ୍ରତିଶତ ଗଛ ବଞ୍ଚାଇବାରେ ସଫଳ ହୋଇଛନ୍ତି ପିଲମାନେ।…

ଗଣଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ: କହିଲେ-ଧର୍ମେନ୍ଦ୍ର ପ୍ରଧାନଙ୍କ ଭଳି…

ଭୁବନେଶ୍ୱର, ୨୭।୭: ପ୍ରଥମରୁ ଅଷ୍ଟମ ପାଠ୍ୟ ପୁସ୍ତକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କୁ ଘେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ…

ଅଭିଜିତ ଦୀପକେ କରିବେ ବିବାହ! ଆସିଲା ପ୍ରସ୍ତାବ, ମାଆ କହିଲେ-‘ମୋତେ ଏମିତି ବୋହୂ ଦରକାର’

ନୂଆଦିଲ୍ଲୀ, ୨୭॥୭: କକ୍ରୋଚ ଜନତା ପାର୍ଟି (CJP)ର ନେତୃତ୍ୱରେ ଜନ୍ତରମନ୍ତରରେ ହୋଇଥିବା ବିରୋଧ ପ୍ରଦର୍ଶନ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହିତ ସମାପ୍ତ ହୋଇଯାଇଛି। ସିଜେପି (CJP)ର ଏହି…

ସବୁଜ ବିକାଶର ଭିତ୍ତିଭୂମି

ଧୁନିକ ଯୁଗରେ ଶକ୍ତି ହେଉଛି ବିକାଶର ମୂଳ ଆଧାର। ବିଦ୍ୟୁତ୍‌ ବିନା ଆଜିର ଜୀବନଯାତ୍ରାକୁ କଳ୍ପନା କରିବା ଅସମ୍ଭବ। କିନ୍ତୁ ଜନସଂଖ୍ୟା ବୃଦ୍ଧି, ଶିଳ୍ପାୟନ ଓ ସହରୀକରଣ…

ଗାଦିଚ୍ୟୁତ ହେବେ ଭାଜପା ସରକାର! CJP ପରେ ମୁଣ୍ଡ ଟେକିଲାଣି RHA; ୩୫ ଲକ୍ଷ ଫଲୋୟର୍ସ, E20 ଜନତା ପାର୍ଟି ବି ଦେଲାଣି ଟେନସନ

ନୂଆଦିଲ୍ଲୀ,୨୭।୭: ‘କକ୍ରୋଚ ଜନତା ପାର୍ଟି’ (CJP) ସୋସିଆଲ ମିଡିଆ – ବିଶେଷକରି ଇନଷ୍ଟାଗ୍ରାମ – ମାଧ୍ୟମରେ ଏତେ ବଡ଼ ପ୍ରତିବାଦ କରିଥିଲା ଯେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଶିକ୍ଷାମନ୍ତ୍ରୀ…

ବିଭବେ ସ୍ବଭାବ ନଷ୍ଟ

ମଣିଷର ସ୍ବଭାବ ବା ପ୍ରକୃତି ଜନ୍ମଗତ, ଯାହାକୁ ନେଇ ସେ ଜନ୍ମ ହୋଇଥାଏ ଏବଂ ମୃତୁ୍ୟୁ ପର୍ଯ୍ୟନ୍ତ ଛାଡ଼ି ପାରେନା। ତେଣୁ ହୁଏତ କୁହାଯାଏ ‘ମଣିଷ ପ୍ରକୃତି…

ଯୁଦ୍ଧର ଦେୟ ମହଙ୍ଗା ପଡ଼ିପାରେ

ପ୍ରଥମ ବିଶ୍ୱଯୁଦ୍ଧ (ଜୁଲାଇ ୧୯୧୪- ନଭେମ୍ବର ୧୯୧୮)ର ଅବସାନ ହୋଇଥାଏ, ଏବେ କ୍ଳାନ୍ତି ମେଣ୍ଟାଇବାର ସମୟ। ୩ ମିତ୍ରଶକ୍ତି ପ୍ରାୟ ଛଅ ମିଲିୟନ ମାନବ ସମ୍ବଳ ହରେଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri