ବର୍ଷକର ଦାନା ନେଇଗଲା ବୁଲ୍‌ବୁଲ୍‌

ମାର୍ଶାଘାଇ/ଆଳି, ୧୧।୧୧ (ଡି.ଏନ୍‌.ଏ.) : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବରେ ଉପକୂଳ ଓଡ଼ିଶାର କେତେକ ଜିଲାରେ ଶୁକ୍ରବାର ଓ ଶନିବାର ୨ଦିନ ପବନ ଓ ବର୍ଷା ଲାଗି ରହିଥିଲା। ଏଥିଯୋଗୁ ମାର୍ଶାଘାଇ ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପବନ ଯୋଗୁ ଧାନ ଗଛ ଥୋଡ଼ ଛିଣ୍ଡିଯାଇଥିବା ବେଳେ ଏବେ ବି ଚାଷ ଜମିରେ ଆଣ୍ଠୁଏ ଲେଖାଏ ପାଣି ଜମି ରହିଛି। ଆଉ ଦିନ କେଇଟା ପରେ ଫସଲ ଅମଳ ହେବାର ଥିବା ବେଳେ ଏହି ଅଦିନିଆ ଝଡ଼, ବର୍ଷା ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗି ଦେଇଛି। ଧାରଉଧାର କରି ଚାଷ କାର୍ଯ୍ୟ କରିଥିବା ଚାଷୀମାନେ ଋଣ ବୋଝ ଓ ପରିବାର ପାଇଁ ବର୍ଷକର ଖାଦ୍ୟ ଯୋଗାଡ଼ କରିବା ସକାଶେ ଚିନ୍ତାରେ ପଡ଼ିଛନ୍ତି।
ବ୍ଲକ ଅଞ୍ଚଳରେ ୮,୬୨୦ ହେକ୍ଟର ଜମିରେ ଶାରଦ ଧାନ ଚାଷ ହୋଇଥିଲା। ୨,୮୦୦ହେକ୍ଟର ଜମିରେ ରବି ଫସଲ ଯଥା- ଆଖୁ, ନଳିତା ଓ ପନିପରିବା ଆଦି ଚାଷ କରାଯାଇଥିଲା। ବୁଲ୍‌ବୁଲ୍‌ ପ୍ରଭାବରେ ମାର୍ଶାଘାଇ ଅଞ୍ଚଳରେ ୪୪ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଏହା ଚାଷଜମିକୁ ବ୍ୟାପକ କ୍ଷତି ପହଞ୍ଚାଇଛି। ଶହଶହ ହେକ୍ଟର ଜମିରେ ଧାନଗଛ ପାଣିରେ ଭାସୁଛି। ଏଥିସହିତ ପନିପରିବା ଚାଷ ମଧ୍ୟ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ତୁରନ୍ତ ବିଲରୁ ପାଣି ନିଷ୍କାସନ କରା ନଗଲେ ବିଲରେ ଧାନଗଜା ହୋଇଯିବ ବୋଲି ଚାଷୀମାନେ ଆଶଙ୍କା ବ୍ୟକ୍ତ କରିଛନ୍ତି। ଏଥିସହ ତଦନ୍ତ କରାଯାଇ କ୍ଷତିଗ୍ରସ୍ତ ଚାଷୀଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି ହେଉଛି।
ସେହିପରି ଆଳି ବ୍ଲକ ଅଞ୍ଚଳରେ ପ୍ରବଳ ବର୍ଷା ଓ ପବନ ଯୋଗୁ ବ୍ୟାପକ ପସଲ ହାନି ଘଟିଛି। ଧାନ ବିଲରେ ଗଛ ସବୁ ଶୋଇ ରହିଥିବା ବେଳେ ବିଲରେ ପାଣି ଜମି ରହିଥିବାରୁ ଚାଷୀଙ୍କ ମୁଣ୍ଡରେ ଚଡ଼କ ପଡ଼ିଛି। ତୁରନ୍ତ ତଦନ୍ତ କରିବା ସହ କ୍ଷତିଗ୍ରସ୍ତ ଚାଷୀଙ୍କୁ ସରକାରୀ ସହାୟତା ପ୍ରଦାନ କରିବା ନିମନ୍ତେ ଚାଷୀମାନେ ଦାବି କରିଛନ୍ତି। ବିଶେଷ କରି ମହୁ ଓ କୋଳିଡ଼ିହ ପଞ୍ଚାୟତର ଶତାଧିକ ଲୋକ ଚାଷ କାର୍ଯ୍ୟ କରି ପରିବାର ପ୍ରତିପୋଷଣ କରିଥାନ୍ତି। ତେବେ ବାତ୍ୟା ବୁଲ୍‌ବୁଲ୍‌ ପ୍ରଭାବରେ ଧାନ ଚାଷ ସମେତ ମୁଗ, ବିରି ଆଦି ଫସଲ ବାତ୍ୟା ଉଜାଡ଼ି ଦେଇଛି ବୋଲି ଚାଷୀମାନେ କହିଛନ୍ତି। ବାତ୍ୟା ପାଇଁ ଆଗୁଆ ସୂଚନା ମିଳି ଥିଲେ ବି ଧାନ ପାଚି ନ ଥିବାରୁ ଅନେକେ ଚାଷୀ ଅମଳ କରିପାରି ନ ଥିଲେ। ପରିବାର ପ୍ରତିପୋଷଣ ଓ ଋଣ ଶୁଝିବା ନେଇ ଚାଷୀଙ୍କ ଚିନ୍ତା ବଢ଼ି ଯାଇଛି। ଆଳି ବ୍ଲକର ଅଟାଳ, ମାଣିକପାଟଣା, ନରେନ୍ଦ୍ରପୁର, ପତ୍ରପୁର, ଭୂଇଁପୁର, ଡିମିରିପାଳ ଆଦି ବିଭିନ୍ନ ପଞ୍ଚାୟତରେ ପ୍ରାୟ ୧୦ ହଜାରରୁ ଊର୍ଦ୍ଧ୍ୱ ହେକ୍ଟର ଫସଲ ନଷ୍ଟ ହୋଇ ଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ଗଞ୍ଜାମ ଭାଜପାର ନୂଆ କର୍ମକର୍ତ୍ତା ଘୋଷଣା: ସରୋଜ ଦାସ ଜିଲା ଉପସଭାପତି, ଦୀପକ ବେହେରା…

ଛତ୍ରପୁର,୨୯।୯(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି (ଭାଜପା) ଗଞ୍ଜାମ ଜିଲା ସଭାପତି ସରୋଜ ସାବତ ଏବଂ ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ୟ ସଭାପତି ବାଇଧର ମଲ୍ଲିକଙ୍କ ଅନୁମୋଦନ…

ବାରହା ଆକ୍ରମଣରେ ଗାଈ ଜଗାଳି ଗୁରୁତର: ପୋଷା ବାରହାକୁ ନେଇ ବନ ବିଭାଗର ଭୂମିକା ଉପରେ ପ୍ରଶ୍ନବାଚୀ

ଖଜୁରୀପଡ଼ା,୨୯।୯(ବିଦୁର ବେହେରା): ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ କୁମ୍ଭେଇଗୁଡ଼ା ଗ୍ରାମର ଗୋପାଳ ବେହେରା (୫୦) ଗୁରୁବାର ନେଡ୍ରିଖୋଲ ଗ୍ରାମର ଝରନିଖୋଲ ନିକଟରେ ଗାଈ ଚରାଉଥିବା ସମୟରେ ଏକ ପୋଷା…

ଜୁନାଗଡ଼ ବ୍ଲକ୍ PEO ସଂଘର ସାଧାରଣ ପରିଷଦ ବୈଠକ: ପୁନର୍ବାର ସଭାପତି ଭାବେ ଆକାଶ ସାହୁ ମନୋନୀତ

ଜୁନାଗଡ଼,୨୯।୯ (ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅପରାହ୍ନରେ ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (PEO) ସଂଘର ସାଧାରଣ ପରିଷଦ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?