ବର୍ଷାରେ ଘର ଭାଙ୍ଗିବା ମାସେ ବିତିଲା : ମିଳୁନି କ୍ଷତିପୂରଣ, ପର ଘରେ ଆଶ୍ରୟ ନେଇଛନ୍ତି ସୁମନ୍ତଙ୍କ ପରିବାର

କର୍ଲାମୁଣ୍ଡା,୨୩।୯(ଡି.ଏନ୍‌.ଏ.) : କଳାହାଣ୍ଡି ଜଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଗତ ଅଗଷ୍ଟ ମାସରେ ପ୍ରବଳ ବର୍ଷା ଯୋଗୁ ରେଗେଡ଼ା ପଞ୍ଚାୟତ ଯୋଗୀପିଲା ଗ୍ରାମର ସୁମନ୍ତ କୁମାରଙ୍କ ଘର ଭାଙ୍ଗିଯାଇଥିଲା। ସେ ସ୍ଥାନୀୟ ସରପଞ୍ଚ, ରାଜସ୍ବ ନିରୀକ୍ଷକଙ୍କୁ ପଲିଥିନଟିଏ ପାଇଁ ବାରମ୍ବାର ଆବେଦନ କରିଥିଲେ ସୁଦ୍ଧା ତାଙ୍କୁ ସରକାରୀ ସହାୟତା ମିଳିପାରି ନ ଥିବା କହିଛନ୍ତି। ସୁମନ୍ତ ସ୍ତ୍ରୀ ଏବଂ ତିନି ସନ୍ତାନଙ୍କ ସହ ପଡ଼ୋଶୀଙ୍କ ଘରେ ଆଶ୍ରୟ ନେଇଥିବା ଦେଖିବାକୁ ମିଳିଛି। ଏନେଇ ରେଗେଡ଼ା ସରପଞ୍ଚ ସୁଶାନ୍ତ ପରିଡ଼ାଙ୍କୁ ପଚାରିବାରୁ ଦରଖାସ୍ତ ପାଇବା ପରେ ମୁଁ ତଦନ୍ତ କରିଥିଲି। ପ୍ରକୃତରେ ଘର ଭାଙ୍ଗି ଯାଇଛି। ଏଣୁ ପଲିଥିନ ଯୋଗାଇ ଦେବାକୁ ଯୋରାଡବ୍ରା ଆରଆଇଙ୍କୁ କହିଥିଲେ। ସେ କେମିତି ତୁରନ୍ତ ଘର ପାଇପାରିବେ ଏଦିଗରେ ଚେଷ୍ଟା କରାଯାଉଛି ବୋଲି କହିଛନ୍ତି। ଅନ୍ୟପଟେ ଆରଆଇଙ୍କୁ ଯୋଗାଯୋଗ କରାଯାଇଥିଲେ ହେଁ ମୋବାଇଲ ସୁଇଚ୍‌ ଅଫ୍‌ ଥିବାରୁ ତାଙ୍କ ମତାମତ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବାଜି ମାରିଲା ଭାଜପା! ରାଜ୍ୟ ସଭା ନିର୍ବାଚନରେ ୯ ଭାଜପା ପ୍ରାର୍ଥୀ ଜିତିଲେ

ନୂଆଦିଲ୍ଲୀ,୧୧।୬: ଗୁରୁବାର ଭାରତୀୟ ଜନତା ପାର୍ଟି (ଭାଜପା) ପାଇଁ ଏକ ବଡ଼ ଖବର ଆଣିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତାର ୧୨ ବର୍ଷ କାର୍ଯ୍ୟକାଳ ପୂରଣ କରିଥିବା…

ଭଞ୍ଜନଗରରେ ରଜ ମହୋତ୍ସବ ପାଳିତ, ଋତୁସ୍ରାବକୁ ନେଇ ସଚେତନ କରାଇଲେ ସିଡିପିଓ

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବନ ବିହାର ପରିସରରେ ଗୁରୁବାର ରଜ ମହୋତ୍ସବ ପାଳିତ ହୋଇଯାଇଛି । ଆଇନା ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଋତୁସ୍ରାବ…

ସ୍ଲିପର ବସ୍ ମାଲିକଙ୍କୁ ବଡ଼ ଝଟ୍‌କା! ବେଆଇନ ଡ୍ରାଇଭର ପାର୍ଟିସନ ଡୋର୍ ଉପରେ ଚାଲିଲା ‘ସ୍ପେଶାଲ ଡ୍ରାଇଭ୍’, ୭ ଦିନରେ ୩୮୯ଟି ଗାଡ଼ିକୁ ଚାଲାଣ

କଟକ,୧୧।୬(କାର୍ତ୍ତିକ ସାହୁ): ସଡ଼କ ଦୁର୍ଘଟଣା ହ୍ରାସ ଏବଂ ଯାତ୍ରୀଙ୍କ ସୁରକ୍ଷା ବୃଦ୍ଧି ଲକ୍ଷ୍ୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟରେ…

ଶ୍ରୀଲଙ୍କା ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା; ରାହୁଲ ଦ୍ରାବିଡଙ୍କ ପୁଅକୁ ମିଳିଲା ସ୍ଥାନ; ଜାଣନ୍ତୁ କିଏ ହେଲେ ଅଧିନାୟକ

ନୂଆଦିଲ୍ଲୀ,୧୧।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ର ଜୁନିଅର କ୍ରିକେଟ କମିଟି ଗୁରୁବାର (ଜୁନ ୧୧) ଶ୍ରୀଲଙ୍କା ବିପକ୍ଷରେ ଆଗାମୀ ODI ଏବଂ ମଲ୍ଟି ଡେ’…

ନିର୍ଦ୍ବନ୍ଦ୍ବରେ ଜିତିଲେ ଦେବାଶିଷ ସାମନ୍ତରାୟ, ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ଦରକାର ପଡ଼ିଲାନି ଭୋଟିଂ

ଭୁବନେଶ୍ବର,୧୧।୬: ରାଜ୍ୟ ସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ଦେବାଶିଷ ସାମନ୍ତରାୟ । ରାଜ୍ୟ ସଭା ଉପନିର୍ବାଚନରେ ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ଉପନିର୍ବାଚନ ଭୋଟିଂ ଦରକାର ପଡ଼ିଲାନି ।…

ଗର୍ଜିଲା ଭାରତ! ହର୍ମୁଜରେ ଭାରତୀୟ ଜାହାଜ ଉପରେ ଆକ୍ରମଣ ପରେ ଆମେରିକାକୁ ଏମିତି କହିଲା…

ନୂଆଦିଲ୍ଲୀ,୧୧।୬: ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ, ଗତ କିଛି ଦିନ ଧରି ଓମାନ ଉପକୂଳରେ ଭାରତୀୟ ନାବିକମାନଙ୍କୁ ନେଇଯାଉଥିବା ଜାହାଜଗୁଡ଼ିକୁ ଟାର୍ଗେଟ କରାଯାଇଛି। ଭାରତର ବୈଦେଶିକ ମନ୍ତ୍ରଣାଳୟ (MEA)…

ଦଳୀୟ କନ୍ଦଳ ମଝିରେ ମମତାଙ୍କୁ ଶତ୍ରୁଘ୍ନ ସିହ୍ନାଙ୍କ ସମର୍ଥନ! ବଡ଼ ପ୍ରତିଜ୍ଞା କରି କହିଲେ…

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ଶତ୍ରୁଘ୍ନ ସିହ୍ନା ଦଳଠୁ ଅଲଗା ହେବା ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି । ଗୁରୁବାର ସେ କହିଛନ୍ତି ଯେ ମମତା…

ନାବାଳିକା ଗର୍ଭଧାରଣ ଘଟଣାରେ ପୋଲିସର ବଡ଼ ଆକ୍ସନ! ଯୁବକ ଗିରଫ

ବଞ୍ଚୋ,୧୧।୬(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲାର ସୋସୋ ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକା ଗର୍ଭବତୀ ହେବା ଘଟଣାରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri