ବର୍ଷାରେ ଭାଙ୍ଗିଗଲା ଘର: ୨ ପରିବାର ବେସାହାରା

କୋକସରା,୧୭।୮(ଡି.ଏନ.ଏ) ଗତ କିଛିଦିନ ତଳେ ହୋଇଥିବା ଲଘୁଚାପ ଜନିତ ଲଗାଣ ବର୍ଷାରେ କୋକସରା ବ୍ଲକର ଆମପାଣି ପଞ୍ଚାୟତ କନ୍ଦାଗଡ଼ ଗ୍ରାମର କୁମୁଦ ମାଝୀ ଓ ଫୁଫଗାଁ ପଞ୍ଚାୟତ ଫୁଫଗାଁ ଗ୍ରାମର ସୁଲୋଚନା ଜାଳଙ୍କ ମାଟିଘର ବର୍ଷା କାରଣରୁ ଭାଙ୍ଗି ଯାଇଥିବା ନେଇ ଅଭିଯୋଗ ହୋଇଛି। ଘର ଭାଙ୍ଗିବା ପରେ ଦୁଇ ପରିବାର ବେସାହାରା ହୋଇ ପଡିଛନ୍ତି। ଆମପାଣି ପଞ୍ଚାୟତ କନ୍ଦାଗଡ଼ ଗ୍ରାମର କୁମୁଦ ମାଝୀଙ୍କ ମାଟି ଘର ସମ୍ପୂର୍ଣ୍ଣ ଭାବେ ଭୁଷୁଡି ପଡିଛି। ଏ ନେଇ ଆମପାଣି ନାଏବ ସରପଞ୍ଚ ଭବାନୀ ଶଙ୍କର ପୁରୋହିତ ଆମପାଣି ଆରଆଇଙ୍କୁ ଜଣାଇବା ପରେ ରିପୋର୍ଟ ସଂଗ୍ରହ କରାଯାଇଛି। ସେହିପରି ଫୁଫଗାଁ ଗ୍ରାମର ସୁଲୋଚନା ଜାଳଙ୍କ ଘର ଲଗାଣ ବର୍ଷାରେ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି।
ଘର ଭାଙ୍ଗିବା ପରେ ଏହି ଦୁଇ ପରିବାର ଅତି ଦୟନୀୟ ଅବସ୍ଥାରେ ରହୁଛନ୍ତି। ଘର ଭାଙ୍ଗିବା ପରେ ରାଜସ୍ବ ବିଭାଗର ଅଧିକାରୀ ପହଞ୍ଚି ସହାୟତା ବାବଦରେ କେବଳ ପଲିଥିନ ଦେଇଥିବା ଜଣାପଡ଼ିଛି। ତେବେ ଘର ମରାମତି କରିବାକୁ ଆର୍ଥିକ ସମ୍ବଳ ନ ଥିବା କାରଣରୁ ବ୍ଲକ ପ୍ରଶାସନ ଆବାସ ଯୋଜନାରେ ଘର ଯୋଗାଇ ଦେବାକୁ ପୀଡିତ ପରିବାର ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

ଦିଗପହଣ୍ଡିରେ ଲଗାଣ ବର୍ଷା: ବୃଦ୍ଧି ପାଉଛି ଘୋଡ଼ାହାଡ଼ ଡ୍ୟାମ୍‌ର ଜଳପତ୍ତନ,ସଜାଗ ରହିଛି…

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ଗତ ୪ ଦିନ ହେବ ଦିଗପହଣ୍ଡି ଅଞ୍ଚଳରେ ତୁହାକୁ ତୁହା ପ୍ରବଳ ବର୍ଷା…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

୩ ଦିନ ହେଲା ବର୍ଷା ଜାରି , ମାଧବରୀଡ଼ାରେ ବିପଦ ସଂକେତ ଜଳସ୍ତର

ବେଲଗୁଣ୍ଠା,୨୪ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଅବପାତ ପ୍ରଭାବରେ ବେଲଗୁଣ୍ଠା ଅଞ୍ଚଳରେ ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନ ଫସଲକୁ ନେଇ ଚାଷୀଙ୍କ…

ବନ୍ୟାର ପ୍ରଖର ସ୍ରୋତରେ ନାଳ ପାରି ହେଲେ ଗର୍ଭବତୀ

ପାତ୍ରପୁର, ୨୪ା୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୀମାନ୍ତରେ ପ୍ରବାହିତ ଜାମୁଗଣ୍ଡ ନାଳରେ ବର୍ଷାଜଳ ବୃଦ୍ଧି ପାଇଛି। ଏଥିଯୋଗୁ କେତେକ ଆଦିବାସୀ ଗ୍ରାମ ବାହ୍ୟ…

କଳାହାଣ୍ଡିରେ ଥମିବାର ନା ଧରୁନି ବର୍ଷା, କୁତ୍ରିମ ନଦୀ ହେଲା ଫତେନଗର ପଡା ମୁଖ୍ୟ ରାସ୍ତା

ଭବାନୀପାଟଣା ୨୪।୯,(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଗତ ତିନିଦିନ ଧରି କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ଜନଜୀବନ…

ଲାଇଭ୍‌ ହେବ କଟକ ଦୁର୍ଗାପୂଜା: ୟୁଟ୍ୟୁବ୍‌-ୱେବସାଇଟ୍‌ରେ ସିଧା ପ୍ରସାରଣ ଦେଖିପାରିବେ ଶ୍ରଦ୍ଧାଳୁ

କଟକ,୨୪।୯: କଟକର ପ୍ରସିଦ୍ଧ ଦୁର୍ଗାପୂଜା ଓ ଭସାଣି ଉତ୍ସବକୁ ନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ କଟକ ଦୁର୍ଗାପୂଜା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?