ବର୍ଷା କମ୍‌ ଯୋଗୁ ଚାଷ କାର୍ଯ୍ୟ ପ୍ରଭାବିତ

ଭଞ୍ଜନଗର,୨୯।୭(ଡି.ଏନ.ଏ)-ଚଳିତବର୍ଷ ରାଜ୍ୟରେ ଏ ପର୍ଯ୍ୟନ୍ତ ଆବଶ୍ୟକ ପରିମାଣର ବର୍ଷା ହୋଇନାହିଁ। ଫଳରେ ଚାଷ କାର୍ଯ୍ୟ ବିଶେଷ ଭାବେ ପ୍ରଭାବିତ ହୋଇଛି । ଧାନତଳି ପୋଡ଼ି ନଷ୍ଟ ହେବା ଆଶଙ୍କା ରହିଛି । ପ୍ରତ୍ୟେକ ଜିଲାର ସ୍ଥିତି ଅନୁଧ୍ୟାନ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ଜିଲାକୁ ଜଣେ ଜଣେ ଅଧିକାରୀଙ୍କୁ ସ୍ଥିତି ଅନୁଧ୍ୟାନ ଲାଗି ପଠାଯାଇଛି । ଗଞ୍ଜାମ ଜିଲାକୁ କ୍ଷୁଦ୍ର ଜଳସେଚନ (ଏମ୍‌ଆଇ) ବିଭାଗର ମୁଖ୍ୟଯନ୍ତ୍ରୀ ସରୋଜ କୁମାର ପଟ୍ଟନାୟକ ସ୍ଥିତି ଅନୁଧ୍ୟାନ କରିବାକୁ ଆସିଥିଲେ। ଶୁକ୍ରବାର ଓ ଶନିବାର ସେ ଗଞ୍ଜାମ ଜିଲାର ଭଞ୍ଜନଗର ଉପଖଣ୍ଡ ସମେତ ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଥିଲେ। ଏହି ସମୟରେ ଜଳସମ୍ପଦ ବିଭାଗ ଋଷିକୁଲ୍ୟା ଅବବାହିକାର ଅଧୀକ୍ଷଣ ଯନ୍ତ୍ରୀ ଲଡ଼ୁ କିଶୋର ସାବତ, ଭଞ୍ଜନଗର ଜଳସମ୍ପଦ ବିଭାଗ ନିର୍ବାହୀଯନ୍ତ୍ରୀ ନିହାର ରଞ୍ଜନ ସାମନ୍ତରାୟ, କ୍ଷୁଦ୍ରଜଳସଚେନ ବିଭାଗ ଅଧୀକ୍ଷଣଯନ୍ତ୍ରୀ, ଭଞ୍ଜନଗର ଏମ୍‌ଆଇ ନିର୍ବାହୀଯନ୍ତ୍ରୀ କେ.ସି.ପାଳ ପ୍ରମୁଖ ଉପସ୍ଥିତ ଥିଲେ । ବର୍ତ୍ତମାନ ତଳି ବଞ୍ଚାଇବା ଏବଂ ଚାଷ କାର୍ଯ୍ୟ ପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ପ୍ରତ୍ୟେକ କେନାଲରେ ପାଣି ଛଡ଼ାଯାଉଛି । କେନାଲ ମାଧ୍ୟମରେ ତଳସ୍ତରରେ ପାଣି ପହଞ୍ଚିଛି କି’ ନାହିଁ ଏବଂ ଚାଷୀ ବର୍ତ୍ତମାନ କି ଅସୁବିଧାର ସମ୍ମୁଖୀନ ହେଉଛନ୍ତି ସେ ସମ୍ପର୍କରେ ମୁଖ୍ୟଯନ୍ତ୍ରୀ ପଟ୍ଟନାୟକ ପ୍ରତ୍ୟକ୍ଷ ଭାବେ ବିଭାଗୀୟ ଅଧିକାରୀ ଏବଂ ଚାଷୀଙ୍କୁ ପଚାରି ବୁଝିଥିଲେ । ଏଥିସହ ପର୍ଯ୍ୟାୟକ୍ରମେ କେନାଲରେ ପାଣି ଛାଡ଼ିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟଯନ୍ତ୍ରୀ ଜାନିବିଲି, ଘୋଡ଼ାହାଡ଼, ବାଘୁଆ ଜଳସେଚନ ପ୍ରକଳ୍ପ ପରିଦର୍ଶନ କରିଥିଲେ । ଜଳଭଣ୍ଡାର ଗୁଡ଼ିକରେ କେତେ ପାଣି ମହଜୁଦ୍‌ ଅଛି, କେନାଲରେ କେତେ ଦିନ ପାଣି ଛଡ଼ାଯାଇପାରିବ ସେନେଇ ବିଭାଗୀୟ ଅଧିକାରୀଙ୍କୁ ପଚାରି ବୁଝିଥିଲେ । ସୂଚନାଯୋଗ୍ୟ, ଚଳିତ ବର୍ଷ ଏ ପର୍ଯ୍ୟନ୍ତ ଭଞ୍ଜନଗର ଉପଖଣ୍ଡରେ ଆବଶ୍ୟକତାଠାରୁ ପ୍ରାୟ ୩୩ ପ୍ରତିଶତ କମ୍‌ ବର୍ଷା ହୋଇଛି। ଜମିରେ ପାଣି ନଥିବା ଯୋଗୁ ଲୋକେ ଧାନ ତଳି ରୋଇବା ଠିକ୍‌ ଭାବେ ଆରମ୍ଭ କରିପାରୁନାହାନ୍ତି । ଭଞ୍ଜନଗର ଅଞ୍ଚଳରେ ଗତ ୩ଦିନ ହେବ ଦୈନନ୍ଦିନ କିଛି ସମୟ ବର୍ଷା ହେଉଥିବାରୁ ଚାଷୀମାନେ ସାମାନ୍ୟ ଆଶ୍ୱସ୍ତ ହୋଇଛନ୍ତି ।
ତଳିଆ ଅଞ୍ଚଳରେ ଚାଷ ଆରମ୍ଭ ହୋଇଛି। ଢିପ ଜମିରେ ଚାଷ କରିବାକୁ ହେଲେ ଆହୁରି ବର୍ଷା ହେବା ଆବଶ୍ୟକ। ମାସ ଶେଷ ସୁଦ୍ଧା ଜମିରେ ପାଣି ନ ହେଲେ ଚାଷୀମାନେ ବିଶେଷ କ୍ଷତିଗ୍ରସ୍ତ ହେବା ସମ୍ଭାବନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

ସରିଲା ଛତ୍ରପୁର ଓକିଲ ସଂଘର ନିର୍ବାଚନ: ଏଲ. ଗୋପାଳ ସଭାପତି ଏବଂ ସମ୍ପାଦକ ହେଲେ…

ଛତ୍ରପୁର,୨୮।୩(ଦିଲ୍ଲୀପ ସାମଲ): ଛତ୍ରପୁର ଓକିଲ ସଂଘର ବିଭିନ୍ନ କର୍ମକର୍ତ୍ତା ନିମନ୍ତେ ଶନିବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ସଂଘର ବିଭିନ୍ନ ପଦ ପଦବୀ ନିମନ୍ତେ ନିର୍ବାଚନ ନିମନ୍ତେ…

ଆନନ୍ଦପୁର ଓକିଲ ସଂଘ ନିର୍ବାଚନ: ଦୟାନିଧି ଦାଶ ସଭାପତି, ସମ୍ପାଦକ ଭାବେ…

ବଞ୍ଚୋ, ୨୮।୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଓକିଲ ସଂଘର ବାର୍ଷିକ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏହି ନିର୍ବାଚନରେ ଦୟାନିଧି ଦାଶ ସଭାପତି ପଦବୀ ପାଇଁ…

ବେଆଇନ ଭାବେ ଚାଲିଥିଲା ଚିକିତ୍ସା-ଅପରେସନ: ସାହାରା ନର୍ସିଂ ହୋମ ସିଲ, ପୁଣି ଜେଲ ଗଲେ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର):ବିନା ଲାଇସେନ୍ସରେ ବେଆଇନ ଭାବେ ନର୍ସିଂ ହୋମ ଚଳାଇ ରୋଗୀଙ୍କ ଜୀବନ ସହ ଖେଳୁଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଏକ ବଡ଼…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri