ବର୍ଷା, କୁହୁଡ଼ି: ୟେଲୋଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ଶୀତର ପ୍ରକୋପ ନାହିଁ। ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରୀ ବୃଦ୍ଧି ହୋଇଛି। ଆକାଶ ମେଘାଚ୍ଛନ୍ନ ରହୁଥିବାରୁ ଶୀତ କମି ଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ଓ କୁହୁଡି ହେବାର ସମ୍ଭାବନା ରହିଛି। ଉତ୍ତର ଓଡିଶା ସମେତ ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ସୋନପୁର, ବୌଦ୍ଧ ଏବଂ ନୟାଗଡ଼ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଅନୁଗୋଳ, ଢେଙ୍କାନାଳ, ସମ୍ବଲପୁର, ବୌଦ୍ଧ, ସୋନପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, କଳାହାଣ୍ଡି ଏବଂ ଖୋର୍ଦ୍ଧା ଜିଲାର କେତେକ ସ୍ଥାନରେ ମଧ୍ୟ ଘଡଘଡି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ଉକ୍ତ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri