ବର୍ଷା ପାଇଁ ଭଞ୍ଜନଗର ୱାଟର ପାର୍କବନ୍ଦ: ଜଳଭଣ୍ଡାରର ଜଳସ୍ତର ବୃଦ୍ଧି

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ମୌସୁମୀ ବର୍ଷା ଆରମ୍ଭ ହେବା ସହ ଭଞ୍ଜନଗର ୱାଟର ପାର୍କରେ ପର୍ଯ୍ୟଟକଙ୍କ ସଂଖ୍ୟା ଯଥେଷ୍ଟ କମିଯାଇଛି। ଅନ୍ୟପକ୍ଷରେ ପରିଚାଳନା ଖର୍ଚ୍ଚ ବଢ଼ିବା ଫଳରେ କ୍ଷତି ମଧ୍ୟ ବୃଦ୍ଧି ପାଉଥିବାରୁ ଜଳସମ୍ପଦ ବିଭାଗ ଦ୍ୱାରା ପରିଚାଳିତ ରାଜ୍ୟର ଏକମାତ୍ର ସରକାରୀ ୱାଟର ପାର୍କକୁ ଆସନ୍ତା ଜୁଲାଇ ୭ ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ବର୍ଷା ଋତୁ ଶେଷ ହେବା ପରେ ଏବଂ ପାଣିପାଗ ଅନୁକୂଳ ହେଲେ ପୁନର୍ବାର ୱାଟର ପାର୍କ ଖୋଲାଯିବ ବୋଲି ସୂଚନା ମିଳିଛି।

ଅନ୍ୟପକ୍ଷରେ, ଗତ କିଛିଦିନ ଧରି ଭଞ୍ଜନଗର ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଥିବାରୁ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଶନିବାର ସକାଳ ୬ଟାରୁ ରବିବାର ସକାଳ ୬ଟା ମଧ୍ୟରେ ଗତ ୨୪ ଘଣ୍ଟାରେ ଭଞ୍ଜନଗରରେ ୧୮୦ ମିଲିମିଟର ଏବଂ ଡହରେ ୧୧୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

ଲଗାଣ ବର୍ଷା ଯୋଗୁଁ ଭଞ୍ଜନଗର, ସୋରଡ଼ା, ଡହ ଏବଂ ବାଘୁଆ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି। ତେବେ ବର୍ତ୍ତମାନ ସୁଦ୍ଧା ସମସ୍ତ ଜଳଭଣ୍ଡାରର ଜଳସ୍ତର ବିପଦ ସଙ୍କେତ ତଳେ ରହିଥିବାରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇନାହିଁ।

ସମ୍ଭାବ୍ୟ ବନ୍ୟା ଓ ଅନ୍ୟାନ୍ୟ ଜରୁରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଜଳସମ୍ପଦ ବିଭାଗ ପକ୍ଷରୁ ଆବଶ୍ୟକ ପ୍ରସ୍ତୁତି କରାଯାଇଛି। ବିଭିନ୍ନ ସ୍ଥାନରେ ବାଲି ବସ୍ତା ମହଜୁଦ ରଖାଯାଇଥିବା ବେଳେ ଭଞ୍ଜନଗର ନିର୍ବାହୀ ଯନ୍ତ୍ରୀ ସନ୍ତୋଷ ପାତ୍ର, ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରହଲ୍ଲାଦ ପଣ୍ଡା ଏବଂ ଅନ୍ୟାନ୍ୟ ଯନ୍ତ୍ରୀମାନେ ରାତ୍ରିକାଳୀନ ପାଟ୍ରୋଲିଂ କରୁଛନ୍ତି।

ରବିବାର ସକାଳ ୬ଟା ସୁଦ୍ଧା ଭଞ୍ଜନଗର ଜଳଭଣ୍ଡାରରେ ୮୬ ପ୍ରତିଶତ, ସୋରଡ଼ାରେ ୭୯ ପ୍ରତିଶତ, ଡହରେ ୫୬ ପ୍ରତିଶତ ଏବଂ ବାଘୁଆ ଜଳଭଣ୍ଡାରରେ ୬୪ ପ୍ରତିଶତ ପାଣି ମହଜୁଦ ରହିଛି।

ଚଳିତ ମୌସୁମୀ ଋତୁରେ ଭଞ୍ଜନଗରରେ ୩୮୨ ମିଲିମିଟର, ସୋରିଷମୂଳିରେ ୨୦୦ ମିଲିମିଟର, ମାଧବରିଡ଼ାରେ ୨୩୧ ମିଲିମିଟର, ସୋରଡ଼ାରେ ୨୮୪ ମିଲିମିଟର, ଆସିକାରେ ୨୭୩ ମିଲିମିଟର, ବାଘୁଆରେ ୧୮୮ ମିଲିମିଟର ଏବଂ ଡହରେ ୨୮୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଜଳଭଣ୍ଡାରର ଜଳସ୍ତର ଉପରେ ବିଭାଗ ପକ୍ଷରୁ ନିରନ୍ତର ନଜର ରଖାଯାଉଥିବା ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶ୍ନ କଲେ ଉଦୟ ନିଧି ଷ୍ଟାଲିନ, ମୁଖ୍ୟମନ୍ତ୍ରୀ ବିଜୟ କହିଲେ ସୋମବାର ଦେବି ଉତ୍ତର

ଚେନ୍ନାଇ,୩।୯: ଆଇନ ଶୃଙ୍ଖଳା ପ୍ରସଙ୍ଗରେ ଡିଏମକେ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବାରୁ ତାମିଲନାଡୁ ବିଧାନସଭାରେ ଏକ ବିଶୃଙ୍ଖଳିତ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାର ଜବାବରେ, ମୁଖ୍ୟମନ୍ତ୍ରୀ ବିଜୟ…

ବଲିଉଡ ଡେବ୍ୟୁ କରିବେ ମଲାଇକା-ଅରବାଜଙ୍କ ପୁଅ ଅରହାନ୍‌, ଜବରଦସ୍ତ ଆକ୍ସନ ସିନେମାରେ…

ମୁମ୍ବାଇ: ଦୀର୍ଘଦିନରୁ ଚାଲିଥିବା ଚର୍ଚ୍ଚାରେ ଲାଗିଲା ବିରାମ। ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ଏବଂ ଅରବାଜ ଖାନଙ୍କ ପୁଅ ଅରହାନ ଖାନ ବଲିଉଡ ଡେବ୍ୟୁ କରିବା ସ୍ପଷ୍ଟ…

୬ ଦିନର ହ୍ରାସ ପରେ ହଠାତ ଏତିକି ମହଙ୍ଗା ହେଲା ସୁନା, ରୁପା ଦର ବି ଆକାଶଛୁଆଁ: ୧୦ ଗ୍ରାମକୁ ଏବେ ଗଣିବେ… 

ନୂଆଦିଲ୍ଲୀ,୩।୯: ଦେଶର ରାଜଧାନୀ ଦିଲ୍ଲୀରେ ଲଗାତାର ୬ ଦିନ ଧରି ସୁନା ଏବଂ ରୁପା ଦର ହ୍ରାସ ପାଇବା ପରେ ଆଜି ଏକ ବଡ଼ ଧରଣର ବୃଦ୍ଧି…

ଇନ୍ଦ୍ରାବତୀ ଡ୍ୟାମରେ ବଢୁଛି ଜଳସ୍ତର୍‌: ଟ୍ରାଏଲ୍‌ ରନ୍‌ରେ ଖୋଲାଗଲା ୪ ନଂ ଗେଟ୍‌

ନବରଙ୍ଗପୁର, ୩।୯(ସଦାଶିବ ପ୍ରହରାଜ): ଇନ୍ଦ୍ରାବତୀ ଜଳଭଣ୍ଡାରରେ ବଢୁଛି ଜଳସ୍ତର। ବିପଦ ସଂକେତ ନିକଟତର ହେବା ପରେ ଗେଟ୍‌ ଖୋଲିବାକୁ ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ କରିଛି ଡ୍ୟାମ୍‌ କର୍ତ୍ତୃପକ୍ଷ।…

ଗ୍ରାମୀଣ ମେଗା ପାନୀୟଜଳ ଯୋଗାଣ ପ୍ରକଳ୍ପର ଅଗ୍ରଗତି ନେଇ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୩।୯,(ଦିଲ୍ଲୀପ ସାମଲ): ଜିଲାରେ ଜଳ ଓ ପରିମଳ ମିଶନ ପକ୍ଷରୁ ଚାଲିଥିବା ଗ୍ରାମୀଣ ମେଗା ପାନୀୟଜଳ ଯୋଗାଣ ପ୍ରକଳ୍ପର ଅଗ୍ରଗତି ନେଇ ଛତ୍ରପୁର ସ୍ଥିତ ଜିଲାପାଳ କାର୍ଯ୍ୟାଳୟର…

୭ ଦିନ ଯାଏ ବର୍ଷା, ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୩ା୯(ସୌମ୍ୟରଞ୍ଜନ ରାଉତ) – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଗୁରୁବାର…

ଚାକିରି ଦେବା ନାଁ ରେ ଠକେଇ; ଇଣ୍ଟରଭ୍ୟୁ ବେଳେ ଉତ୍ତେଜନା ; ଧରାହେଲେ ମଧ୍ୟସ୍ଥି, ମୁଖ୍ୟ ଅଭିଯୁକ୍ତ ଫେରାର

ଛତ୍ରପୁର,୩।୯,( ଦିଲ୍ଲୀପି ସାମଲ): ଚାକିରି ପାଇଁ ବର୍ତ୍ତମାନର ଯୁବ ପିଢୀ ନାନା ଅସୁବିଧାର ସମ୍ମୁଖିନ ହେଉଥିବା ବେଳେ ଏହାର ସୁଯୋଗ ନେଇ ଯୁବପିଢୀଙ୍କୁ ଠକିବାରେ ଲାଗିଛନ୍ତି କିଛି…

ଲଗାଣ ବର୍ଷାରେ ଭୁଶୁଡ଼ିଲା କଲଭର୍ଟ, ୨ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କୋରୁକୋଣ୍ଡା, ୩।୯ (ଅଶୋକ କୁମାର ପରିଡା): ଲଗାଣ ବର୍ଷାରେ ମାଟି ଧସି କଲଭର୍ଟ ଭୁଶୁଡି ପଡ଼ିବାରୁ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ ଅନ୍ତର୍ଗତ ଏମ୍‌ଭି-୫୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri