ବର୍ଷା ବିତ୍ପାତ : ସ୍କୁଲ ଛୁଟି ; ବିଳମ୍ବ ନିଷ୍ପତ୍ତି ଯୋଗୁ ହଇରାଣ

ବ୍ରହ୍ମପୁର ଅଫିସ୍‌,୨୬ା୯-ଓଡ଼ିଶା ଉପକୂଳରେ ସୃଷ୍ଟ ପୂର୍ଣ୍ଣିବଳୟ ପ୍ରଭାବରେ ଗତ ୩ ଦିନ ହେଲା ବର୍ଷା ଲାଗି ରହିଛି । ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ରେକର୍ଡ଼ କରାଯାଇଛି। ବର୍ଷା ଦେଖି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଗୋଟିଏ ଦିନ ପାଇଁ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଥିଲା । ହେଲେ ଛୁଟି ନିଷ୍ପତ୍ତି ଘୋଷଣାରେ ବିଳମ୍ବ ହେବା ଯୋଗୁ ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ନାହିଁ ନ ଥିବା ଅସୁବିଧାର ସମ୍ମଖୀନ ହୋଇଥିଲେ। ବୁଧବାର ଭୋର୍‌ରୁ ହିଁ ବ୍ରହ୍ମପୁର ସହର ସମେତ ଜିଲାରେ ଅବିଶ୍ରାନ୍ତ ବର୍ଷା ଦେଖିବାକୁ ମିଳିଥିଲା । ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ଛୁଟି ଘୋଷଣା କରାଯାଇଥିଲା। ଜିଲା ଶିକ୍ଷା ଅଧିକାରୀ ଡ. ସନାତନ ପଣ୍ଡା ସକାଳ ପ୍ରାୟ ୭ଟା ୨୦ମିନିଟ୍‌ରେ ସମସ୍ତ ସ୍କୁଲ ବନ୍ଦ ରହିବ ବୋଲି ଘୋଷଣା କରିଥିଲେ । କିନ୍ତୁ ଶିକ୍ଷୟିତ୍ରୀ ଓ ଶିକ୍ଷକମାନେ ସ୍କୁଲରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦେଇଥିଲେ । ତେବେ ସ୍କୁଲ ଛୁଟି ଘୋଷଣାରେ ବିଳମ୍ବ ଯୋଗୁ ନାନା ଦ୍ୱନ୍ଦ୍ୱ ସୃଷ୍ଟି ହୋଇଥିଲା । ଇଂଲିଶ ମାଧ୍ୟମ ବିଦ୍ୟାଳୟଗୁଡ଼ିକ ସାଧାରଣତଃ ସକାଳ ୭ଟାରେ ଖୋଲିଥାଏ। ଅଭିଭାବକମାନେ ସେମାନଙ୍କ ପିଲାଙ୍କୁ ୭ଟା ପୂର୍ବରୁ ସ୍କୁଲରେ ଛାଡିଥାନ୍ତି। ଏଣୁ ପିଲାଙ୍କୁ ଛାଡ଼ି ଘରେ ପହଞ୍ଚିବା ପରେ ଛୁଟି ବିଷୟରେ ଜାଣିବାକୁ ପାଇଥିଲେ। ଫଳରେ ପୁଣି ଥରେ ସ୍କୁଲକୁ ଯାଇ ପିଲାଙ୍କୁ ଘରକୁ ଆଣିଥିଲେ। ଏହାକୁ ନେଇ ଅଭିଭାବକମାନେ ଅସନ୍ତୋଷ ପ୍ରକାଶ କରିଥିଲେ ।
କେବଳ ବୁଧବାର ନୁହେଁ, ପୂର୍ବରୁ ମଧ୍ୟ ବହୁଥର ଏଭଳି ସମସ୍ୟା ସୃଷ୍ଟି ହୋଇଛି । ଏଣୁ ଯଦି ପ୍ରଶାସନ ପକ୍ଷରୁ ସ୍କୁଲ ଛୁଟି ଘୋଷଣା କରାଯାଉଛି, ତେବେ ଅନ୍ତତଃ ପୂର୍ବଦିନ ଘୋଷଣା କରାଯାଉ ବୋଲି ଅଭିଭାବକମାନେ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

ହୃଦ୍‌ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍‌ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?