ବର୍ଷେ ବିତିଲା, ଅଧପନ୍ତରିଆ ଅବସ୍ଥାରେ ଅଙ୍ଗନୱାଡ଼ି କେନ୍ଦ୍ର

ଖଣ୍ଡପଡ଼ା,୨୯ା୮(ସ୍ବ.ପ୍ର.): କଣ୍ଟିଲୋ ଅଞ୍ଚଳରେ ନିର୍ମାଣାଧୀନ ଏକ ଅଙ୍ଗନୱାଡି କେନ୍ଦ୍ରର କାର୍ଯ୍ୟ ଦୀର୍ଘ ବର୍ଷପରେ ମଧ୍ୟ ଅଧପନ୍ତରିଆ ଅବସ୍ଥାରେ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ସ୍ଥାନୀୟ ଅଞ୍ଚଳର ଏକ ସ୍ବେଚ୍ଛାସେବୀ ଅନୁଷ୍ଠାନର ସଦସ୍ୟମାନେ ଏଦିଗରେ ତ୍ୱରିତ ପଦକ୍ଷେପ ଗ୍ରହଣ ନିମନ୍ତେ ରାଜ୍ୟ ସରକାର ତଥା ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଛନ୍ତି ା ପ୍ରକାଶ ଯେ, ଖଣ୍ଡପଡା ବ୍ଳକ ଅନ୍ତର୍ଗତ କଣ୍ଟିଲୋ ପଞ୍ଚାୟତ ହାଟମୁଣ୍ଡପାଟଣା ମଧ୍ୟରେ ନିର୍ମାଣ ହେବାକୁ ଥିବା ୨/୩ ନଂ ଅଙ୍ଗନୱାଡି କେନ୍ଦ୍ର ପାଇଁ ଅର୍ଥ ମଞ୍ଜୁର ହୋଇଥିଲେ ମଧ୍ୟ ଏହି ଜାଗା ଜଣେ ବ୍ୟକ୍ତିଙ୍କ ଜବରଦଖଲରେ ଥିବାରୁ ନିର୍ମାଣ କାର୍ଯ୍ୟ ବିଳମ୍ବ ଘଟୁଥିଲା ା ଏ ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ସ୍ଥାନୀୟ ଏକ ସ୍ବେଚ୍ଛାସେବୀ ଅନୁଷ୍ଠାନ (ଜନ କଲ୍ୟାଣ କ୍ଲବ)ର ସଦସ୍ୟମାନେ ୨୦୧୮ ଅଗଷ୍ଟ ୨୭ରେ ଖଣ୍ଡପଡା ବ୍ଲକରେ ଅନୁଷ୍ଠିତ ନୟାଗଡ ଜିଲାପାଳଙ୍କ ଅଭିଯୋଗ ଶୁଣାଣି କେନ୍ଦ୍ରରେ ଲିଖିତ ଅଭିଯେଗ କରିଥିଲେ ା ଏହାପରେ ଜବରଦଖଲକାରୀଙ୍କୁ ହଟାଇ ଅଙ୍ଗନୱାଡି ଗୃହ ନିର୍ମାଣ ପାଇଁ ତତ୍କାଳୀନ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ ା ୨୦୧୮ ଅଗଷ୍ଟ ୨୯ରେ ଜବରଦଖଲ ଉଚ୍ଛେଦ କରାଯାଇ ପୋଲିସ, ପ୍ରଶାସନର ଉପସ୍ଥିତିରେ କାର୍ଯ୍ୟ ଆରମ୍ଭ ହୋଇଥିଲା ା ନିର୍ମାଣ ସମ୍ପୂର୍ଣ୍ଣ କରିବାରେ ବିଳମ୍ବ ହେଉଥିବାରୁ ତୁରନ୍ତ କାମ ଶେଷ କରିବାକୁ ଖଣ୍ଡପଡା ବ୍ଲକ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଅବଗତ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳିପାରୁ ନ ଥିବା ଅଭିଯୋଗ ହୋଇଛି। ଗ୍ରାମର ପିଲାମାନେ ଅନ୍ୟସ୍ଥାନକୁ ଯାଇ ପାଠ ପଢ଼ୁଛନ୍ତି। ଦାୟିତ୍ୱରେ ଥିବା ଠିକାଦାର କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରୁଥିବାରୁ ତୁରନ୍ତ ଏ ଦିଗରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ କ୍ଲବ୍‌ ସଭାପତି ଶରତ ଚନ୍ଦ୍ର ମହାରଣା, ଗୋଲାପମଣି ମହାରଣା, ସଚ୍ଚିଦାନନ୍ଦ ମହାରଣା, ସୁରେସ ମହାରଣା. ପ୍ରଭାକର ଶିରୋମଣି, ଅଖିଳ କୁମାର ମହାପାତ୍ର ପ୍ରମୁଖ ଲିଖିତ ଭାବେ ନୟାଗଡ଼ ଜିଲାପାଳ ଓ ଅନ୍ୟ ପ୍ରଶାସନିକ ଅଧିକାରୀଙ୍କୁ ଜଣାଇଛନ୍ତି। ତେବେ ଠିକାଦାର ଏ ନେଇ କହିଛନ୍ତି ଯେ, ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବିଭିନ୍ନ ୱାର୍ଡରେ ବର୍ତ୍ତମାନ ସ୍ବଚ୍ଛ ଭାରତ ଅଭିଯାନରେ ଶୌଚାଳୟଗୁଡିକୁ ଯୁଦ୍ଧକାଳୀନ ଭିତ୍ତିିରେ ନିର୍ମାଣ କରାଯାଉଛି। ଏଥିଯୋଗୁ ବ୍ଲକର ସମସ୍ତ ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାଘାତ ସୃଷ୍ଟି ହେଉଛି ା ତୁରନ୍ତ ବନ୍ଦ ରହିଥିବା କାର୍ଯ୍ୟ ଆରମ୍ଭ କରାଯିବ ବୋଲି କାର୍ଯ୍ୟ ନିର୍ବାହୀ ମାଧବ ଚନ୍ଦ୍ର ସାହୁ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri