Posted inଖେଳ

ବଲବୀର ସିଂଙ୍କ ପରଲୋକରେ ଦୁଃଖ ପ୍ରକାଶ କଲେ କୋହଲି

ଚଣ୍ଡୀଗଡ,୨୫।୫: କିମ୍ବଦନ୍ତୀ ହକି ଖେଳାଳି ବଲବୀର ସିଂ ସିନିୟରଙ୍କ ପରଲୋକରେ ଶୋକ ବ୍ୟକ୍ତ କରିଛନ୍ତି ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି। ବଲବୀର ସିଂଙ୍କ ପରଲୋକ କଥା ଶୁଣି ଦୁଃଖିତ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରୁଛି ବୋଲି ଶୋକ ବାର୍ତ୍ତାରେ କୋହଲି କହିଛନ୍ତି। ସୂଚନାଯୋଗ୍ୟ, ସୋମବାର ସକାଳ ପ୍ରାୟ ୬ଟା ୧୭ ମିନିଟରେ ମୋହାଲିର ଫର୍ଟିସ ହସ୍ପିଟାଲରେ ସେ ଶେଷ ନିଶାସ ତ୍ୟାଗ କରିଛନ୍ତି। ତାଙ୍କୁ ୯୬ ବର୍ଷ ହୋଇଥିଲା। ବାର୍ଦ୍ଧକ୍ୟଜନିତ ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ଗତ ୮ ତାରିଖରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବଲବୀର ଭାରତୀୟ ହକିର ଜଣେ କିମ୍ବଦନ୍ତୀ ଖେଳାଳି ଥିଲେ। ୧୯୪୮ ଅଲିମ୍ପିକ୍ସରେ ସେ ଭାରତୀୟ ଦଳ ପାଇଁ ସ୍ବର୍ଣ୍ଣ ପଦକ ଜିତିଥିଲେ। ସେହିପରି ୧୯୫୨ ହେଲସିଙ୍କି ଏବଂ ୧୯୫୬ ମେଲବର୍ଣ୍ଣରେ ଅନୁଷ୍ଠିତ ଅଲିମ୍ପିକ୍ସରେ ମଧ୍ୟ ବଲବୀର ସାମିଲ ଥିଲେ। କ୍ୟାରିୟରେ ସେ ମୋଟ ୬ଟି ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ହକି ଖେଳରୁ ଅବସର ପରେ ସେ ଭାରତୀୟ ହକି ଦଳର ମୁଖ୍ୟ ପ୍ରଶିକ୍ଷକ ଭାବେ ନିଯୁକ୍ତ ହୋଇଥିଲେ। ଏହି ସମୟରେ ଭାରତ ବିଶ୍ୱକପ୍‌ ଜିତିଥିଲା। ୧୯୫୭ରେ ତାଙ୍କ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri