ବଲାଙ୍ଗିର ଫେରୁଥିବା ଶ୍ରମିକଙ୍କ ସମସ୍ୟା ବୁଝିଲେ ତହସିଲଦାର

ଶେରଗଡ଼,୩ା୪(ଡି.ଏନ୍‌.ଏ.)- ଶେରଗଡ଼ ପଥରପୁଞ୍ଜି ଗ୍ରାମ ରାସ୍ତାରେ ରବିବାର ମଧ୍ୟାହ୍ନରେ ୩୦ଜଣ ଶ୍ରମିକ ଛୋଟ ଛୁଆଙ୍କୁ ଧରି ଚାଲିଚାଲି ଯାଉଥିବା ସ୍ଥାନୀୟ ଯୁବକମାନେ ଦେଖିଥିଲେ। ଏନେଇ ଶେରଗଡ଼ ତହସିଲଦାର ଡ଼.ଦୟାସିନ୍ଧୁ ପରିଡାଙ୍କୁ ଜଣାଇବା ପରେ ଅତିରିକ୍ତ ତହସିଲଦାର ଅକ୍ଷୟ କୁମାର ମଲ୍ଲିକଙ୍କ ସହ ତହସିଲଦାର ପହଞ୍ଚତ୍ଥିଲେ। ପଚରାଉଚରା ପରେ ବଲାଙ୍ଗୀର ଜିଲା ସାରଥୀମୁଣ୍ଡାରେ ସେମାନଙ୍କ ଘର ବୋଲି କହିଥିଲେ। କନିଷିରେ ଏକ ଇଟା ଭାଟିରେ କାମ କରୁଥିବାବେଳେ ମାଲିକ ଖାଇବାକୁ ନ ଦେବାରୁ ଘରକୁ ଯାଉଥିବା କହିଥିଲେ। ତହସିଲଦାର ପରିଡା ବଲାଙ୍ଗୀର ଜିଲ୍ଲାପାଳଙ୍କ ସହ କଥା ହେବାପରେ ବସ୍‌ କରି ସେମାନଙ୍କୁ ପଠାଇଦେବାକୁ ସେ କହିଥିଲେ। ଡେଙ୍ଗାପଦର ସରପଞ୍ଚକୁ କହି ରବିବାର ରାତିରେ ସେମାନଙ୍କ ଖାଇବା ବ୍ୟବସ୍ଥା କରିଥିଲେ। ସୋମବାର ସକାଳୁ ବସ୍‌ ଯୋଗେ ଆବଶ୍ୟକ କାଗଜପତ୍ର ସହ ଗଁାକୁ ଯିବା ବ୍ୟବସ୍ଥା କରିଥିବା ତହସିଲଦାର ପରିଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri