ବଲାଙ୍ଗୀରରେ ଜାରିହେଲା ଦୁଇଦିନିଆ ଶଟ୍‌ଡାଉନ୍

ବଲାଙ୍ଗୀର ଅଫିସ,୬ା୬: କରୋନା ସଂକ୍ରମଣ ରୋକିବା ଲାଗି ସରକାର ରାଜ୍ୟର ୧୧ଟି ଜିଲାରେ ଜୁନ୍‌ ମାସର ପ୍ରତ୍ୟେକ ଶନିବାର ଓ ରବିବାରକୁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି । ଏହି କ୍ରମରେ ଜୁନ ମାସର ପ୍ରଥମ ଶନିବାରରେ ବଲାଙ୍ଗୀରରେ ଶଟ୍‌ଡାଉନ୍‌ କାର୍ଯ୍ୟକାରୀ ହୋଇଛି । ଅତ୍ୟାବଶ୍ୟକ ସେବାକୁ ବାଦ୍‌ଦେଇ ଅନ୍ୟ ସମସ୍ତ କ୍ଷେତ୍ରରେ କଟକଣା ଲଗାଯାଇଛି। ଶନିବାର ଓ ରବିବାର ଦୁଇଦିନିଆ ଶଟ୍‌ଡାଉନ୍‌ ଆରମ୍ଭ ହେବା ପରେ ପୋଲିସ ବିଭାଗ ପକ୍ଷରୁ ପହରାକୁ କଡ଼ାକଡ଼ି କରାଯାଇଛି । ଜିଲାର ସମସ୍ତ ପ୍ରମୁଖ ରାସ୍ତାଘାଟ ଉପରେ କଡ଼ା ନଜର ରଖାଯାଇଛି । ବଲାଙ୍ଗୀର ଜିଲା ସଦର ମହକୁମା ସହ ଟିଟିଲାଗଡ଼ ମ୍ୟୁନିସିପାଲିଟି, ପାଟଣାଗଡ, କଣ୍ଟାବାଞ୍ଜି ଓ ତୁଷରା ସହରାଞ୍ଚଳ ଓ ସମସ୍ତ ଗ୍ରାମାଞ୍ଚଳରେ ମଧ୍ୟ ନିୟମ ଲାଗୁ ହୋଇଛି । ସମସ୍ତ ଦୋକାନ ବଜାର, ଅଫିସ, ବ୍ୟାଙ୍କ, ସ୍କୁଲ କଲେଜ, ସମସ୍ତ ପ୍ରକାର ଅନୁଷ୍ଠାନ ବନ୍ଦ କରାଯାଇଛି । ହସ୍ପିଟାଲ, କ୍ଲିନିକ, ନର୍ସିଂହୋମ, ଔଷଧ ଦୋକାନ, ଆମ୍ବୁଲାନ୍ସ ସେବାକୁ ଅନୁମତି ଦିଆଯାଇଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଧୀନ ସମସ୍ତ ଜରୁରିକାଳୀନ କାର୍ଯ୍ୟରେ ନିୟୋଜିତ ଥିବା ଅଧିକାରୀ ଓ କର୍ମଚାରୀଙ୍କୁ ମଧ୍ୟ କଟକଣାରୁ ବାଦ୍‌ ଦିଆଯାଇଛି । ପେଟ୍ରୋଲ ପମ୍ପ, ଟେଲିକମ୍‌ ସେବା, ପାନୀୟ ଜଳ ଯୋଗାଣ, ପରିମଳ ବ୍ୟବସ୍ଥା ଖୋଲା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri