ବଲାଙ୍ଗୀରରେ ଦୁଇ ଦିନିଆ ଶଟ୍‌ଡାଉନ୍‌ ଆରମ୍ଭ: ଅତ୍ୟାବଶ୍ୟକ ସେବାକୁ ଛାଡ଼ି ସବୁ ବନ୍ଦ, ରାସ୍ତାଘାଟ ଜନଶୂନ୍ୟ

ବଲାଙ୍ଗୀର ଅଫିସ, ୧୩।୬- କରୋନା ସଂକ୍ରମଣ ରୋକିବା ଲାଗି ସରକାର ରାଜ୍ୟର ୧୧ଟି ଜିଲାରେ ଜୁନ ମାସର ପ୍ରତ୍ୟେକ ଶନିବାର ଓ ରବିବାରକୁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି । ଏହି କ୍ରମରେ ଜୁନ ମାସର ଦ୍ବିତୀୟ ଶନିବାର ବଲାଙ୍ଗୀର ଜିଲାରେ ସମ୍ପର୍ଣ୍ଣ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ଜିଲାରେ କେବଳ ଅତ୍ୟାବଶ୍ୟକ ସେବାକୁ ବାଦ ଦେଇ ଅନ୍ୟ ସମସ୍ତ କ୍ଷେତ୍ରରେ କଟକଣା ଲଗାଯାଇଛି । ଶନିବାର ଓ ରବିବାର ଦୁଇଦିନିଆ ଶଟ୍‌ଡାଉନ୍‌ ଆରମ୍ଭ ହେବା ପରେ ପୋଲିସ ବିଭାଗ ପକ୍ଷରୁ ପହରାକୁ କଡାକଡି କରାଯାଇଛି । ଜିଲାର ସମସ୍ତ ପ୍ରମୁଖ ରାସ୍ତାଘାଟ ଉପରେ କଡା ନଜର ରଖାଯାଇଛି । ବଲାଙ୍ଗୀର ଜିଲା ସଦର ମହକୁମା ସହ ଟିଟିଲଗଡ ମ୍ୟୁନିସିପାଲିଟି, ପାଟଣାଗଡ, କଣ୍ଟାବାଞ୍ଜି ଓ ତୁଷରା ସହରାଞ୍ଚଳ ଓ ସମସ୍ତ ଗ୍ରାମାଞ୍ଚଳରେ ମଧ୍ୟ ସଟ୍‌ଡାଉନ୍‌ ନିୟମ ଲାଗୁ ହୋଇଛି । ବଲାଙ୍ଗୀର ସହରରେ ପୋଲିସ ପହରାକୁ କଡାକଡି କରାଯାଇଛି । ସକାଳ ୭ଟାରୁ ସମ୍ପୂର୍ଣ୍ଣ ରାସ୍ତାଘାଟ ଶୂନ୍‌ଶାନ୍‌ ହୋଇଯାଇଛି। ସମସ୍ତ ଦୋକାନ ବଜାର, ଅଫିସ, ବ୍ୟାଙ୍କ, ସ୍କୁଲ କଲେଜ, ସମସ୍ତ ପ୍ରକାର ଅନୁଷ୍ଠାନ ବନ୍ଦ କରାଯାଇଛି । ହସପିଟାଲ, କ୍ଳିନିକ, ନର୍ସିଂହୋମ, ଔଷଧ ଦୋକାନ, ଆମ୍ବୁଲାନ୍ସ ସେବାକୁ ଅନୁମତି ଦିଆଯାଇଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଧିନ ସମସ୍ତ ଜରୁରୀକାନୀଳ କାର୍ଯ୍ୟରେ ନିୟୋଜିତ ଥିବା ଅଧିକାରୀ ଓ କର୍ମଚାରୀଙ୍କୁ ମଧ୍ୟ କଟକଣାରୁ ବାଦ ଦିଆଯାଇଛି । ପେଟ୍ରୋଲ ପମ୍ପ, ଟେଲିକମ ସେବା, ପାନୀୟ ଜଳ ଯୋଗାଣ, ପରିମଳ ବ୍ୟବସ୍ଥା ଖୋଲା ରହିବ ବୋଲି ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

ପାଟପୁରରେ ବୁଲା କୁକୁରଙ୍କ ଆତଙ୍କ: ବ୍ରହ୍ମପୁର ବିଏମସି ପକ୍ଷରୁ କୁକୁର ଧରା ଅଭିଯାନ, ୯ ବୁଲା କୁକୁରଙ୍କୁ ଉଠାଇନେଲେ…

ଦିଗପହଣ୍ଡି,୧୦|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର, ମହାନାଳା,  ଜୟନଗର, ରାଧାଦେଇପୁର,ପଳାଶପୁର ପ୍ରଭୃତି ବିଭିନ୍ନ ଗ୍ରାମରେ ଗତ ପ୍ରାୟ ୩ ମାସ ହେଲା…

ଅବସରପ୍ରାପ୍ତ କର୍ମଚାରୀ ସଙ୍ଘର ୩୮ ତମ ବାର୍ଷିକୋତ୍ସବ: ବୃନ୍ଦ ଯୋଗଦେଇ ଥିଲେ …

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଙ୍ଘର ୩୮ତମ ବାର୍ଷିକୋତ୍ସବ ଶୁକ୍ରବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ରାଜବାଟି ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri