ବଲାଙ୍ଗୀରରେ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ପାଇଁ ସ୍ୱାକ୍ଷରିତ ହେଲା ତ୍ରିପାକ୍ଷିକ ବୁଝାମଣାପତ୍ର

ବଲାଙ୍ଗୀର ଅଫିସ,୪ା୪- ବଲାଙ୍ଗୀରରେ ହେବ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ । ଏନେଇ ଶୁକ୍ରବାର ବଲାଙ୍ଗୀର (କଳିଙ୍ଗ ଇଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ ସାଇନ୍‌ସେସ୍‌) କିସ୍ କ୍ୟାମ୍ପସ ପରିସରରେ ତ୍ରିପାକ୍ଷିକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । କଳିଙ୍ଗ ଇଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନ୍ସ (କିମ୍‌ସ୍‌) ଭୁବନେଶ୍ୱର, ଓଡିଶା ମାଇନିଂ କର୍ପୋରେସନ (ଓଏମ୍‌ସି) ଓ ବଲାଙ୍ଗୀର ଜିଲା ପ୍ରଶାସନ ମଧ୍ୟରେ ଏହି ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । ଏହି ହସପିଟାଲରେ ୧୦ ଶଯ୍ୟା ବିଶିଷ୍ଟ ଆଇସିୟୁ ମଧ୍ୟ ରହିବ । ଆଜି କିସ୍‌, କିଟ୍ ଓ କିମ୍‌ସ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କ ଉପସ୍ଥିତିରେ ବଲାଙ୍ଗୀର ଜିଲାପାଳ ଅରିନ୍ଦମ ଡାକୁଆ ଓ କିମ୍‌ସ ସିଇଓ ଡ. ବିଷ୍ଣୁଚରଣ ପାଣିଗ୍ରାହୀ ଏହି ବୁଝାମଣା ପତ୍ର ସ୍ୱାକ୍ଷରିତ କରିଥିଲେ । ବଲାଙ୍ଗୀରର କୋଭିଡ୍ ହସ୍ପିଟାଲକୁ କିମ୍‌ସ, ଭୁବନେଶ୍ୱର ଓ ଜିଲା ସ୍ୱାସ୍ଥ୍ୟ ବିଭାଗ ପରିଚାଳନା କରୁଥିବାବେଳେ ଓଡିଶା ମାଇନିଂ କର୍ପୋରେସନ ଆର୍ଥିକ ଅନୁଦାନ ଯୋଗାଇ ଦେବେ । ଏହି ବୁଝାମଣା ପତ୍ର ସ୍ୱାକ୍ଷରିତ ସମୟରେ ବଲାଙ୍ଗୀର ଅତିରିକ୍ତ ଜିଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରି, ସିଡିଏମଓ ଡା. ନାରାୟଣ ଥନାପତି ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା: ଭାଙ୍ଗିଲା ୭ ଘର, ବୋରିଗୁମ୍ମାରେ ରେକର୍ଡ…

କୋରାପୁଟ,୫ା୭(ଅମିତାଭ ବେହେରା): କୋରାପୁଟ ଜିଲାରେ ରବିବାର ପ୍ରବଳ ବର୍ଷା ହୋଇଛି। ଜିଲାର ୧୪ଟି ବ୍ଲକରେ ମୋଟ୍‌ ୧୩୭୧.୪ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ଜୟପୁର କୋରାପୁଟ ଆଦି…

ତାରାତାରିଣୀ କଲେଜର ହେବ ଆଧୁନିକୀକରଣ, ଅଞ୍ଚଳରେ ଖୁସିର ଲହରୀ

ପୁରୁଷୋତ୍ତମପୁର,୫ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ପାଇଁ ଚଳିତ ବର୍ଷ ଏକ ଐତିହାସିକ ବର୍ଷ ପାଲଟିଛି । କେନ୍ଦ୍ର ସରକାରଙ୍କ ପ୍ରତିଷ୍ଠିତ ରୁଷା/ପିଏମ-ଉଷା ପ୍ରକଳ୍ପରେ…

ଭିଜିଲାନ୍ସ ଜାଲରେ ମହିଳା ସରପଞ୍ଚ, ମାଛ ଚାଷ ସବସିଡି ପାଇଁ SHGରୁ ନେଉଥିଲେ ଲାଞ୍ଚ

ସୋନପୁର,୫ା୭: ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ନିମ୍ନା ପଞ୍ଚାୟତର ମହିଳା ସରପଞ୍ଚ । ମାଛ ଚାଷ ସବସିଡି ପାଇଁ SHG ଠାରୁ ୨୦ ହଜାର ଲାଞ୍ଚ…

ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ: କୋରାପୁଟ ଜିଲାରୁ ବାଦ୍‌ ପଡ଼ିଲେ…

କୋରାପୁଟ,୫ା୭(ଅମିତାଭ ବେହେରା): ରବିବାର କୋରାପୁଟସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତା ଆୟୋଜିତ ବୈଠକରେ ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ କରାଯାଇଥିବାବେଳେ ଏଥିରୁ…

ବାଇକ୍‌ ସହ ଲୁଟିନେଇଥିଲେ ଟଙ୍କା, ପୋଲିସ ୫ ଜଣଙ୍କୁ ଗିରଫ କରି ତାଙ୍କଠାରୁ…

ରିଷିଡ଼ା/ମ.ରାମପୁର,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ.ରାମପୁର ନିକଟସ୍ଥ ଅରନଝରଣ ଘାଟିଠାରେ ୩ତାରିଖ ଶୁକ୍ରବାର ୫ଜଣ ଦୁର୍ବୃତ୍ତ ଏକ ଗାଡ଼ିରେ ଆସି ବଗବେଡ଼ା ଗାଁର ହେମସାଗର ଦେହେରିଆ ଓ…

ପ୍ରକାଶ ପାଇଲା ଭୋଟର ତାଲିକା: ୨୭ ଲକ୍ଷ ୯୨ ହଜାର ୧୫୮ ଜଣ ସାମିଲ, ବାଦ୍‌ ପଡ଼ିଲେ…

ଛତ୍ରପୁର,୫ା୭(ଦିଲ୍ଲୀପ ସାମଲ): ଭାରତର ଗଣତାନ୍ତ୍ରିକ ପର୍ବ କୁହାଯାଉଥିବା ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା, ନିର୍ଭୁଲ ଏବଂ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ…

୯ ଘଣ୍ଟା ଧରି ପାଣିରେ ଫସିଛି କାର୍‌, ଭିତରେ ୪ ଜଣ ଥାଇ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଲାଠୋର ନୂଆପଡ଼ା ରାସ୍ତାରେ ଥିବା ରେଲଓ୍ବେ ଅଣ୍ଡର ଗ୍ରାଉଣ୍ଡ ପୋଲ ଭିତର ଦେଇ ଏକ କାର୍‌ ଯାଉଥିବାବେଳେ ପାଣି…

ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ: ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଲାଗି ରହିଛି ବର୍ଷା। ଲଗାଣ ବର୍ଷା ଗରିବ ଲୋକଙ୍କ ପାଇଁ ସତେ ଯେମିତି କାଳ ସାଜିଛି। ଶନିବାର ରାତିରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri