ବଲାଙ୍ଗୀର ଘରୋଇ ବସ୍‌ଷ୍ଟାଣ୍ଡରେ କରୋନା ସଚେତନତା: ବସ୍‌ଯାତ୍ରୀଙ୍କୁ ହାତ ଧୋଇ ଚଢ଼ିବାକୁ ପରାମର୍ଶ

ବଲାଙ୍ଗୀର ଅଫିସ,୨୦।୩: ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏକ ଜନ ସଚେତନତା କାର୍ଯ୍ୟକ୍ରମ ବଲାଙ୍ଗୀର ଟାଉନ ଘରୋଇ ବସ୍‌ ଷ୍ଟାଣ୍ଡଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଘରୋଇ ବସ୍‌ ମାଲିକ ସଂଘ,ଜିଲା ରେଡ୍‌କ୍ରସ୍‌ ସୋସାଇଟି ଓ ବିଙ୍ଗ୍‌ ହ୍ୟୁମାନ ଫାଉଣ୍ଡେଶନ ପକ୍ଷରୁ ମହାମାରୀ କରୋନାଠୁ କିପରି ରକ୍ଷା ମିଳିବ ଏବଂ କିପରି ପ୍ରତ୍ୟେକ ଲୋକ ସଚେତନ ରହିବେ ସେ ନେଇ ପରାମର୍ଶ ଦିଆଯାଇଛି। ଏହାର ପ୍ରତିକାର ଦିଗରେ କିପରି ଆଗୁଆ ସଚେତନ ରହିବେ ଏ ନେଇ ଯାତ୍ରୀମାନଙ୍କୁ ହାତ ଧୋଇ ବସ୍‌ରେ ଚଢ଼ିବା ଏବଂ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ନିୟମିତ ହାତ ଧୋଇବାକୁ କୁହାଯାଇଛି। ଏହା ସହ ଏକ ସମୟରେ ଅଧିକ ଯାତ୍ରୀ ବସ୍‌ରେ ନ ଚଢ଼ିବାକୁ ସଚେତନ କରାଯାଇଥିଲା । ଠିକ୍‌ ସେହିପରି ବସ୍‌ ଭିତରକୁ ସାନିଟାଇଜ୍‌ ମଧ୍ୟ କରାଯାଇଥିଲା । ଏଥିରେ ଘରୋଇ ବସ୍‌ ମାଲିକ ସଂଘ ସଭାପତି ହେମନ୍ତ କୁମାର ପଣ୍ଡା, ଜିଲା ରେଡ୍‌କ୍ରସ୍‌ ସୋସାଇଟିର ରାମନାରାୟଣ ଦାସଙ୍କ ସହ କର୍ମକର୍ତ୍ତା ଓ ବିଙ୍ଗ୍‌ ହ୍ୟୁମାନ ଫାଉଣ୍ଡେଶନର ସଭାପତି ସୋମନାଥ ମିଶ୍ର ଓ ଫାଉଣ୍ଡେଶନର ମହିଳା ସଂଗଠନର କର୍ମକର୍ତ୍ତା ଓ ବସ୍‌ମାଲିକ ସଂଘର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ରାସ୍ତାରେ ପଡ଼ିଲା ବିରାଟକାୟ ଗଛ

ମୋହନା,୧୧।୪(ମନ୍ମଥ ମିଶ୍ର) :ବର୍ଷା ଅଛି ନା ପବନ ଅଛି । ତଥାପି ରାସ୍ତା ଉପରେ ପଡ଼ିଲା ବିରାକାୟ ଗଛ । ଅଟକି ରହିଲା ଅନେକ ଗାଡ଼ି ରାସ୍ତାର…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri