ବଲାଙ୍ଗୀର ଲିଖିରିଆ ଗାଁକୁ ସିଲ୍‌ କରିବା ପ୍ରକ୍ରିୟା ଆରମ୍ଭ, ଗାଁ ଲୋକଙ୍କ ସ୍ବାବ୍‌ ସଂଗ୍ରହ ପାଇଁ ପହଞ୍ଚତ୍ଲା ଟିମ୍‌

ବଲାଙ୍ଗୀର ଅଫିସ/ଗୁଡଭେଲା ୧।୫ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ୍‌ ରୁଷୁଡା ପଞ୍ଚାୟତର ଲିଖିରିଆ ଗାଁର ଦୁଇଜଣ ଯୁବକ ଶୁକ୍ରବାର କରୋନା ପଜିଟିଭ ଚିହ୍ନଟ ହେବା ପରେ ଜିଲା ପ୍ରଶାସନ ତତ୍ପର ହୋଇ ଉଠିଛି। ଜିଲା ସ୍ବାସ୍ଥ୍ୟ ବିଭାଗର ଟିମ୍‌ ସହ ରାପିଡ୍‌ ଆକ୍ସନ ଟିମ୍‌, ପୋଲିସ ପ୍ରଶାସନ ଲିଖିରିଆରେ ପହଞ୍ଚତ୍ଛି। ଦୁଇ କରୋନା ସଂକ୍ରମିତଙ୍କ ସଂସ୍ପର୍ଶ ତାଲିକା (କଣ୍ଟାକ୍ଟ ଲିଷ୍ଟ) ଓ ଭ୍ରମଣ ତାଲିକା (ଟ୍ରାଭେଲ ହିଷ୍ଟ୍ରି) ସଂଗ୍ରହ କରାଯାଉଛି। ଅନ୍ୟପକ୍ଷେ ଗାଁରେ ସ୍ବାବ୍‌ ସଂଗ୍ରହକାରୀ ଟିମ୍‌ ମଧ୍ୟ ପହଞ୍ଚତ୍ଛି। ସେମାନେ ସମସ୍ତ ଗ୍ରାମବାସୀଙ୍କଠାରୁ ସ୍ବାବ୍‌ ସଂଗ୍ରହ କରିବେ। ସମସ୍ତ ସ୍ବାବ୍‌କୁ ପରୀକ୍ଷା ପାଇଁ ଭୁବନେଶ୍ୱର ପଠାଯିବ। ଦୁଇ ସଂକ୍ରମିତ ଯୁବକ ତାମିଲନାଡୁରୁ ଫେରି ମାର୍ଚ୍ଚ ୧୭ ତାରିଖରେ ଗାଁରେ ପହଞ୍ଚତ୍ଥିଲେ। ଗତ ଏପ୍ରିଲ ୨୮ ତାରିଖ ଉଭୟ ଯୁବକଙ୍କ ସ୍ବାବ୍‌ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା। ସ୍ବାବ୍‌ ପଜିଟିଭ ବାହାରିବା ପରେ ଏହି ଗାଁକୁ ସିଲ୍‌ କରିବା ପ୍ରକ୍ରିୟା ଆରମ୍ଭ ହୋଇଯାଇଛି ବୋଲି ଜିଲାପାଳ ଅରିନ୍ଦମ ଡାକୁଆ ସୂଚନା ଦେଇଛନ୍ତି। ଲିଖିରିଆ ଗାଁରେ ଏବେ ରାପିଡ୍‌ ଆକ୍ସନ ଟିମ୍‌, ଭୀମ ଭୋଇ ମେଡିକାଲ କଲେଜର ଏକ ଡାକ୍ତରୀ ଦଳ, ପୋଲିସ ପ୍ରଶାସନ ଓ ଜିଲା ପ୍ରଶାସନିକ ଅଧିକାରୀମାନେ ପହଞ୍ଚତ୍ ଆନୁସଙ୍ଗିକ ବ୍ୟବସ୍ଥା ତଦାରଖ କରିଛନ୍ତି। ୨୦୧୧ ଜନଗଣନା ଅନୁସାରେ ୨ ୱାର୍ଡ ବିଶିଷ୍ଟ ଲିଖିରିଆ ଗାଁର ଜନସଂଖ୍ୟା ୧୧୨୩ ଜଣ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ମହିଳା ମୋର୍ଚ୍ଚାର ରକ୍ଷାବନ୍ଧନ

ହାଟଡିହୀ, ୨୮/୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀ ଭାଜପା କାର୍ଯ୍ୟାଳୟ ପରିସରରେ ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ରକ୍ଷାବନ୍ଧନ ଉତ୍ସବ…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…

ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ…

ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନା ବୈଠକରେ ତାତିଲେ ନିର୍ବାଚିତ ସଦସ୍ୟ: କାର୍ଯ୍ୟଶୈଳୀ ନେଇ ଅସନ୍ତୋଷ ବ୍ୟକ୍ତ କଲେ…

ପାଟଣା, ୨୮୮ (ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ବ୍ଲକ୍ ସଭାଗୃହରେ ଶୁକ୍ରବାର ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନାର ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ…

ଫୁଟବଲ ପ୍ରତିଯୋଗିତା: ଝାରବେଡ଼ା ଚାମ୍ପିୟନ

କୁଆଁରମୁଣ୍ଡା,୨୮।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଧୀନ କାଲୋଷିହିରିଆ ପଞ୍ଚାୟତ ଲୁଚାବାହାଲ ସ୍କୁଲବସ୍ତି ଖେଳ ପଡ଼ିଆରେ ୨ ଦିନିଆ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।…

ଉଲିବୁର ସଂରକ୍ଷିତ ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ ପ୍ରସଙ୍ଗ, ବେଆଇନ ଖନନର ଉଚ୍ଚସ୍ତରୀୟ ତଦନ୍ତ ପରେ ହେବ: ମନ୍ତ୍ରୀ

କେନ୍ଦୁଝର,୨୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଡବିଲ ରେଞ୍ଜ ଅଧୀନ ନାଲଦା ସେକ୍ସନ କାରାଖେଣ୍ଡରା ବିଟ ଅନ୍ତର୍ଗତ ଉଲିବୁର ସଂରକ୍ଷିତ ଜଙ୍ଗଲରେ ଡାଇଭରର୍ସନ ନ କରି ଜଙ୍ଗଲ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri